ବ୍ରଜରାଜନଗର ଉପ-ନିର୍ବାଚନ: କଂଗ୍ରେସର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା
ବ୍ରଜରାଜନଗର ଉପ-ନିର୍ବାଚନ ପାଇଁ କଂଗ୍ରେସର ଷ୍ଟାର ପ୍ରଚାରକ ତାଲିକା ଘୋଷଣା । ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି କଂଗ୍ରେସ ।
ଭୁବନେଶ୍ୱର: ବ୍ରଜରାଜନଗର ଉପ-ନିର୍ବାଚନ ପାଇଁ କଂଗ୍ରେସର ଷ୍ଟାର ପ୍ରଚାରକ ତାଲିକା ଘୋଷଣା । ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି କଂଗ୍ରେସ । ଯେଉଁଥିରେ ଅନେକ ବଡ ଚେହେରାଙ୍କୁ ସାମିଲ କରାଯାଇଛି ।

ତେବେ ପ୍ରଚାର ତାଲିକାରେ ରହିଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଏବଂ ସ୍ୱାସ୍ଥ୍ୟ ମନ୍ତ୍ରୀ ଟିଏସ. ସିଂ ଦେଓ । ସେହିପରି ବ୍ରଜରାଜନଜର ପାଇଁ ମୈଦାନକୁ ଓହ୍ଲାଇବେ ଯୁବ ନେତା କହ୍ନେୟା କୁମାର ଓ ଜିଗ୍ନେଶ ମେଓ୍ୱାନୀ। ଛତିଶଗଡ ସୀମାନ୍ତରେ ବ୍ରଜରାଜନଗର ନିର୍ବାଚନମଣ୍ଡଳୀ ରହି ଥିବାରୁ ଛତିଶଗଡର ଅନେକ ମନ୍ତ୍ରୀଙ୍କୁ ମଧ୍ୟ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ କରାଯାଇଛି ।

ଅନ୍ୟପଟେ କଂଗ୍ରେସ ରାଜ୍ୟ ପ୍ରଭାରୀ ଚେଲ୍ଲା କୁମାର ଓ ସହପ୍ରଭାରୀ ଜି. ରୁଦ୍ର ରାଜୁଙ୍କ ନାଁ ମଧ୍ୟ ତାଲିକାରେ ରହିଛି । ଏହାସହ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସହ ରାଜ୍ୟ ସଂଗ୍ରେସର ସମସ୍ତ ବିଧାୟକଙ୍କ ନାଁ ମଧ୍ୟ ଏହି ତାଲିକାରେ ସାମିଲ ହୋଇଛି । ସାଂସଦ ସପ୍ତଗିରି ଉଲାକା, ବରିଷ୍ଠ ନେତା ଭକ୍ତ ଦାସଙ୍କ ମଧ୍ୟ ପ୍ରଚାରକୁ ଓହ୍ଲାଇବା ପାଇଁ ତାଲିକାରେ ନାମ ପ୍ରକାଶ କରିଛି କଂଗ୍ରେସ ।
-
ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ -
କ୍ରସ୍ ଭୋଟିଂ ପାଇଁ କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ -
ନିଲମ୍ବିତ ବିଧାୟକମାନଙ୍କୁ ବଡ଼ ଆହ୍ବାନ ଦେଲେ ମୋକିମ୍, କହିଲେ...... -
ଆଉ ଆଲୋଚନା ନୁହେଁ, ଆମେ ପାକିସ୍ତାନଠାରୁ ପ୍ରତିଶୋଧ ନେବୁ... କାବୁଲରେ ଆକ୍ରମଣ ପରେ ତାଲିବାନ କଲା ଘୋଷଣା -
ଇରାନ-ଆମେରିକା ଯୁଦ୍ଧ, ଗିରଫ ହେଲେ ୧୯ ଭାରତୀୟ -
ଖଡଗେଙ୍କୁ ପ୍ରଶଂସା କଲେ ମୋଦୀ, କହିଲେ ତାଙ୍କ ପାଖରୁ...... -
ମହାପ୍ରଭୁଙ୍କ ଦର୍ଶନ କଲେ ଦିଲୀପ ରାୟ: କହିଲେ… -
ରାଜ୍ୟରେ ଆସନ୍ତା ୫ଦିନ ଧରି ଘଡ଼ଘଡ଼ି ଓ ବର୍ଷା ! -
Rajya Sabha Election : ୪ ବିଜୟୀ ନେତାଙ୍କୁ ମିଳିଲା ସାର୍ଟିଫିକେଟ୍ -
ଗୁଜୁରାଟ ମୁନ୍ଦ୍ରା ବନ୍ଦରରେ ପହଞ୍ଚିଲା ଶିବାଲିକ୍ ଏଲ୍ପିଜି ଟ୍ୟାଙ୍କର -
ଭୁବନେଶ୍ବରରେ ପହଞ୍ଚିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ -
ବିଜେଡିର ୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍












Click it and Unblock the Notifications