For Quick Alerts
Turn On Notification  
For Daily Alerts
Oneindia App Download

ଆସନ୍ତା ୧୧ ତାରିଖରେ ପେଟ୍ରୋଲ ପମ୍ପ ଆଗରେ ବିକ୍ଷୋଭ କରିବ କଂଗ୍ରେସ

ପେଟ୍ରୋଲ ଦର ବୃଦ୍ଧିକୁ ପ୍ରତିବାଦ କରି ପ୍ରଦେଶ କଂଗ୍ରେସ ଆସନ୍ତା ୧୧ ତାରିଖରେ ପେଟ୍ରୋଲ ପମ୍ପ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି ।

|

ଭୁବନେଶ୍ୱର: କରୋନାର ୨ୟ ଲହର ସାରା ଦେଶକୁ କବଳିତ କରିଥିବା ସମୟରେ ପେଟ୍ରୋଲ ଓ ଡିଜେଲର ଦରବୃଦ୍ଧି ହେବାରେ ଲାଗିଛି । ଦେଶର କେତେକ ଅଞ୍ଚଳରେ ପେଟ୍ରୋଲ ଓ ଡିଜେଲର ଦର ଲିଟର ପ୍ରତି ୧୦୦ ଟଙ୍କା ପାର ହୋଇଛି । ଏହାକୁ ପ୍ରତିବାଦ କରି ପ୍ରଦେଶ କଂଗ୍ରେସ ଆସନ୍ତା ୧୧ ତାରିଖରେ ପେଟ୍ରୋଲ ପମ୍ପ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି ।

Congress

ବିଗତ ୧୩ ମାସ ମଧ୍ୟରେ ପେଟ୍ରୋଲ ଲିଟର ପ୍ରତି ଦର ଟ.୨୫.୭୨ ପଇସା ଓ ଡିଜେଲ ଦର ଟ ୨୩.୯୩ ଟଙ୍କା କେନ୍ଦ୍ର ସରକାର ବଢ଼ାଇଥିଲା ବେଳେ ଏହି ବର୍ଷର ଗତ ୫ମାସ ମଧ୍ୟରେ ୪୩ ଥର ଦର ବୃଦ୍ଧି କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଅଟେ ବୋଲି କଂଗ୍ରେସ କହିଛି । ସରକାର ଟିକସ ବୃଦ୍ଧିର ବାହାନାରେ ମହାମାରୀ ସମୟରେ ଲୋକଙ୍କଠାରୁ ଲୁଟିବା ଓ ଅବିଳମ୍ବେ ତୈଳଯାତ ଦ୍ରବ୍ୟ (ଉଭୟ ପେଟ୍ରୋଲ ଓ ଡିଜେଲ) ଦର କୁ ହ୍ରାସ କରିବା ଦାବିରେ ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦେଶ ମୁତାବକ ଚଳିତ ମାସ ଜୁନ ୧୧ ତାରିଖ 4 ଘଣ୍ଟାଆ ରାଜ୍ୟର ସମସ୍ତ ସହରାଂଚଳ ଓ ଗ୍ରାମାଚଂଳର ପେଟ୍ରୋଲ ପମ୍ପ ଆଗରେ କଂଗ୍ରେସ ଦଳ ତରଫରୁ ଧାରଣା ଓ ବିକ୍ଷୋଭ କରିବାକୁ ପିସିସି ପକ୍ଷରୁ ନିଷ୍ପତି ନିଆଯାଇଛି । ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ।

ଏହି ଅବସରରେ କୋଭିଡ-୧୯ର ସମସ୍ତ ନୀତିନିୟମକୁ ଅନୁପାଳନ କରି ଯଥା ମାସ୍କ ପିନ୍ଧିବା, ସାମାଜିକ ଦୂରତାକୁ ବଜାୟରଖି ବ୍ୟାନର, ପ୍ଲାକାର୍ଡ଼ରେ 'ଡିଜେଲ, ପେଟ୍ରୋଲ ଓ ରନ୍ଧନ ଗ୍ୟାସ ଦର ବୃଦ୍ଧି, ଆର୍ଥିକ ମାନ୍ଦାବସ୍ଥା, ଉତ୍କଟ ବେକାରୀ ସମସ୍ୟା ବୃଦ୍ଧି, ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀର ଆକାଶଛୁଆଁ ଦର ବୃଦ୍ଧି ଓ ମଜୁରୀ ଓ ରୋଜଗାର କମିବା ଉପରେ ସ୍ଲୋଗାନ ଲେଖି ଜନସାଧାରଣଙ୍କୁ କେନ୍ଦ୍ର ସରକାରଙ୍କ ବିଫଳତା ବିଷୟରେ ସୂଚାଇବାକୁ ବିଶେଷ ଅନୁରୋଧ କରିଛନ୍ତି ନିରଞ୍ଜନ ପଟ୍ଟନାୟକ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Congress will protest in front of the petrol pump on November 11
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X