Get Updates
Get notified of breaking news, exclusive insights, and must-see stories!

ଆସନ୍ତା ୧୧ ତାରିଖରେ ପେଟ୍ରୋଲ ପମ୍ପ ଆଗରେ ବିକ୍ଷୋଭ କରିବ କଂଗ୍ରେସ

ପେଟ୍ରୋଲ ଦର ବୃଦ୍ଧିକୁ ପ୍ରତିବାଦ କରି ପ୍ରଦେଶ କଂଗ୍ରେସ ଆସନ୍ତା ୧୧ ତାରିଖରେ ପେଟ୍ରୋଲ ପମ୍ପ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି ।

ଭୁବନେଶ୍ୱର: କରୋନାର ୨ୟ ଲହର ସାରା ଦେଶକୁ କବଳିତ କରିଥିବା ସମୟରେ ପେଟ୍ରୋଲ ଓ ଡିଜେଲର ଦରବୃଦ୍ଧି ହେବାରେ ଲାଗିଛି । ଦେଶର କେତେକ ଅଞ୍ଚଳରେ ପେଟ୍ରୋଲ ଓ ଡିଜେଲର ଦର ଲିଟର ପ୍ରତି ୧୦୦ ଟଙ୍କା ପାର ହୋଇଛି । ଏହାକୁ ପ୍ରତିବାଦ କରି ପ୍ରଦେଶ କଂଗ୍ରେସ ଆସନ୍ତା ୧୧ ତାରିଖରେ ପେଟ୍ରୋଲ ପମ୍ପ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି ।

Congress

ବିଗତ ୧୩ ମାସ ମଧ୍ୟରେ ପେଟ୍ରୋଲ ଲିଟର ପ୍ରତି ଦର ଟ.୨୫.୭୨ ପଇସା ଓ ଡିଜେଲ ଦର ଟ ୨୩.୯୩ ଟଙ୍କା କେନ୍ଦ୍ର ସରକାର ବଢ଼ାଇଥିଲା ବେଳେ ଏହି ବର୍ଷର ଗତ ୫ମାସ ମଧ୍ୟରେ ୪୩ ଥର ଦର ବୃଦ୍ଧି କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଅଟେ ବୋଲି କଂଗ୍ରେସ କହିଛି । ସରକାର ଟିକସ ବୃଦ୍ଧିର ବାହାନାରେ ମହାମାରୀ ସମୟରେ ଲୋକଙ୍କଠାରୁ ଲୁଟିବା ଓ ଅବିଳମ୍ବେ ତୈଳଯାତ ଦ୍ରବ୍ୟ (ଉଭୟ ପେଟ୍ରୋଲ ଓ ଡିଜେଲ) ଦର କୁ ହ୍ରାସ କରିବା ଦାବିରେ ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦେଶ ମୁତାବକ ଚଳିତ ମାସ ଜୁନ ୧୧ ତାରିଖ 4 ଘଣ୍ଟାଆ ରାଜ୍ୟର ସମସ୍ତ ସହରାଂଚଳ ଓ ଗ୍ରାମାଚଂଳର ପେଟ୍ରୋଲ ପମ୍ପ ଆଗରେ କଂଗ୍ରେସ ଦଳ ତରଫରୁ ଧାରଣା ଓ ବିକ୍ଷୋଭ କରିବାକୁ ପିସିସି ପକ୍ଷରୁ ନିଷ୍ପତି ନିଆଯାଇଛି । ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ।

ଏହି ଅବସରରେ କୋଭିଡ-୧୯ର ସମସ୍ତ ନୀତିନିୟମକୁ ଅନୁପାଳନ କରି ଯଥା ମାସ୍କ ପିନ୍ଧିବା, ସାମାଜିକ ଦୂରତାକୁ ବଜାୟରଖି ବ୍ୟାନର, ପ୍ଲାକାର୍ଡ଼ରେ 'ଡିଜେଲ, ପେଟ୍ରୋଲ ଓ ରନ୍ଧନ ଗ୍ୟାସ ଦର ବୃଦ୍ଧି, ଆର୍ଥିକ ମାନ୍ଦାବସ୍ଥା, ଉତ୍କଟ ବେକାରୀ ସମସ୍ୟା ବୃଦ୍ଧି, ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀର ଆକାଶଛୁଆଁ ଦର ବୃଦ୍ଧି ଓ ମଜୁରୀ ଓ ରୋଜଗାର କମିବା ଉପରେ ସ୍ଲୋଗାନ ଲେଖି ଜନସାଧାରଣଙ୍କୁ କେନ୍ଦ୍ର ସରକାରଙ୍କ ବିଫଳତା ବିଷୟରେ ସୂଚାଇବାକୁ ବିଶେଷ ଅନୁରୋଧ କରିଛନ୍ତି ନିରଞ୍ଜନ ପଟ୍ଟନାୟକ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+