Get Updates
Get notified of breaking news, exclusive insights, and must-see stories!

ଭର୍ଚୁଆଲ ପ୍ଲାଟଫର୍ମରେ ବିଜୁ ଯୁବ ଜନତା ଦଳର କୋଭିଡ୍ ପରିଚାଳନା ସମୀକ୍ଷା ବୈଠକ

ଯୁବ ବିଜେଡ଼ି ରାଜ୍ୟ ସଭାପତି ତଥା ବିଧାୟକ ବ୍ୟେମକେଶ ରାୟଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ପ୍ଲାଟଫର୍ମରେ କୋଭିଡ୍ ପରିଚାଳନା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ସାମାଜିକ ଅନୁଷ୍ଠାନ 'ଓଡ଼ିଶା ମୋ ପରିବାର' ସମସ୍ତ ସାମାଜିକ କାର୍ଯ୍ୟକୁ ସମଗ୍ର ରାଜ୍ୟରେ ତ୍ବରାନ୍ବିତ କରୁଛି । ଏହି ପରିପ୍ରେକ୍ଷୀରେ ଯୁବ ବିଜେଡ଼ି ରାଜ୍ୟ ସଭାପତି ତଥା ବିଧାୟକ ବ୍ୟେମକେଶ ରାୟଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ପ୍ଲାଟଫର୍ମରେ କୋଭିଡ୍ ପରିଚାଳନା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।

Biju Yuba Janata Dal

ଏହି ଅବସରରେ ଡ଼ଃ ରାୟ କହିଥିଲେ " ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିଗଦର୍ଶନରେ ବିଜୁ ଜନତା ଦଳର ସାମାଜିକ ପ୍ରତିବଦ୍ଧତା ଆଜି ସମଗ୍ର ଦେଶରେ ସାମାଜିକ ବିପ୍ଲବରେ ପରିଣତ ହୋଇପାରିଛି। ବିଜୁ ଯୁବ ଜନତା ଦଳ' ଓଡ଼ିଶା ମୋ ପରିବାର' ର ସମସ୍ତ ସାମାଜିକ କାର୍ଯ୍ୟ ଯଥା ଜୀବନ ବିନ୍ଦୁ ରକ୍ତଦାନ, ପ୍ଲାଜମା ସଂଗ୍ରହ, କୋଭିଡ୍ ସହାୟତା କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରିବ। ଏହି କୋଭିଡ୍ ପରିଚାଳନା ସମୀକ୍ଷା ବୈଠକରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଜୁ ଜନତା ଦଳ ର ରାଜ୍ୟ ସାଧାରଣ ସମ୍ପାଦକ (ଯୁବ ବ୍ୟାପାର) ତଥା ବିଧାୟକ ପ୍ରଣବ କୁମାର ବଳବନ୍ତରାୟ କହିଥିଲେ ଯେ "କୋଭିଡ ୧୯ ର ପ୍ରଥମ ଏବଂ ଦ୍ବିତୀୟ ଲହର ସମୟରେ ମାନ୍ୟବର ମୂଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ବ ଆଧାରରେ ରାଜ୍ୟ ସରକାର କୋଭିଡ୍ ହସ୍ପିଟାଲଠାରୁ ଆରମ୍ଭ କରି କୋଭିଡ୍ ଟିକାକରଣ ପର୍ଯ୍ୟନ୍ତ କୋଭିଡ୍ ପରିଚାଳନା କ୍ଷେତ୍ରରେ ଠିକ ସମୟରେ ଠିକ ନିଷ୍ପତ୍ତି ନେଇ ଅନେକ ମାଇଲଖୁଣ୍ଟ ପ୍ରତିଷ୍ଠା କରିପାରିଛନ୍ତି"।

ଏହି ଅବସରରେ ରାଜ୍ୟ ସରକାରଙ୍କ ଦ୍ଵାରା ଗ୍ଲୋବାଲ ଅନଲାଇନ ଟେଣ୍ଡର ମାଧ୍ୟମରେ ୩ କୋଟି ୮୦ ଲକ୍ଷ କୋଭିଡ ଟିକା କ୍ରୟ କରିବାର କାର୍ଯ୍ୟକ୍ରମ ଆରମ୍ଭ କରିଥିବାରୁ ବିଜୁ ଯୁବ ଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭୁୟସୀ ପ୍ରଶଂସା କରାଯାଇଥିଲା। ଏହି ସମୀକ୍ଷା ବୈଠକରେ ବିଜେଡି ଆଇ.ଟି ସଂଯୋଜକ ସୁବ୍ରତ ଛାଟୋଇ, ବିଜୁ ଯୁବ ଜନତା ଦଳର ରାଜ୍ୟ କାର୍ଯ୍ୟକାରୀ ସଭାପତି ବୈକୁଣ୍ଠ ନାୟକ,ସୁଭେନ୍ଦୁ ମଙ୍ଗରାଜ, ବରିଷ୍ଠ ଉପସଭାପତି ଧୃତି ରଂଜନ ମାର୍ଥା, ଜ୍ୟୋସ୍ନାମୟୀ ପରିଡ଼ା, ରାଜ୍ୟ ସାଧାରଣ ସଂପାଦକ ଆଶିଷ ରଞ୍ଜନ ମିଶ୍ର,ତାରିଣୀ ପ୍ରସାଦ ନାୟକଙ୍କ ସମେତ ସମସ୍ତ ରାଜ୍ୟ ସ୍ତରୀୟ ନେତୃବୃନ୍ଦ ଯୋଗ ଦେଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+