ନବୀନଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, କହିଲେ ଲିଙ୍ଗରାଜ ପରି ଆଉ ୪ ମନ୍ଦିର ପାଇଁ ଅଧ୍ୟାଦେଶ ଆଣନ୍ତୁ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ଲିଙ୍ଗରାଜ ମନ୍ଦିର ଭଳି ଅନ୍ୟ ୪ ମନ୍ଦିର ପାଇଁ ଅଧ୍ୟାଦେଶ ଆଣିବାକୁ ଧର୍ମେନ୍ଦ୍ର ଅନୁରୋଧ କରିଛନ୍ତି।
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ଲିଙ୍ଗରାଜ ମନ୍ଦିର ଭଳି ଅନ୍ୟ ୪ ମନ୍ଦିର ପାଇଁ ଅଧ୍ୟାଦେଶ ଆଣିବାକୁ ଧର୍ମେନ୍ଦ୍ର ଅନୁରୋଧ କରିଛନ୍ତି। ସମଲେଶ୍ୱରୀ, ବିରଜା, ତାରାତାରିଣୀ ଓ ନୀଳମାଧବ ମନ୍ଦିର ପାଇଁ ଅଧ୍ୟାଦେଶ ଆଣିବାକୁ ଅନୁରୋଧ କରାଯାଇଛି। ଏହି ୪ ମନ୍ଦିରର ସୁପରିଚାଳନା ପାଇଁ ସଶକ୍ତ କମିଟି ଗଠନ ହେଉ । ଆନୁଷଙ୍ଗିକ ବ୍ୟବସ୍ଥା ପାଇଁ ମଧ୍ୟ ସଶକ୍ତ କମିଟି ଗଠନ ହେଉ ।

ଗତକାଲି ଲିଙ୍ଗରାଜ ମନ୍ଦିର ସ୍ୱତନ୍ତ୍ର ଆଇନକୁ କ୍ୟାବିନେଟର ମଂଜୁରୀ ମିଳିଛି। ମନ୍ଦିର ପରିଚାଳନା ଏକ କମିଟିକୁ ଦେବା ନେଇ ଅଧ୍ୟାଦେଶକୁ ମଂଜୁରୀ ମିଳିଛି। ଅଧ୍ୟାଦେଶରେ ମନ୍ଦିର ସୁପରିଚାଳନା ନେଇ ବିସ୍ତୃତ ବ୍ୟବସ୍ଥା ହୋଇଛି।
ଏହି ଅଧ୍ୟାଦେଶରେ ମନ୍ଦିରର ସୁପରିଚାଳନା ନିମନ୍ତେ ବିସ୍ତୃତ ଭାବରେ ବ୍ୟବସ୍ଥା କରାଯାଇଅଛି। ଯଥା ପରିଚାଳନା କମିଟି ଗଠନ, କମିଟିର ସଭ୍ୟ ସଂଖ୍ୟା, କିମିଟର ଦାୟିତ୍ବ ଏବଂ କ୍ଷମତା ଉପରେ ଆଲୋକପାତ କରାଯାଇଛି। ଏଥିସହିତ ମନ୍ଦିରର ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ସୁରକ୍ଷା ଏବଂ ପରିଚାଳନା, ସେବାମନଙ୍କର ଭୂମିକା ଓ ଦାୟିତ୍ବ ମନ୍ଦିର ପାଣ୍ଠିର ଗଠନ ଓ ପରିଚାଳନା ଇତାଦ ଉପରେ ବିସ୍ତୃତ ବ୍ୟବସ୍ଥା କରାଯାଇଛି।












Click it and Unblock the Notifications