• search
For Quick Alerts
Turn On Notification  
For Daily Alerts

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଡିଏମ୍‌କେ ସାଂସଦ କାନିମୋଝି କରୁଣାନିଧି

|

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଡିଏମ୍‌କେ ସାଂସଦ କାନିମୋଝି କରୁଣାନିଧି । ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କାନିମୋଝୀ କରୁଣାନିଧି ।

Naveen patnaik

ମୁଖ୍ୟମନ୍ତ୍ରୀଙ୍କୁ କାନିମୋଝି ସାକ୍ଷାତ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିୟାନ ଉପସ୍ଥିତ ରହିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କାନିମୋଝି ଭେଟିବା ସହ ଦୁଇ ରାଜ୍ୟର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ ।

ଏହି ଅବସରରେ ସେ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ଚିଠି ନବୀନ ପଟ୍ଟନାୟକଙ୍କୁ ଦେଇଛନ୍ତି । NEETରେ ଗ୍ରାମାଞ୍ଚଳର ଗରିବ ଛାତ୍ରଛାତ୍ରୀଙ୍କ ସମସ୍ୟା ନେଇ ଚିଠିରେ ଉଲ୍ଲେଖ କରାଯାଇଛି । ସବୁବର୍ଗର ପିଲାଙ୍କୁ ଜାତୀୟ ପ୍ରବେଶିକା ପରୀକ୍ଷାରେ ସୁଯୋଗ ଦେବାକୁ ଦାବି କରାଯାଇଛି । ପୂର୍ବରୁ ମୁଖ୍ୟମନ୍ତ୍ରୀ ଏହି ପ୍ରସଙ୍ଗ କେନ୍ଦ୍ର ନିକଟରେ ଉଠାଇଥିଲେ । NEETରେ ସବୁସ୍ତରର ଛାତ୍ରଛାତ୍ରୀ ଭାଗ ନେଇପାରୁ ନାହାନ୍ତି । ଏପରିକି IIT ଓ UPSC ପରୀକ୍ଷାରେ ମଧ୍ୟ ସମାନ ସମସ୍ୟା ହେଉଛି । ଏଣୁ ସବୁବର୍ଗର ପିଲାଙ୍କୁ ଜାତୀୟ ପ୍ରବେଶିକା ପରୀକ୍ଷାରେ ସୁଯୋଗ ମିଳିବା ନେଇ ଦାବି ଉଠିଛି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
DMK kanimozhi Karunanidhi Kanimozhi met CM Naveen
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X