ବିଜେଡ଼ି ଛାଡ଼ିଲେ ପୂର୍ବତନ ବିଧାୟକ ବଳଭଦ୍ର ମାଝୀ

ଭୁବନେଶ୍ୱର: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ବଳଭଦ୍ର ମାଝୀ । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ବଳଭଦ୍ର । ଦଳ ସଭାପତିଙ୍କୁ ଇସ୍ତଫା ପତ୍ର ପଠାଇଲେ ବଳଭଦ୍ର । ଦଳରେ ଅବହେଳା ଅଭିଯୋଗ କରି ଇସ୍ତଫା ଦେଇଛନ୍ତି ଶ୍ରୀ ମାଝୀ ।

Balabhadra Majhi

ଲୋକସଭା ନିର୍ବାଚନ ଓ ବିଧାନସଭା ନିର୍ବାଚନକୁ ଆଉ ମାତ୍ର କିଛି ମାସ ବାକିଥିବା ବେଳେ ଦଳ ଛାଡିଛନ୍ତି ବଳଭଦ୍ର । ତେବେ ଏତେ ଦିନ ଧରି ଦଳ ପାଇଁ କାମ କରିବାକୁ ସୁଯୋଗ ଦେଇଥିବାରୁ ଧନ୍ୟବାଦ ମଧ୍ୟ ଜଣାଇଛନ୍ତି ।

ବଳଭଦ୍ର ମାଝୀ ଲାଞ୍ଜିଗଡ ଓ ନର୍ଲା ଆସନରୁ 5ଥର ବିଧାୟକ ରହିଛନ୍ତି । ବିଜେଡି ଆରମ୍ଭରୁ ଦଳ ସହ ଥିଲେ ବଳଭଦ୍ର । ଜନତା ଦଳରୁ ଥରେ ବିଧାୟକ ହୋଇଥିବା ବଳଭଦ୍ର ପରବର୍ତ୍ତୀ ସମୟରେ ବିଜେଡି ଟିକେଟରେ 4 ଥର ବିଧାୟକ ହୋଇଥିଲେ ।

ତେବେ 2019 ରେ ବଳଭଦ୍ରଙ୍କ ବଦଳରେ ବିଜେଡି ପ୍ରଦୀପ ଦିଶାରୀଙ୍କୁ ଟିକେଟ ଦେଇଥିଲା । ପ୍ରଦୀପ ଦଳକୁ ବିଜୟ ଭେଟି ଦେଇଥିବା ବେଳେ ବିଜେଡିରେ ବଳଭଦ୍ରଙ୍କର ଗୁରୁତ୍ୱ କମିଥିଲା । 2019 ରୁ 2024 ଯାଏଁ ଦଳରେ ରହିବା ପରେ ଏବେ ଦଳରେ ଅବହେଳା ହେଉଥିବା କହି ବିଜେଡି ଛାଡିଛନ୍ତି ବଳଭଦ୍ର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+