ରଥାଯାତ୍ରା ପାଇଁ ପ୍ରସ୍ତୁତି ବୈଠକ, ଶୃଙ୍ଖଳିତ ରଥଯାତ୍ରା କରିବାକୁ ଫୋକସ
Puri Rath Yatra 2025: ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାକୁ ଶୃଙ୍ଖଳିତ କରିବାକୁ ଡିଜିପିଙ୍କ ଅଧ୍ୟକ୍ଷତାରେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଭୁବନେଶ୍ୱର ସ୍ଥିତ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟରେ ପ୍ରସ୍ତୁତି ବୈଠକ । ଉତ୍ତରା ଛକରୁ ପୁରୀ ଯାଏ ସିସିଟିଭି ଲଗାଇବା ପାଇଁ ଟ୍ରାଫିକ୍ ସମସ୍ୟା ଦୂର କରିବା ପାଇଁ ଫୋକସ କରାଯିବ । ଗାଡି ପାର୍କିଂ, ଶୁଙ୍ଖଳିତ ରଥଟଣା, ବ୍ୟାରିକେଟ୍ ବ୍ୟବସ୍ଥା ଉପରେ ଆଲୋଚନା ହୋଇଥିବା ନେଇ ସୂଚନା ରହିଛି ।

ରଥଯାତ୍ରା ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସବୁବର୍ଷ ପରି ଏଥର ମଧ୍ୟ ରଥଯାତ୍ରା ପାଇଁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବ । ତେବେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଏବଂ ଆଇନଶୃଙ୍ଖଳା ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯିବ ।












Click it and Unblock the Notifications