କରୋନାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ପାହାଡ଼ିଆଙ୍କ ଦେହାନ୍ତ

ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ପାହାଡ଼ିଆଙ୍କ ଦେହାନ୍ତ ହୋଇଛି । କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ 89 ବର୍ଷ ବୟସ ହୋଇଥିଲା ।

ଜୟପୁର : ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ପାହାଡ଼ିଆଙ୍କ ଦେହାନ୍ତ ହୋଇଛି । କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ 89 ବର୍ଷ ବୟସ ହୋଇଥିଲା । ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି ।

jagannath Pahadia

କଂଗ୍ରେସର ହେଭିୱେଟ ଭାବେ ଜଣାଣୁଣା ଜଗନ୍ନାଥଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଠାରୁ ଆରମ୍ଭ କରି ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି । ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଗଭୀର ଶୋକ ପ୍ରକାଶ କରି ଜଗନ୍ନାଥଙ୍କ ପରଲୋକ ତାଙ୍କ ପାଇଁ ବ୍ୟକ୍ତିଗତ କ୍ଷତି ବୋଲି କହିଛନ୍ତି ।

ଦିନିକିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି ରାଜସ୍ଥାନ ସରକାର । ରାଷ୍ଟ୍ରୀୟ ସମ୍ମାନ ସହ ପାହାଡ଼ିଆଙ୍କ ଶେଷକୃତ୍ୟ କରାଯିବା ସହ ଆଜି ଗୋଟିଏ ଦିନ ପାଇଁ ସମସ୍ତ ସରକାରୀ ଅଫିସ ବନ୍ଦ ରହିବ । ରାଜ୍ୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟ ହେବ ବୋଲି ମୁଖ୍ୟମନ୍ତ୍ରୀ ଗେହଲଟ ଘୋଷଣା କରିଛନ୍ତି। ଆଜି ଦିନ ୧୨ଟାରେ ରାଜସ୍ଥାନରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଏହି ସମୟରେ ଜଗନ୍ନାଥ ପାହାଡ଼ିଆଙ୍କ ପାଇଁ ଶୋକସଭା ଆୟୋଜନ କରାଯିବ ବୋଲି ଜଣାପଡ଼ିଛି।

ବରିଷ୍ଠ କଂଗ୍ରେସ ନେତା ତଥା ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ପାହାଡ଼ିଆ 1980 ରୁ 1981 ଯାଏଁ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଥିବା ଜଗନ୍ନାଥ ହରିଆଣା ଓ ବିହାରର ରାଜ୍ୟପାଳ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+