କରୋନାରେ ଚାଲିଗଲେ ମାହାଙ୍ଗା ପୂର୍ବତନ ବିଧାୟକ ବିକ୍ରମ କେଶରୀ ବର୍ମା
କଟକ ଜିଲା ଅର୍ନ୍ତଗତ ମାହାଙ୍ଗାର ପୂର୍ବତନ ବିଧାୟକ ତଥା ବରିଷ୍ଠ ନେତା ବିକ୍ରମ କେଶରୀ ବର୍ମାଙ୍କର ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି ।
ଭୁବନେଶ୍ୱର : କଟକ ଜିଲା ଅର୍ନ୍ତଗତ ମାହାଙ୍ଗାର ପୂର୍ବତନ ବିଧାୟକ ତଥା ବରିଷ୍ଠ ନେତା ବିକ୍ରମ କେଶରୀ ବର୍ମାଙ୍କର ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ 81 ବର୍ଷ ବୟସ ହୋଇଥିଲା । ସେ ସାରସ୍ୱତ ସାଧକ,ବିଶିଷ୍ଟ କବି,ଶିକ୍ଷାବିତ,ପୂର୍ବତନ ବିଧାୟକ ଓ ବିଜୁ ଜନତା ଦଳର ବରିଷ୍ଠ ନେତା ଥିଲେ ।

2004 ରୁ 2009 ପର୍ଯ୍ୟନ୍ତ ମାହାଙ୍ଗାର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ସେହପରି 1996 ରୁ 2000 ମସିହା ପର୍ଯ୍ୟନ୍ତ ରାଜ୍ୟ ବିହନ ନିଗମ ଅଧ୍ୟକ୍ଷ ଥିଲେ । ଜଣେ ଶିକ୍ଷକ ନେତା ଭାବେ ମଧ୍ୟ ବେଶ ଖ୍ୟତି ଅର୍ଜନ କରିଥିଲେ । ତାଙ୍କ ବିୟୋଗ ନେଇ ତାଙ୍କ ଝିଅ କ୍ରିଷ୍ଣା କୁମାରୀ ବର୍ମା ସୂଚନା ଦେଇଛନ୍ତି । ବର୍ମାଙ୍କ ନେତୃତ୍ୱରେ 1994 ରେ ୟୁନାଇଟେଡ ଟିଟର୍ସ ଆଣ୍ଡ ଏମ୍ପଲୋୟି ସଂଘ ତିଆରି ହୋଇଥିଲା ।
More From
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications