ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର; ନିରନ୍ତର ଅବହେଳା ଅଭିଯୋଗ କରି ଦଳ ଛାଡ଼ିଲେ

ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର। ଉତ୍ତର ଭୁବନେଶ୍ବର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର। ନିରନ୍ତର ଅବହେଳା ଅଭିଯୋଗ କରି ଦଳ ଛାଡ଼ିଲେ। ଦଳର ସଭାପତିଙ୍କୁ ପଠାଇଲେ ଇସ୍ତଫା ପତ୍ର।

୨୦୧୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଭୁବନେଶ୍ୱର ଉତ୍ତର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।

ବିଜେଡିରୁ ଇସ୍ତଫା ଦେବା ପରେ ପ୍ରିୟଦର୍ଶୀ ମିଶ୍ର ଗଣମାଧ୍ୟମରେ କହିଛନ୍ତି, ମୁଁ ଛାତ୍ରାବସ୍ଥାରୁ ବିଜୁ ବାବୁଙ୍କ ସହିତ କାମ କରିଛି। ୩୦ ବର୍ଷରୁ ଅଧିକ ସମୟ ଧରି ମୁଁ ନିଷ୍ଠାର ସହିତ ଏହି ଦଳ ପାଇଁ କାମ କରିଛି। କିନ୍ତୁ ଦଳ ମୋତେ କ୍ରମାଗତ ଭାବେ ଅବହେଳା କରିଛି। ତା'ର ପ୍ରତିବାଦରେ ମୁଁ ଆଜି ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛି ।

ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀଙ୍କ ଜ୍ୱାଇଁ ହେଉଛନ୍ତି ପ୍ରିୟଦର୍ଶୀ ମିଶ୍ର । ସେ ୨୦୧୪ରେ ଉତ୍ତର ଭୁବନେଶ୍ୱର ଆସନରୁ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। କିନ୍ତୁ ୨୦୧୯ରେ ତାଙ୍କୁ ଟିକେଟ୍ ଦିଆଯାଇ ନଥିଲା।

ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି ଧନେଶ୍ୱର ମାଝୀ । ପୂର୍ବତନ ବିଧାୟକ ଓ ରାଜ୍ୟସଭା ସାଂସଦ ଧନେଶ୍ୱର ମାଝୀ ହୋଇଛନ୍ତି । ରାଜ୍ୟ କାର୍ଯ୍ୟାଳୟରେ ବିଜେପିରେ ଯୋଗଦେଲେ । କେସିଙ୍ଗା ଓ ନର୍ଲାରୁ ୫ ଥର ବିଧାୟକ ନିର୍ବାଚିତ ହୋଇଥିଲେ । ଥରେ ନିର୍ବାଚିତ ହୋଇ ରାଜ୍ୟସଭା ଯାଇଥିଲେ ଧନେଶ୍ୱର।

Priyadarshi Mishra

ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂହ ଭୋଇ ଆଜି ବିଜେଡିରେ ସାମିଲ ହୋଇଛନ୍ତି । ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବ‌ରେ ସେ ବିଜେଡିରେ ସାମିଲ ହୋଇଛନ୍ତି । ଏହି ସମୟରେ ମନ୍ତ୍ରୀ ଟୁକୁନି ସାହୁ ଓ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

ସୁରେନ୍ଦ୍ର ବଲାଙ୍ଗୀର ଜିଲ୍ଲା ସଭାପତି ଥିଲେ । ସେ ଗୁରୁବାର କଂଗ୍ରେସ ଛାଡ଼ିଥିଲେ । ଶ୍ରୀ ଭୋଇ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ । ସେ ବଲାଙ୍ଗୀର ଜିଲ୍ଲା କଂଗ୍ରେସ କମିଟିର ସଭାପତି ପଦ ମଧ୍ୟ ଛାଡ଼ିଥିଲେ । ଏଥି ସହିତ ସେ ନିଜର ଇସ୍ତଫା ପତ୍ରକୁ ପିସିସି ସଭାପତିଙ୍କ ଜରିଆରେ ଅଖିଳ ଭାରତୀୟ କଂଗ୍ରେସ କମିଟିର ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ପଠାଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+