ରାଜ୍ୟ କଂଗ୍ରେସର ଦୁଇ ଗୋଷ୍ଠୀ ମୁହାଁମୁହିଁ, ପୂର୍ବତନ ଓବିସି ସେଲ୍ ଅଧ୍ୟକ୍ଷଙ୍କୁ ତାଲା
ଭୁବନେଶ୍ୱର ସ୍ଥିତ କଂଗ୍ରେସ ଭବନରେ ଆଜି ମୁହାଁମୁହିଁ ହୋଇଛନ୍ତି ୨ ଗୋଷ୍ଠୀ। ସାଧାରଣ ପରିଷଦ ବୈଠକ ପୂର୍ବରୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଉପସ୍ଥିତିରେ ୨ ଗୋଷ୍ଠୀ ମଧ୍ୟରେ ଠେଲାପେଲା ହୋଇଛି ।
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ କଂଗ୍ରେସ ଭବନରେ ଆଜି ମୁହାଁମୁହିଁ ହୋଇଛନ୍ତି ୨ ଗୋଷ୍ଠୀ। ସାଧାରଣ ପରିଷଦ ବୈଠକ ପୂର୍ବରୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଉପସ୍ଥିତିରେ ୨ ଗୋଷ୍ଠୀ ମଧ୍ୟରେ ଠେଲାପେଲା ହୋଇଛି । ଓବିସି ସେଲ୍ ଅଧ୍ୟକ୍ଷ ବିଷ୍ଣୁ ବାରିକଙ୍କୁ ତାଲା ପକାଇ ଦେଇଥିଲେ ଗୋଟିଏ ଗୋଷ୍ଠୀ। ଦଳ ବିରୋଧୀ କାମ ଅଭିଯୋଗରେ ବିଷ୍ଣୁ ବାରିକଙ୍କ ବିରୋଧରେ ସ୍ବର ଉଠିଛି।

ବିଷ୍ଣୁ ବାରିକ ଦଳ ବିରୋଧୀ କାମ କରୁଛନ୍ତି ଏବଂ ବିଜେଡି ସହ ହାତ ମିଳାଇଥିବା ଅଭିଯୋଗ କରିଛି ଗୋଟିଏ ଗୋଷ୍ଠୀ । ଏହାକୁ ନେଇ ଗଣ୍ଡଗୋଳ ଉଗ୍ର ରୂପ ନେଇଛି । ଏପରିକି ସାଧାରଣ ପରିଷଦ ବୈଠକ ପାଇଁ ହୋଇଥିବା ମଞ୍ଚକୁ ଅନ୍ୟ ଗୋଷ୍ଠୀ ଭାଙ୍ଗି ଦେଇଛନ୍ତି ।
ଗଣ୍ଡଗୋଳକୁ ନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରତିକ୍ରିୟା ରଖି କହିଛନ୍ତି, ତଦନ୍ତ ପରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନିଆଯିବ। କେହି ଶୃଙ୍ଖଳାରୁ ଊର୍ଦ୍ଧ୍ୱ ନୁହନ୍ତି। ଯିଏ ଏହାକୁ ଉଲ୍ଲଘଂନ କରିବା ତା' ବିରୋଧରେ ନିହାତି ଭାବେ କାର୍ଯ୍ୟାନୁଷ୍ଠାନ ନିଆଯିବ।












Click it and Unblock the Notifications