ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, 24 ଘଣ୍ଟାରେ କାଳବୈଶାଖୀ ତାଣ୍ଡବ

ଭୁବନେଶ୍ୱର: ଗତ କିଛି ଦିନ ହେବ ସାରା ରାଜ୍ୟରେ ମୌସୁମୀ ଦୁର୍ବଳ ରହିଛି । ଫଲରେ ବର୍ଷା ପରିମାଣ କମିଛି । ଗୁଳିଗୁଳି ସାଙ୍ଗକୁ ଗରମ ମଧ୍ୟ ଅନୁଭୂତ ହେଲାଣି । ଏହି ସମୟରେ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତାକାଲି ରାଜ୍ୟର ଅଧିକାଂଶ ଜିଲ୍ଲା ଗୁଡିକରେ କାଳବୈଶାଖୀ ଜନିତ ଝଡ଼ବର୍ଷା ହୋଇପାରେ ।

rain

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳରେ ସମୁଦ୍ର ପତ୍ତନଠାରୁ 0.9 କିମି ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ସେପ୍ଟେମ୍ବର 4 ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବାୟୁ ଚଳନରେ ପରିବର୍ତ୍ତନ ସମ୍ଭାବନା ରହିଛି । ଏହା ଫଳରେ ଆଗାମୀ 5 ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି । ଏହା ସହିତ 3 ତାରିଖ ଠାରୁ ରାଜ୍ୟରେ ବର୍ଷା ପରିମାଣ ବଢିବ ବୋଲି ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ଆସନ୍ତା 24 ଘଣ୍ଟା ମଧ୍ୟରେ ସେପ୍ଟେମ୍ବର 1 ତାରିଖ ଅପରାହ୍ନ ସୁଦ୍ଧା ରାଜ୍ୟର 23 ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି । ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଦେବଗଡ଼, ବୌଦ୍ଧ, ଢ଼େଙ୍କାନାଳ, ଅନୁଗୁଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି କନ୍ଧମାଳ, ରାୟଗଡ଼ା, ସମ୍ବଲପୁର, କୋରାପୁଟ ଓ ମାଲକାନଗିରି ପ୍ରଭୃତି 23 ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
2 ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ସମ୍ୱଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏହା ପରେ 3 ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ନୟାଗଡ଼, ଗଞ୍ଜାମ, କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେହିପରି ମାଲକାନଗିରି, କୋରାପୁଟ, ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+