ଜୟଦେବ ଜେନାଙ୍କ ପୁଅ ସଂଗ୍ରାମ ଜେନାଙ୍କ କରୋନାରେ ମୃତ୍ୟୁ

ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କ ପୁଅ ସଂଗ୍ରାମ ଜେନାଙ୍କ କରୋନାରେ ମୃତ୍ୟୁ ହୋଇଯାଇଛି । ସଂଗ୍ରାମ ଅନେକ ଦିନରୁ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଥିଲେ।

ଭୁବନେଶ୍ୱର: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କ ପୁଅ ସଂଗ୍ରାମ ଜେନାଙ୍କ କରୋନାରେ ମୃତ୍ୟୁ ହୋଇଯାଇଛି । ସଂଗ୍ରାମ ଅନେକ ଦିନରୁ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଥିଲେ। ତେବେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହେଇଛି। ମୃତ୍ୟୁ ସମୟରେ ସଂଗ୍ରାମଙ୍କୁ ୪୩ ବର୍ଷ ବୟସ ହୋଇଥିଲା।

Sangram Jena

ତାଙ୍କ ସାନ ଭାଇ ମନୋଜ ଜେନା ଏହି ସୂଚନା ଦେଇଛନ୍ତି। ସେ କୋଭିଡ୍‌ରେ ଆକ୍ରାନ୍ତ ହୋଇ ହାଇଦ୍ରାବାଦରେ ଚିକିତ୍ସିତ ହେଉଥିଲେ। ୮୪ ଦିନ ହେଲା ଇକ୍‌ମୋ ଚିକିତ୍ସାରେ ରହିଥିଲେ। ତାଙ୍କ ଅବସ୍ଥାରେ ସୁଧାର ମଧ୍ୟ ଆସିଥିଲା। ତେବେ ଆଜି ସକାଳେ ତାଙ୍କର ହୃଦ୍‌ଘାତରେ ପରଲୋକ ହୋଇଛି।

କୋଭିଡ୍‌ରେ ଆକ୍ରାନ୍ତ ହୋଇ ଗୁରୁତର ହେବା ପରେ ମେ' ମାସ ଶେଷ ସପ୍ତାହରେ ତାଙ୍କୁ ଏୟାର ଆମ୍ବୁଲାନ୍ସ ଯୋଗେ ହାଇଦ୍ରାବାଦ ନିଆଯାଇଥିଲା। ତା'ପୂର୍ବରୁ ଓଡ଼ିଶାରେ ୩ ସପ୍ତାହରୁ ଅଧିକ ଦିନ ଧରି ଏକ ଘରୋଇ ହସ୍‌ପିଟାଲ୍‌ରେ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା।
ମିଳିଥିବା ସୂଚନା ଅନୁଯାୟୀ, ଆଜି ସନ୍ଧ୍ୟାରେ ସଂଗ୍ରାମଙ୍କ ମୃତଦେହକୁ ହାଇଦ୍ରାବାଦରୁ ଭୁବନେଶ୍ୱର ଅଣାଯିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+