ଝାରସୁଗୁଡା ଉପନିର୍ବାଚନ: ବିଜୟ ପରେ ଫୋନ୍ କରି ଦୀପାଳିଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଝାରସୁଗୁଡ଼ା: ଝାରସୁଗୁଡା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ବିପୁଳ ବିଜୟ ପରେ ତାଙ୍କ ସହ ମୁଖ୍ୟମନ୍ତ୍ରୀ ଫୋନ ଯୋଗେ କଥାବାର୍ତ୍ତା ହୋଇ ଅଭିନନ୍ଦନ ଜଣାଇଛନ୍ତି । ଏହି ବିଜୟ ସହ ଝାରସୁଗୁଡାର ବିକାଶ ପ୍ରକ୍ରିୟାକୁ ତ୍ୱରାନିତ୍ୱ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
ଏହି ବିଜୟ ସହ ଝାରସୁଗୁଡ଼ାର ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କୁ ପରାମର୍ଶ ଦେଇଛନ୍ତି । ବିଜେଡି ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ବିଜୟ କରାଇଥିବାରୁ ଝାରସୁଗୁଡ଼ାବାସୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜଣାଇଛନ୍ତି ।

ମୁଖ୍ୟମନ୍ତ୍ରୀ ଟ୍ବିଟ କରି ଲେଖିଛନ୍ତି ଯେ, ଝାରସୁଗୁଡ଼ା ଉପନିର୍ବାଚନରେ ଅକୁଣ୍ଠ ସମର୍ଥନ ଦେଇ ବିଜେଡି଼କୁ ଐତିହାସିକ ବିଜୟ ଦେଇଥିବାରୁ ସମସ୍ତଙ୍କୁ ମୋର ଆନ୍ତରିକ ଧନ୍ୟବାଦ ଜଣାଉଛି। ଏହି ବିଜୟ ହେଉଛି ଆପଣମାନଙ୍କ ଭଲପାଇବା ଓ କର୍ମୀ ଭାଇଭଉଣୀଙ୍କ ନିଷ୍ଠାପର ଉଦ୍ୟମର ବିଜୟ। ଓଡ଼ିଶାକୁ ବିକାଶର ଶିଖରରେ ପହଞ୍ଚାଇବା ପାଇଁ ଏହା ଆମ ସଙ୍କଳ୍ପକୁ ଆହୁରି ଦୃଢ କରୁଛି ।
ସେହିଭଳି ଝାରସୁଗୁଡାରେ ବିଜୟ ହାସଲ ପରେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଦୀପାଳି ଦାସ । ମୁଖ୍ୟମନ୍ତ୍ରୀ ଓ ଝାରସୁଗୁଡାବାସୀଙ୍କ ଆଶୀର୍ବାଦ ବଳରେ ବିଜୟ ହୋଇଥିବା କହିଛନ୍ତି ଦୀପାଳି । ବାପାଙ୍କୁ ଓ ମୁଖ୍ୟମନ୍ତ୍ରୀଙ୍କୁ ଝାରସୁଗୁଡାବାସୀ କେତେ ଭଲପାଆନ୍ତି ତାହାର ଉତ୍ତର ଦେଇଦେଲେ ଝାରସୁଗୁଡାବାସୀ । ବିଜେଡି ସବୁବେଳେ ବିକାଶ ପାଇଁ ଲଢିଛି, ବିକାଶକୁ ପ୍ରାଥମିକତା ଦେଇଛି । ଏ ଅଞ୍ଚଳରେ ବିକାଶ ପୁରୁଷଙ୍କ ପାଦ ପଡିଛି । ତେଣୁ ଝାରସୁଗୁଡାକୁ ବିକାଶ ପଥରେ ଆଗେଇ ନେବାକୁ କେହି ଅଟକାଇ ପାରିବେନି । ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଝାରସୁଗୁଡାକୁ ବିକାଶ ପଥରେ ଆଗେଇ ନେବି ବୋଲି କହିଛନ୍ତି ଦୀପାଳି ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications