ଆସନ୍ତା ୭ରେ ଝାରସୁଗୁଡା ପ୍ରଚାର ମୈଦାନକୁ ଓହ୍ଲାଇବେ ନବୀନ !
ଝାରସୁଗୁଡା: ଝାରସୁଗୁଡା ପ୍ରଚାର ମୈଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଆସନ୍ତା ୭ ତାରିଖରେ ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ା ଯାଇପାରନ୍ତି । ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ପାଇଁ ପ୍ରଚାର କରିବେ ନବୀନ ।
ଆସନ୍ତା ୭ ତାରିଖରେ ନିର୍ବାଚନୀ ସଭାରେ ଦୀପାଳିଙ୍କ ପାଇଁ ଭୋଟ ମାଗିବେ ନବୀନ । ତେବେ ଏନେଇ ବିଜେଡି ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।

ସୂଚନାଥାଉ କି, ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଆସନ୍ତା ୮ ତାରିଖରେ ପ୍ରଚାର ଶେଷ ହେବାକୁ ଥିବା ବେଳେ ତିନି ପ୍ରମୁଖ ରାଜନୈତିକ ଦଳ ବିଜେପି, ବିଜେଡି ଓ କଂଗ୍ରେସ ନିଜ ସମର୍ଥକଙ୍କୁ ନେଇ ଜୋରଦାର ପ୍ରଚାର ଚଳାଇଛନ୍ତି । ଆଗକୁ ହେଭିୱେଟ ନେତାଙ୍କ ପ୍ରଚାରରେ କମ୍ପିବ ଝାରସୁଗୁଡା ପ୍ରଚାର ମୈଦାନ ।
ଉଲ୍ଲେଖଥାଉ କି, ଝାରସୁଗୁଡା ଉପ ନିର୍ବାଚନ ପାଇଁ ବିଜେଡିରୁ ଦୀପାଳି ଦାସ, କଂଗ୍ରେସରୁ ତରୁଣ ପାଣ୍ଡେ ଓ ବିଜେପିରୁ ଟଙ୍କଧର ତ୍ରିପାଠୀ ପ୍ରାର୍ଥୀ ହୋଇଛନ୍ତି । ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳର ୩ ନୂଆ ଚେହେରା ଉପ-ନିର୍ବାଚନ ମୈଦାନକୁ ଓହ୍ଲାଇଛନ୍ତି ।
ଝାରସୁଗୁଡା ଉପ ନିର୍ବାଚନ ପାଇଁ ଆସନ୍ତା ମେ' ୮ ତାରିଖରେ ପ୍ରଚାର ଶେଷ ହେବ । ମେ ୧୦ରେ ଭୋଟଗ୍ରହଣ କରାଯିବ । ସକାଳ ୭ରୁ ସନ୍ଧ୍ୟା ୬ଟା ଯାଏ ଭୋଟ୍ ଦେବେ ଝାରସୁଗୁଡ଼ା ଭୋଟର । ମେ ୧୩ରେ ଭୋଟ ଗଣତି ଓ ଫଳାଫଳ ଘୋଷଣା କରାଯିବ ।
ଗତ ଜାନୁଆରୀ ୨୯ ତାରିଖରେ ବ୍ରଜରାଜନଗରରେ ତତକାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ପରେ ଝାରସୁଗୁଡ଼ା ଆସନ ଖାଲି ପଡିଛି । ନବ ଦାସଙ୍କ ଗୁଳି କରି ହତ୍ୟା କରାଯାଇଥିଲା । ଏହି ଘଟଣାରେ ପୋଲିସ ଏଏସଆଇ ଗୋପାଳ ଦାସଙ୍କୁ ଗିରଫ କରାଯାଇଛି ।












Click it and Unblock the Notifications