ଝାରସୁଗୁଡା ଉପନିର୍ବାଚନ: ଆଜି ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ

ଝାରସୁଗୁଡା:ଝାରସୁଗୁଡା ଉପନିର୍ବାଚନ ପାଇଁ ହାଇଭୋଲଟେଜ୍ ପ୍ରଚାର । ଆଉ ମାତ୍ର ଦୁଇଦିନ ପରେ ନିଜ ମନ ପସନ୍ଦ ନେତା ବାଛିବେ ଝାରସୁଗୁଡାବାସୀ । ୮ ତାରିଖ ଅର୍ଥାତ୍ ଆସନ୍ତା କାଲି ପ୍ରଚାର ଶେଷ ହେବାକୁ ଥିବା ବେଳେ ତିନି ପ୍ରମୁଖ ରାଜନୈତିକ ଦଳ ବିଜେପି, ବିଜେଡି ଓ କଂଗ୍ରେସ ନିଜ ସମର୍ଥକଙ୍କୁ ନେଇ ଜୋରଦାର ପ୍ରଚାର ଚଳାଇଛନ୍ତି ।

ଆଜି ବିଜେଡି ପକ୍ଷରୁ କ୍ଷୋଦ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଚାର ମଇଦାନକୁ ଓହ୍ଲାଇବା ବେଳେ ବିଜେପି ପାଇଁ ପ୍ରଚାର ମଙ୍ଗ ଧରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଜି ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିନ କରିବାର କାର୍ଯ୍ୟକ୍ରମ ରହିଛି ।

 jharsuguda by election

ସୂଚନାଅନୁସାରେ, ଅପରାହ୍ନ ୩ ଟା ୪୫ରେ ବିମାନ ଯୋଗେ ବାହାରି ଝାରସୁଗୁଡ଼ା ବିମାନ ବନ୍ଦରରେ ୪ ଟା ୩୦ରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ । ଜେଲ୍ ପାଖ ଅମନିପାଲି ପଡିଆରେ ଏକ ସାଧାରଣ ସଭାକୁ ଯାଇ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି ।

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଆଜି ଝାରସୁଗୁଡ଼ା ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ପାଇଁ ଭୋଟ୍ ମାଗିବେ । ସକାଳ ୧୦ଟା ୩୦ ସମୟରେ କୋଲାବିରା ବ୍ଲକରେ ଏକ ସାଧାରଣ ସଭାରେ ଉଦବୋଧନ ଦେବେ । ଅପରାହ୍ନ ୪ଟାରେ ଝାରସୁଗୁଡ଼ା ସହର ବସଷ୍ଟାଣ୍ତଠାରେ ରୋଡ ସୋ' କରିବାର କାର୍ଯ୍ୟକ୍ରମ ରହିଛି ।

ଝାରସୁଗୁଡା ଉପ ନିର୍ବାଚନ ପାଇଁ ଆସନ୍ତା ମେ' ୮ ତାରିଖରେ ପ୍ରଚାର ଶେଷ ହେବ । ମେ ୧୦ରେ ଭୋଟଗ୍ରହଣ କରାଯିବ । ସକାଳ ୭ରୁ ସନ୍ଧ୍ୟା ୬ଟା ଯାଏ ଭୋଟ୍ ଦେବେ ଝାରସୁଗୁଡ଼ା ଭୋଟର । ମେ ୧୩ରେ ଭୋଟ ଗଣତି ଓ ଫଳାଫଳ ଘୋଷଣା କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+