ଝାରସୁଗୁଡା ଉପନିର୍ବାଚନ: ଆସନ୍ତାକାଲି ପ୍ରଚାର ମୈଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ !
ଝାରସୁଗୁଡା:ଝାରସୁଗୁଡା ଉପନିର୍ବାଚନ । ଆସନ୍ତାକାଲି ପ୍ରଚାର ମୈଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ୭ ତାରିଖରେ ଝାରସୁଗୁଡ଼ା ଯାଇ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ପାଇଁ ପ୍ରଚାର କରିବେ ନବୀନ ।
ସୂଚନା ଅନୁସାରେ, ଅପରାହ୍ନ ୪ ଟାରେ ଝାରୁସୁଗୁଡ଼ାରେ ଆୟୋଜିତ ଏକ ସଭାରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ପରେ ୫ ଟା ୫୦ରେ
ଭୁବନେଶ୍ୱର ଫେରିଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ଏନେଇ ବିଜେଡି ପକ୍ଷରୁ ବର୍ତ୍ତମାନ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।

ସୂଚନାଥାଉ କି, ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଆସନ୍ତା ୮ ତାରିଖରେ ପ୍ରଚାର ଶେଷ ହେବାକୁ ଥିବା ବେଳେ ତିନି ପ୍ରମୁଖ ରାଜନୈତିକ ଦଳ ବିଜେପି, ବିଜେଡି ଓ କଂଗ୍ରେସ ନିଜ ସମର୍ଥକଙ୍କୁ ନେଇ ଜୋରଦାର ପ୍ରଚାର ଚଳାଇଛନ୍ତି । ଆଗକୁ ହେଭିୱେଟ ନେତାଙ୍କ ପ୍ରଚାରରେ କମ୍ପିବ ଝାରସୁଗୁଡା ପ୍ରଚାର ମୈଦାନ ।
ଝାରସୁଗୁଡା ଉପ ନିର୍ବାଚନ ପାଇଁ ଆସନ୍ତା ମେ' ୮ ତାରିଖରେ ପ୍ରଚାର ଶେଷ ହେବ । ମେ ୧୦ରେ ଭୋଟଗ୍ରହଣ କରାଯିବ । ସକାଳ ୭ରୁ ସନ୍ଧ୍ୟା ୬ଟା ଯାଏ ଭୋଟ୍ ଦେବେ ଝାରସୁଗୁଡ଼ା ଭୋଟର । ମେ ୧୩ରେ ଭୋଟ ଗଣତି ଓ ଫଳାଫଳ ଘୋଷଣା କରାଯିବ ।












Click it and Unblock the Notifications