କଳାହାଣ୍ଡି ଗରିବୀର ପରୀକ୍ଷାଗାର ନୁହେଁ, ବିକାଶର ମଡେଲ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆଜି ଦିନିକିଆ କଳାହାଣ୍ଡି ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 2085 କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି । ଏଥିସହ ଜୟପାଟଣା ବ୍ଲକର ମଙ୍ଗଳପୁର ଠାରେ ଆୟୋଜିତ ସାଧାରଣ ସଭାରେ ଉଦବୋଧନ ଦେଇଛନ୍ତି ।
ଭୁବନେଶ୍ବର : ଆଜି ଦିନିକିଆ କଳାହାଣ୍ଡି ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 2085 କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି । ଏଥିସହ ଜୟପାଟଣା ବ୍ଲକର ମଙ୍ଗଳପୁର ଠାରେ ଆୟୋଜିତ ସାଧାରଣ ସଭାରେ ଉଦବୋଧନ ଦେଇଛନ୍ତି । କଳାହାଣ୍ଡି ଗରିବୀର ପରୀକ୍ଷାଗାର ନୁହେଁ, ଆଜି ବିକାଶର ମଡେଲ ହୋଇପାରିଛି ବୋଲି ଏହି ଅବସରରେ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆହୁରି ମଧ୍ୟ କଳାହାଣ୍ଡିର ରୂପାନ୍ତରର ସବୁ ଶ୍ରେୟ ହେଉଛି ଇନ୍ଦ୍ରାବତୀ ନଦୀ । ଏଥିପାଇଁ ଆଗାମୀ ଦିନରେ କଳାହାଣ୍ଡିରେ ହେବ ଇନ୍ଦ୍ରାବତୀ ମ୍ୟୁଜିଅମ, ପାର୍କ ଓ ମନ୍ଦିର । ଏହି ଇନ୍ଦ୍ରାବତୀ ମ୍ୟୁଜିୟମ୍ କହିବ କଳାହାଣ୍ଡି ବିକାଶର କାହାଣୀ ବୋଲି ଏହି ଅବସରରେ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ।
ବିଜୁ ପଟ୍ଟନାୟକଙ୍କୁ ମନେ ପକାଇଲେ ନବୀନ

ଭୋକର ଭୂଗୋଳରୁ ଭାତହାଣ୍ଡି

କମିଛି ଶିଶୁ ମୃତ୍ୟୁ ହାର
2000 ମସିହାରେ କଳାହାଣ୍ଡିରେ ଶିଶୁ ମୃତ୍ୟୁ ହାର ପ୍ରତି ହଜାରରେ 76 ଥିବାବେଳେ, ମାତୃ ମୃତ୍ୟୁ ହାର 432
ଥିଲା । ରାଜ୍ୟ ସରକାରଙ୍କର ସ୍ବତନ୍ତ୍ର କାର୍ଯ୍ୟକ୍ରମ ଯୋଗୁ ଆଜି ଏହି ହାର କମିଛି ଏବଂ ଆମେ ବହୁ ସଂଖ୍ୟାରେ ଶିଶୁ ଓ ମା ମାନଙ୍କର ଜୀବନ ରକ୍ଷା କରିପାରିଛୁ ବୋଲି ଆଜି ସାଧାରଣ ସଭାରେ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆଜିର ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ,ମନ୍ତ୍ରୀ ଶ୍ରୀ ରଘୁନଦନ ଦାଶ ମନ୍ତ୍ରୀ ଶ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ସମେତ ଅନେକ ବିଧାୟକ ଓ ନେତା ଉପସ୍ଥିତ ଥିଲେ ।












Click it and Unblock the Notifications