ରାଜ୍ୟ କ୍ୟାବିନେଟର ନିଷ୍ପତିକୁ ନେଇ ପ୍ରଶ୍ନ ଉଠାଇଲେ ଲେଖାଶ୍ରୀ
ସାମ୍ବିଧାନିକ ବ୍ୟବସ୍ଥା ସତ୍ୱେ ରାଜ୍ୟ ସରକାର ଓବିସି ବର୍ଗ ତଥା ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗର ଲୋକଙ୍କୁ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ସମ୍ବିଧାନ ଅନୁମୋଦିତ ପଦକ୍ଷେପ କାହିଁକି ନେଉନାହାନ୍ତି ବୋଲି ବିଜେପି ରାଜ୍ୟ ସଂପାଦିକା ଲେଖାଶ୍ରୀ ସାମନ୍ତସିଂହାର ପ୍ରଶ୍ନ କ
ଭୁବନେଶ୍ୱର: ରାଜ୍ୟ ସରକାର ସରକାରୀ ହାଇସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଡାକ୍ତରୀ ଓ ଇଞ୍ଜିନିୟରିଂ ଭଳି ଉଚ୍ଚଶିକ୍ଷାରେ ସ୍ଥାନ ସଂରକ୍ଷଣ କରିବାକୁ କ୍ୟାବିନେଟରେ ସଂକଳ୍ପ ପାରିତ କରିଛନ୍ତି । ମାତ୍ର ସାମ୍ବିଧାନିକ ବ୍ୟବସ୍ଥା ସତ୍ୱେ ରାଜ୍ୟ ସରକାର ଓବିସି ବର୍ଗ
ତଥା ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗର ଲୋକଙ୍କୁ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ସମ୍ବିଧାନ ଅନୁମୋଦିତ ପଦକ୍ଷେପ କାହିଁକି ନେଉନାହାନ୍ତି ବୋଲି ବିଜେପି ରାଜ୍ୟ ସଂପାଦିକା ଲେଖାଶ୍ରୀ ସାମନ୍ତସିଂହାର ପ୍ରଶ୍ନ କରିଛନ୍ତି ।
ମୋଦି ସରକାର ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗଙ୍କ ପାଇଁ ଚାକିରି ଓ ଶିକ୍ଷା କ୍ଷେତ୍ରରେ ୧୦ ପ୍ରତିଶତ ସଂରକ୍ଷଣର ବ୍ୟବସ୍ଥା କରିବା ପାଇଁ ଆଇନ ପ୍ରଣୟନ କରିଥିଲେ ମଧ୍ୟ ରାଜ୍ୟସରକାର ଏପର୍ଯ୍ୟନ୍ତ ଏହାକୁ କାର୍ଯ୍ୟକାରୀ କରିନାହାନ୍ତି । ତେବେ ଦେଖିବାକୁ ଗଲେ ଓଡିଶାର ସମସ୍ତ ସରକାରୀ ସ୍କୁଲରେ ଅଧିକାଂଶ ଓବିସି ତଥା ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗର ପରିବାରର ପିଲାମାନେ ମାନେ ହିଁ ପାଠ ପଢୁଛନ୍ତି ।

ଏହି ସମ୍ବନ୍ଧରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୨୦୨୦ ମସିହା ଜାନୁଆରୀ ୧୫ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ରାଜ୍ୟରେ ଏହି ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିବାକୁ ଅନୁରୋଧ କରିଥିଲେ । ଏହାକୁ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ବିଧାନସଭାରେ ବିଶେଷ ଅଧିବେଶନ ଡାକି ବିଲ୍ ପାସ କରି ଉପରୋକ୍ତ ଦୁଇଟି ବର୍ଗରେ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିବା ପାଇଁ ଲେଖାଶ୍ରୀ ଦାବି କରିଛନ୍ତି ।
ସମ୍ବିଧାନର ଧାରା ୧୫(୪) ଓ ୧୬(୪) ବଳରେ କେନ୍ଦ୍ର ସରକାର ଓବିସି ବର୍ଗଙ୍କୁ ଚାକିରି ଓ ଶିକ୍ଷା କ୍ଷେତ୍ରରେ ୨୭ ପ୍ରତିଶତ ସଂରକ୍ଷଣ ସୁବିଧା ଦେଇଛନ୍ତି । ଏହାକୁ ମାନ୍ୟବର ଉଚ୍ଚତମ ନ୍ୟାୟାଳୟ ମଧ୍ୟ ବୈଧ ଘୋଷଣା କରିଛନ୍ତି । ମାତ୍ର ଦେଶରେ ଦୀର୍ଘ ୩୦ ବର୍ଷ ଧରି
ଏହା ଲାଗୁ ହେଲା ପରେ ମଧ୍ୟ ଓଡିଶା ସରକାର ଓବିସିଙ୍କୁ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ଓ ଏସଇବିସିଙ୍କୁ ଶିକ୍ଷା କ୍ଷେତ୍ରରେ କ'ଣ ପାଇଁ ସଂରକ୍ଷଣ ଦେଉନାହାନ୍ତି ବୋଲି ପ୍ରଶ୍ନ କରିଛନ୍ତି ଲେଖାଶ୍ରୀ ।












Click it and Unblock the Notifications