Get Updates
Get notified of breaking news, exclusive insights, and must-see stories!

ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ ପ୍ରକାଶ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ଦଳୀୟ କର୍ମୀ ଓ ହଜାର ହଜାର ସମର୍ଥକଙ୍କ ସହ ଏକ ବିଶାଳ ଶୋଭାଯାତ୍ରାରେ ଆସି ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡିର ସାଙ୍ଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ।

ସମ୍ବଲପୁର ବିଧାୟକ ପ୍ରାର୍ଥୀ ରୋହିତ ପୂଜାରୀଙ୍କ ସହ ମିଶି ରୋଡ ସୋ'ରେ ଆସିଥିଲେ ବବି ଦାସ । ବାଲିବନ୍ଧରୁ ବାହାଥିବା ଶୋଭାଯାତ୍ରା ପରେ କୁଞ୍ଜେଲପଡ଼ା, ଝାଡୁଆପଦା, ନନ୍ଦପଡ଼ା, ଅଲତାପଡ଼ା, ଦଳେଇପଡ଼ା, ମ୍ୟୁନିସିପାଲିଟି ଛକ ଦେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲା ।

ପ୍ରଣବ ପ୍ରକାଶ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି, ମୁଁ ନିଶ୍ଚିତ ଯେ ତୁମେ ବିଜୟ ହାସଲ କରିବ ।

pranab praksh

ଅନ୍ୟପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ମଧ୍ୟ ଆଜି ନାମାଙ୍କନପତ୍ର ଦାଖଲ କରିବେ । ହିଞ୍ଜିଳି ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ଆଜି ଗଞ୍ଜାମରେ ପହଞ୍ଚି ତାରାତାରିଣୀଙ୍କ ଦର୍ଶନ କରିବା ସହ ଆଶୀର୍ବାଦ ନେଇଛନ୍ତି । ତାରାତାରିଣୀଙ୍କୁ ଦର୍ଶନ କରିବା ପରେ ମୁଖ୍ୟମନ୍ତ୍ରୀ ନାମାଙ୍କନପତ୍ର ଦାଖଲ ପାଇଁ ଛତ୍ରପୁର ଅଭିମୁଖେ ବାହାରିଛନ୍ତି ।

୨୦୦୯ ମସିହାରୁ ଲଗାତାର ତିନି ଥର ଯାଜପୁର ବିଧାନସଭାରୁ ବିପୁଳ ଭୋଟରେ ସେ ବିଜୟୀ ହୋଇଛନ୍ତି । ନବୀନଙ୍କ ଆଦର୍ଶକୁ ଗ୍ରହଣ କରି ଓଡ଼ିଶାବାସୀଙ୍କ ସେବାରେ ନିଜକୁ ସମର୍ପି ଦେଇଛନ୍ତି ପ୍ରଣବ । ଏମିତିକି ମନ୍ତ୍ରୀ ପଦରୁ ନିଜେ ଇସ୍ତଫା ଦେଇ ଦଳର ସଂଗଠନ କଥା ବୁଝି ସେ ସବୁ କର୍ମୀ ଓ ନେତାଙ୍କ ପାଇଁ ଆଦର୍ଶ ପାଲଟିଥିଲେ ।

ସମ୍ବଲପୁରରେ ନିରନ୍ତର ବିକାଶ ପାଇଁ ବିଜେଡି ପ୍ରତି ସମର୍ଥନ ଅଧିକ ଥିବା ରାଜନୈତିକ ସମୀକ୍ଷକ ଆକଳନ କରୁଛି । ସମ୍ବଲପୁର ଲୋକସଭା ନିର୍ବାଚନମଣ୍ଡଳୀରେ ବିଜେପିରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କଂଗ୍ରେସରୁ ନଗେନ୍ଦ୍ର ପ୍ରଧାନ ମଇଦାନକୁ ଓହ୍ଲାଇଛନ୍ତି । ଏଣୁ କଡ଼ା ଟକ୍କର ହେବା ରାଜନୈତିକ ସମୀକ୍ଷକମାନେ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+