ଲୋକସଭା ନିର୍ବାଚନ ୨୦୨୪; ଆଜି ନାମାଙ୍କନ ପତ୍ର ଦାଖଲ କରିବେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ

ସମ୍ବଲପୁର ସାଂସଦ ପ୍ରାର୍ଥୀ ଭାବେ ଆଜି ନାମାଙ୍କନ ପତ୍ର ଦାଖଲ କରିବେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ । ବିରାଟ ଶୋଭାଯାତ୍ରାରେ ଯାଇ ପ୍ରାର୍ଥିପତ୍ର ଦାଖଲ କରିବେ ପ୍ରଣବ । ସକାଳ ୯ଟାରେ ବାଲିବନ୍ଧାରୁ ରାଲି କରି ଜିଲ୍ଲାପାଳଙ୍କ କାର୍ଯ୍ଯାଳୟକୁ ଯିବେ ପ୍ରଣବ । ସେଠାରେ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ପ୍ରାର୍ଥିପତ୍ର ଦାଖଲ କରିବେ ।

ଗତକିଛି ଦିନ ହେଲା ପ୍ରଣବ ପ୍ରକାଶ ଆକ୍ରମଣାତ୍ମକ ଶୈଳୀରେ ନିଜର ପ୍ରଚାର ଆରମ୍ଭ କରିଛନ୍ତି । ନୂଆ, ପୁରୁଣା ସମସ୍ତ କର୍ମୀ ଓ ଦଳୀୟ ସମର୍ଥକଙ୍କ ମଧ୍ୟରେ ଉତ୍ସାହ ବଢ଼ାଇବା ସହିତ ବିଜେଡିକୁ ବିଜୟୀ କରିବାକୁ ଆହ୍ବାନ ଦେଇଛନ୍ତି ।

pranab praksh

ଦ୍ବିତୀୟ ଥର ବିଧାୟକ ଭାବରେ ବିଜୟୀ ହେବାପରେ ପ୍ରଣବଙ୍କୁ ନିଜ ମନ୍ତ୍ରୀ ମଣ୍ଡଳରେ ସାମିଲ କରିଥିଲେ ନବୀନ । ଶକ୍ତି ମନ୍ତ୍ରୀ ଭାବେ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ଦେଇଛନ୍ତି । ପ୍ରଣବ ମଧ୍ଯ ବେଶ୍ ଦକ୍ଷତାର ସହ ଦାୟିତ୍ବ ତୁଲାଇଥିଲେ । ହେଲେ ପରବର୍ତ୍ତୀ ସମୟରେ ନିଜ ଆଡ଼ୁ ମନ୍ତ୍ରୀ ପଦରୁ ଇସ୍ତଫା ଦେଇ ସଂଗଠନ କଥା ବୁଝିଥିଲେ ପ୍ରଣବ । ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଣବଙ୍କୁ ଦଳର ସାଂଗଠନିକ ସଂପାଦକ ଭାବେ ନିଯୁକ୍ତି ଦେଇଛନ୍ତି ।

୨୦୦୯ ମସିହାରୁ ଲଗାତାର ତିନି ଥର ଯାଜପୁର ବିଧାନସଭାରୁ ବିପୁଳ ଭୋଟରେ ସେ ବିଜୟୀ ହୋଇଛନ୍ତି । ନବୀନଙ୍କ ଆଦର୍ଶକୁ ଗ୍ରହଣ କରି ଓଡ଼ିଶାବାସୀଙ୍କ ସେବାରେ ନିଜକୁ ସମର୍ପି ଦେଇଛନ୍ତି ପ୍ରଣବ । ଏମିତିକି ମନ୍ତ୍ରୀ ପଦରୁ ନିଜେ ଇସ୍ତଫା ଦେଇ ଦଳର ସଂଗଠନ କଥା ବୁଝି ସେ ସବୁ କର୍ମୀ ଓ ନେତାଙ୍କ ପାଇଁ ଆଦର୍ଶ ପାଲଟିଥିଲେ ।

ସମ୍ବଲପୁରରେ ନିରନ୍ତର ବିକାଶ ପାଇଁ ବିଜେଡି ପ୍ରତି ସମର୍ଥନ ଅଧିକ ଥିବା ରାଜନୈତିକ ସମୀକ୍ଷକ ଆକଳନ କରୁଛି । ସମ୍ବଲପୁର ଲୋକସଭା ନିର୍ବାଚନମଣ୍ଡଳୀରେ ବିଜେପିରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କଂଗ୍ରେସରୁ ନଗେନ୍ଦ୍ର ପ୍ରଧାନ ମଇଦାନକୁ ଓହ୍ଲାଇଛନ୍ତି । ଏଣୁ କଡ଼ା ଟକ୍କର ହେବା ରାଜନୈତିକ ସମୀକ୍ଷକମାନେ କହିଛନ୍ତି ।

ଉଭୟଙ୍କ ପକ୍ଷରୁ ଜୋରଦାର ବାକ୍‌ଯୁଦ୍ଧ ଚାଲିଛି । ଆଜି ପ୍ରଣବ ପ୍ରକାଶ ବିଶାଳ ଶୋଭାଯାତ୍ରାରେ ଯାଇ ନାମାଙ୍କନପତ୍ର ଦାଖଲ କରିବେ। ଆସନ୍ତା ୨ ତାରିଖ ଦିନ ଧର୍ମେନ୍ଦ୍ର ନାମାଙ୍କନପତ୍ର ଦାଖଲ କରିବେ ବୋଲି ଜଣାପଡ଼ିଛି । ନାମାଙ୍କନପତ୍ର ଦାଖଲ ପରେ ଲଢ଼େଇ ଆହୁରି ତୀବ୍ର ହେବ ବୋଲି ଅନୁମାନ କରାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+