Get Updates
Get notified of breaking news, exclusive insights, and must-see stories!

ବିଜେଡିରୁ ଇସ୍ତଫା ଦେଲେ ସାଂସଦ ଅନୁଭବ ମହାନ୍ତି

ବିଜେଡିରୁ ଇସ୍ତଫା ଦେଲେ ସାଂସଦ ଅନୁଭବ ମହାନ୍ତି । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଇସ୍ତଫାପତ୍ର ପଠାଇଲେ ଅନୁଭବ । ବିଜେଡିକୁ ଏକାଦିନେ ଅଲ୍‌ବିଦା କଲେ ଦୁଇ ସିନେ ଷ୍ଟାର । ସିନେ ଷ୍ଟାର ତଥା ସାଂସଦ ଅନୁଭବ ମହାନ୍ତି ଇସ୍ତଫା ଦେଲେ । ଚକଲେଟ ହିରୋ ତଥା ପୂର୍ବତନ ବିଧାୟକ ଆକାଶ ବି ଛାଡ଼ିଲେ ।

ଦୁଇ ଦିନ ତଳେ ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର ଦଳ ଛାଡ଼ିଥିଲେ। ଷ୍ଟାଇଲିସ୍‌ ହିରୋ ଅରିନ୍ଦମ ରାୟ ବି ନିକଟରେ ବିଜେଡି ଛାଡ଼ିଥିଲେ ।

Anubhav Mohanty

ବିଜେପିରେ ମିଶିଲେ ଉତ୍ତର ଭୁବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ଶ୍ରୀ ମିଶ୍ର ବିଧିବଦ୍ଧଭାବେ ବିଜେପିରେ ସାମିଲ ହୋଇଛନ୍ତି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ବିଜେପିର ଭୁବନେଶ୍ୱର ଲୋକସଭା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ଶ୍ରୀ ମିଶ୍ର ପଦ୍ମ ଧରିଛନ୍ତି ।

ଆଜି ସକାଳ ପାଖାପାଖି ୧୦ଟା ୬ ମିନିଟ ସମୟରେ ଉତ୍ତର ଭୂବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ବିଜେଡି ଛାଡିଥିଲେ । ମାତ୍ର ୨ ଘଣ୍ଟା ଭିତରେ ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟ ଯାଇ ବିଜେପିରେ ସାମିଲ ହୋଇଛନ୍ତି ।

ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରୀ, ସଭାପତି ଓ ବରିଷ୍ଠ ନେତାଙ୍କ ଗହଣରେ ବିଜେପିରେ ସାମିଲ ହୋଇଛନ୍ତି ପ୍ରିୟଦର୍ଶୀ । ବିଜେଡିରେ ତାଙ୍କୁ ଉଚିତ ସମ୍ମାନ ନମିଳିବାରୁ ସେ ବାଧ୍ୟ ହୋଇ ଦଳ ଛାଡିଥିବା କହିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+