ଦୁଇ ମନ୍ତ୍ରୀଙ୍କ ବହିଷ୍କାର ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଜାତୀୟ ମହିଳା କମିଶନ ଅଧ୍ୟକ୍ଷା
ମହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ଦୁଇ ମନ୍ତ୍ରୀଙ୍କ ବହିଷ୍କାର ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ ଜାତୀୟ ମହିଳା କମିଶନ ଅଧ୍ୟକ୍ଷା ।
ଭୁବନେଶ୍ୱର: ମହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ଦୁଇ ମନ୍ତ୍ରୀଙ୍କ ବହିଷ୍କାର ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ ଜାତୀୟ ମହିଳା କମିଶନ ଅଧ୍ୟକ୍ଷା । ନିରପେକ୍ଷ ତଦନ୍ତ ପାଇଁ ଅଭିଯୁକ୍ତ ମନ୍ତ୍ରୀଙ୍କୁ ବହିଷ୍କାର କରିବାକୁ ଚିଠିରେ ଉଲ୍ଲେଖ ରହିଛି । ସେହିପରି ଓଡ଼ିଶା ଡିଜିପି ଅଭୟଙ୍କୁ ମଧ୍ୟ ଚିଠି ଲେଖିଛନ୍ତି ଜାତୀୟ ମହିଳା କମିଶନ । ତୁରନ୍ତ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଡିଜିପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ପୀଡିତାଙ୍କ ପରିବାରକୁ ଆବଶ୍ୟକ ସୁରକ୍ଷା ଯୋଗଇ ଦେବାକୁ ରେଖା ଶର୍ମା କହିଛନ୍ତି ।

ଉଲ୍ଲେଖଥାଉ କି, ମହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ହତ୍ୟା କରିଥିବା କଥା ସ୍ୱୀକାର କରିଛି ଅଭିଯୁକ୍ତ ଗୋବିନ୍ଦ ସାହୁ। ନିଜର ପରକୀୟା ପ୍ରୀତି ପ୍ରଘଟ ହୋଇଯିବା ଆଶଙ୍କା କରି ମମିତାଙ୍କୁ ଗୋବିନ୍ଦ ହତ୍ୟା କରି ପୋଡ଼ି ଦେଇଥିଲା। ଯେଉଁ ୱାଗନର କାର୍ରେ ସେ ମମିତାଙ୍କୁ ନେଇ ଯାଇଥିଲା, ସେଥିରେ ହିଁ ତାଙ୍କୁ ହତ୍ୟା କରିଥିଲା। ୮ ତାରିଖରେ ମମିତାଙ୍କୁ ଏହି କାରରେ ନେଇ ଯାଇଥିଲା ଗୋବିନ୍ଦ । କାର୍ ଭିତରେ ସେମାନଙ୍କ ମଧ୍ୟରେ ବଚସା ହୋଇଥିଲା । ବଚସା ସମୟରେ ଉତ୍ତ୍ୟକ୍ତ ଗୋବିନ୍ଦ କାର୍ ଭିତରେ ହିଁ ମମିତାଙ୍କୁ ହତ୍ୟା କରିଥିବା କହିଛି। କାରର ପଛ ସିଟ୍ ଚିରି ଯାଇଥିବା ଦେଖିବାକୁ ମିଳିଛ। ତେଣୁ ବଞ୍ଚିବା ପାଇଁ ମମିତା ସଂଘର୍ଷ କରିଥିବା ଅନୁମାନ କରାଯାଉଛି। ହତ୍ୟା କରିବା ପରେ ୮ ତାରିଖ ବିଳମ୍ବିତ ରାତିରେ ମମିତାଙ୍କ ମୃତଦେହକୁ ମହାଲିଙ୍ଗରେ ନିର୍ମାଣାଧୀନ ଷ୍ଟାଡିୟମ ଭିତରେ ପୋତା ଯାଇଥିଲା ।
ଏହା ପରେ ପୂର୍ବରୁ ଖୋଳାଯାଇଥିବା ଗାତରେ ମମିତାଙ୍କ ମୃତ ଶରୀରକୁ ପ୍ଲାଏ କାଠ ଏବଂ ଟାୟାର ସାହାର୍ଯ୍ୟରେ ପୋଡିଦିଆଯାଇଥିଲା । ଭଲରେ ପୋଡିବା ପାଇଁ ଜଳେ ପ୍ଲାଏ ଉପରେ ଟାୟାର ରଖି ଜଳାଇ ଦେଇଥିଲା । ଏହା ପରେ ମୃତ ଶରୀର ଯେପରି ଶୀଘ୍ର ନଷ୍ଟ ହୋଇଯିବା ସେନେଇ ମଧ୍ୟ ଯଥେଷ୍ଟ ପରିମାଣରେ ଲୁଣ ଦେଇଥିଲା । ଏବଂ ଦିନକ ପରେ ଗାତକୁ ପୋତିବା ପାଇଁ ଜେସିବି ଡ୍ରାଇଭରକୁ କହିଥିଲା ଗୋବିନ୍ଦ । ଜେସିବି ଡ୍ରାଇଭରକୁ ପୋଲିସ ପଚାରା ଉଚରା ପେରେ ସେ ସତ ସ୍ୱୀକାର କରିଛି ।
ତେବେ ଏଥିରେ ଆଉ କେଉଁମାନଙ୍କ ସମ୍ପୃକ୍ତି ରହିଛି, ତାହା ଉପରେ ତଦନ୍ତ କରିବା ପାଇଁ ପୋଲିସ ଗୋବିନ୍ଦଙ୍କୁ ୫ ଦିନିଆ ରିମାଣ୍ଡରେ ଆଣିଛି।
-
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଫାରୁକ୍ ଅବ୍ଦୁଲ୍ଲାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା -
ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! -
ମିଳୁନି ସିଲିଣ୍ଡର ; ଘରେ ଲୁଚାଇ ରଖିଥିଲେ ୫୫ ଗ୍ୟାସ୍ ସିଲିଣ୍ଡର, ଜବତ କଲା ପ୍ରଶାସନ -
ଯୁଦ୍ଧ ପ୍ରଭାବ ; ମହଙ୍ଗା ହେବ ପାଣି, ବଢିଲା ଠିପି ଦର -
କ୍ରସ ଭୋଟିଂ ଭୟ: ବେଙ୍ଗାଳୁରୁ ଗଲେ କଂଗ୍ରେସ ବିଧାୟକ -
ପୁଣି ଆଫଗାନିସ୍ତାନ ଉପରେ ପାକିସ୍ତାନର ଆକ୍ରମଣ, ଅନେକ ମୃତାହତ -
ହର୍ମୁଜ ପ୍ରଣାଳୀ ବନ୍ଦ ରହିବା ଉଚିତ୍- ମୋଜତାବା












Click it and Unblock the Notifications