For Quick Alerts
Turn On Notification  
For Daily Alerts
Oneindia App Download

ମହାମହିମ ରାଷ୍ଟ୍ରପତିଙ୍କୁ ଭେଟିଲେ ଓଡ଼ିଶାର ବିଧାୟକ ଦଳ ‘ ଏହା ଆମ ପାଇଁ ଗର୍ବ ଓ ଗୌରବର ମୁହୂର୍ତ୍ତ ଥିଲା : ବାଚସ୍ପତି ଆରୁଖ

ଆଜି ପୂର୍ବାହ୍ନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ବିଧାନସଭାର ସର୍ବଦଳୀୟ ବିଧାୟକ । ଓଡ଼ିଶା ବିଧାନସଭାର ବାଚସ୍ପତି ବିକ୍ରମ କେଶରୀ

|

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ବିଧାନସଭାର ସର୍ବଦଳୀୟ ବିଧାୟକ । ଓଡ଼ିଶା ବିଧାନସଭାର ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ଓଡ଼ିଶା ବିଧାନସଭାର ସର୍ବଦଳୀୟ ବିଧାୟକ ଦଳ ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନଠାରେ ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି । ଏହି ଅବସରରେ ଓଡ଼ିଶା ବିଧାନସଭାରେ ମହାମହିମ ରାଷ୍ଟ୍ରପତିଙ୍କୁ ଅଭିନନ୍ଦନ ଜ୍ଞାପନ ଉଦ୍ଦେଶ୍ୟରେ ପାରିତ ହୋଇଥିବା ସଂକଳ୍ପପତ୍ର ରାଷ୍ଟ୍ରପତିଙ୍କୁ ପ୍ରଦାନ କରାଯାଇଥିଲା । ବିଧାୟକମାନଙ୍କ ପକ୍ଷରୁ ବାଚସ୍ପତି ଆରୁଖ ମହାମହିମ ରାଷ୍ଟ୍ରପତିଙ୍କୁ ଉପହାର ପ୍ରଦାନପୂର୍ବକ ସମ୍ବନ୍ଧିତ କରିଥିଲେ ।

mla meet

ମହାମହିମ ରାଷ୍ଟ୍ରପତି ମୁର୍ମୁ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇବା ସହ ସାମ୍ବିଧାନିଜ ବିଧବ୍ୟବସ୍ଥା ମୁତାଦଳ ଓଡ଼ିଶାର ବିକାଶ ପାଇଁ ତାଙ୍କର ପୂର୍ଣ୍ଣ ସହଯୋଗ ରହିବ ବୋଲି ପ୍ରକାଶ କରିଥିଲେ । ଏଥି ସହିତ ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ତାଙ୍କ ପ୍ରତି ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ କରି ଶୁଭେଚ୍ଛା ଓ ସହଯୋଗର ହାତ ବଢ଼ାଇଥିବାରୁ ରାଷ୍ଟ୍ରପତିଙ୍କ ମୁହଁ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଥିଲେ ।

ରାଷ୍ଟ୍ରପତିଙ୍କ ସହ ସାକ୍ଷାତକୁ ଅତ୍ୟନ୍ତ ଅନିନ୍ଦଦାୟକ, ଗର୍ବ ଓ ଗୌରବର ଅବସର ବୋଲି ବାଚସ୍ପତି ଆରୁଖ ଉଲ୍ଲେଖ କରିଛନ୍ତି । ଏଥି ସହ ଓଡ଼ିଶାବାସୀଙ୍କ ଜନତି ପାଇଁ ରାଷ୍ଟ୍ରପତି ଆନ୍ତରିକତାର ସହ କାର୍ଯ୍ୟ କରିବେ ବୋଲି ପ୍ରତିଶ୍ରୁତି ଦେଇଥିବାରୁ ଆରୁଖ ତାଙ୍କୁ କୃତଜ୍ଞତା ଜଣାଇଛନ୍ତି । ବାଚସ୍ପତିଙ୍କ ନେତୃତ୍ଵରେ ଦିଲ୍ଲୀ ଯାଇଥିବା ଏହି ସର୍ବଦଳୀୟ କମିଟିରେ ମାନ୍ୟବର ଅର୍ଥ ଓ ସଂସଦୀୟ ବ୍ୟାପାଗ ମନ୍ତ୍ରୀ ନିରଞ୍ଜନ ପୂଜାରୀ , ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ , ମାନ୍ୟବର ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି , ମାନ୍ୟବର ବିରୋଧ ଦଳର ମୁଖ୍ୟ ସଚେତକ ମୋହନ ଚରଣ ମାଝୀ , ମାନ୍ୟବର ବିରୋଧ ଦଳର ଉପନେତା ବିଷ୍ଣୁଚରଣ ସେଠୀ , କଂଗ୍ରେସ ଦଳର ମାନ୍ୟବର ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତି ଓ ସନ୍ତୋଷ ସିଂ ସାମ୍ମୁଳାଙ୍କ ସମେତ ସର୍ବଦଳୀୟ କମିଟିର ୨୪ ଜଣ ସଦସ୍ୟ ମହାମହିମ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଥିଲେ ଓ ରାଷ୍ଟ୍ରପତି ଭବନ ବୁଲି ଦେଖିଥିଲେ ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
The All Party Legislature Party of Odisha Assembly led by Odisha Assembly Speaker Vikram Kesari Aarukh met the President at Rashtrapati Bhavan in New Delhi
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X