ରାଜ୍ୟରେ ପୌର ନିର୍ବାଚନ ବିଳମ୍ବ ମାମଲା: ହାଇକୋର୍ଟଙ୍କ ନିର୍ଦ୍ଦେଶ, ୪ ସପ୍ତାହ ମଧ୍ୟରେ ଜବାବ ଦିଅ
ରାଜ୍ୟର ବିଭିନ୍ନ ପୌରାଞ୍ଚଳର ନିର୍ବାଚନ ବିଳମ୍ବ ପ୍ରସଂଗକୁ ନେଇ ଦାୟର ତିନୋଟି ପୃଥକ ମାମଲାର ହାଇକୋର୍ଟ ଏକତ୍ର ଶୁଣାଣି କରିଛନ୍ତି । ଶୁଣାଣି ପରେ ରାଜ୍ୟ ନିର୍ବାଚନ କମିସନ ଓ ରାଜ୍ୟ ସରକାରଙ୍କ ନିକଟରୁ ଜବାବ ତଲବ କରିଛନ୍ତି ହାଇକୋର୍ଟ ।
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ପୌରାଞ୍ଚଳର ନିର୍ବାଚନ ବିଳମ୍ବ ପ୍ରସଂଗକୁ ନେଇ ଦାୟର ତିନୋଟି ପୃଥକ ମାମଲାର ହାଇକୋର୍ଟ ଏକତ୍ର ଶୁଣାଣି କରିଛନ୍ତି । ଶୁଣାଣି ପରେ ରାଜ୍ୟ ନିର୍ବାଚନ କମିସନ ଓ ରାଜ୍ୟ ସରକାରଙ୍କ ନିକଟରୁ ଜବାବ ତଲବ କରିଛନ୍ତି ହାଇକୋର୍ଟ । ୪ ସପ୍ତାହ ମଧ୍ୟରେ ମୁଖ୍ୟ ଶାସନ ସଚିବ, ରାଜ୍ୟ ନିର୍ବାଚନ କମିଶନଙ୍କୁ ଜବାବ ଦାଖଲ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ପୂର୍ବତନ ମନ୍ତ୍ରୀ ସମୀର ଦେ, ପୁରୀ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ ଓ ପୂର୍ବତନ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରସନ୍ନ କୁମାର ମିଶ୍ରଙ୍କ ଆବେଦନକୁ ବିଚାର ପାଇଁ ଗ୍ରହଣ କରି ହାଇକୋର୍ଟ ପ୍ରତିପକ୍ଷଙ୍କୁ ନୋଟିସ ଜାରି କରି ୪ସପ୍ତାହ ଭିତରେ ଜବାବ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।
କଟକ, ପୁରୀ ଓ ଭୁବନେଶ୍ୱରରେ ପୌରାଞ୍ଚଳ ନିର୍ବାଚନ ପାଇଁ ତୁରନ୍ତ ବିଜ୍ଞପ୍ତି ପ୍ରକାଶ ପାଇଁ ନିର୍ଦ୍ଦେଶ ପ୍ରଦାନ କରାଯାଉ ବୋଲି ଆବେଦନରେ ଦର୍ଶାଯାଇଥିଲା। ପୌରାଞ୍ଚଳ ନିର୍ବଚନର କାର୍ଯ୍ୟକାଳ ୨୦୧୯ରୁ ଶେଷ ହୋଇଛି। ଜନପ୍ରତିନିଧିତ୍ୱ ଅନୁସାରେ ଯେଉଁ ସଂସ୍ଥା ପରିଚାଳିତ ହେବା କଥା ତାକୁ ଏବେ ସରକାରୀ ଅଧିକାରୀମାନ ଚଳାଉଛନ୍ତି। ପୌର ପରିଷଦର ନିର୍ବାଚିତ ସଦସ୍ୟଙ୍କ ୫ ବର୍ଷିଆ କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ନିର୍ବାଚନ ହେବା କଥା। କିନ୍ତୁ ଇତି ମଧ୍ୟରେ ତିନି ବର୍ଷ ବିତିବାକୁ ବସିଥିବା ବେଳେ ପୌର ନିର୍ବାଚନ କରାଯାଉ ନାହିଁ। ରାଜ୍ୟ ସରକାରଙ୍କ ଚାପରେ ରାଜ୍ୟ ନିର୍ବାଚନ କମିସନ୍ ପୌର ନିର୍ବାଚନ କରିବା ପାଇଁ ପଦକ୍ଷେପ ଗ୍ରହଣ କରୁ ନାହାନ୍ତି ବୋଲି ଆବେଦନକାରୀ ଦର୍ଶାଇଛନ୍ତି।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications