ନୀତିଶଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ନୀତିଶଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ନବୀନ ପଟ୍ଟନାୟକ

ଭୁବନେଶ୍ୱର : ବିହାରରେ ସପ୍ତମ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିବା ନୀତିଶଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟୁଇଟ କରି ସେ ନୀତିଶଙ୍କୁ ଏହି ଶୁଭେଚ୍ଛା ଜଣାଇଛନ୍ତି । ଲଗାତାର ଭାବରେ ନୀତିଶ ଚାରି ଥର ମୁଖ୍ୟମନ୍ତ୍ରୀ ହୋଇଥିବାରୁ ସେଥିପାଇଁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି ନବୀନ ପଟ୍ଟନାୟକ । ଏଥିସହ ତାଙ୍କ ନୂଆସରକାରର ଶୁଭକାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।


ଏଠାରେ ସୂଚନାଥାଉକି, ବିହାରରେ ନୀତିଶ ଲଗାତାର ଭାବରେ ଚତୁର୍ଥ ଥର ପାଇଁ ମୁଖ୍ୟମନ୍ତ୍ରୀ ଶପଥ ନେଇଛନ୍ତି । ତେବେ ସବୁଠାରୁ ବଡ କଥା ହେଉଛି ବିହାରରେ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ ପଦ ପାଇଁ ଶପଥ ନେଇଛନ୍ତି । ବିଜେପିର ବିଧାୟକ ଦଳ ନେତା ତାରକିଶୋର ପ୍ରସାଦ ଓ ରେଣୁ ଦେବୀ ଉପମୁଖ୍ୟମନ୍ତ୍ରୀ ଭାବରେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି । ଜଣେ ମୁଖ୍ୟମନ୍ତ୍ରୀ, ଦୁଇ ଜଣ ଉପମୁଖ୍ୟମନ୍ତ୍ରୀଙ୍କ ସମେତ 14 ଜଣ ମନ୍ତ୍ରୀପଦର ଶପଥ ମଧ୍ୟ ନେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+