ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧାରୀ ଗମାଙ୍ଗଙ୍କ ଆଶୁ ଆରୋଗ୍ୟ କାମନା କଲେ ନବୀନ ପଟ୍ଟନାୟକ
"ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଗିରିଧାରୀ ଗମାଙ୍ଗ କୋଭିଡ ସଂକ୍ରମିତ ହୋଇଥିବା ନେଇ ଅବଗତ ହେଲି । ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।"
ଭୁବନେଶ୍ୱର : ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଗିରିଧାରୀ ଗମାଙ୍ଗ ଆଶୁ ଆରୋଗ୍ୟ କାମନା କରିଛନ୍ତି ରାଜ୍ୟର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବରିଷ୍ଠ ରାଜନେତା ଗିରିଧାରୀ ଗମାଙ୍ଗ କୋଭିଡ୍ ସଂକ୍ରିମିତ ସଂକ୍ରମିତ ହୋଇଛନ୍ତି । ଏହା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି ।

ସୂଚନାଯୋଗ୍ୟ, 78 ବର୍ଷୀୟ ଗିରିଧାରୀ ଗମାଙ୍ଗ କରୋନା ସଂକ୍ରମିତ ହୋଇ ଚିକିତ୍ସିତ ହେଉଛନ୍ତି । ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଲେଖିଛନ୍ତି, "ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଗିରିଧାରୀ ଗମାଙ୍ଗ କୋଭିଡ ସଂକ୍ରମିତ ହୋଇଥିବା ନେଇ ଅବଗତ ହେଲି । ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।"
ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଗିରିଧାରୀ ଗମାଙ୍ଗ କୋଭିଡ ସଂକ୍ରମିତ ହୋଇଥିବା ନେଇ ଅବଗତ ହେଲି। ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।
— Naveen Patnaik (@Naveen_Odisha) May 1, 2021
ଗିରିଧାରୀ ଗମାଙ୍ଗ 1972 ରେ ପଞ୍ଚମ ଲୋକସଭାକୁ ନିର୍ବାଚିତ ହୋଇଥିଲେ । ଦ୍ୱିତୀୟ ଥର ପାଇଁ 1977 ରେ ମଧ୍ୟ ଲୋକସଭାକୁ ନିର୍ବାଚିତ ହୋଇଥିଲେ ଶ୍ରୀ ଗମାଙ୍ଗ । କେନ୍ଦ୍ରରେ ବିଭିନ୍ନ ବିଭାଗର ମନ୍ତ୍ରୀ ଦାୟିତ୍ୱ ମଧ୍ୟ ସେ ତୁଲାଇଛନ୍ତି । 1999 ଫେବୃଆରୀରୁ ଡିସେମ୍ବର ଯାଏଁ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମଧ୍ୟ ଥିଲେ ।












Click it and Unblock the Notifications