Get Updates
Get notified of breaking news, exclusive insights, and must-see stories!

ଦ୍ରୌପଦୀଙ୍କ ସହ ଦିଲ୍ଲୀ ଗଲେ ନବୀନଙ୍କ ଦୁଇ କ୍ୟାବିନେଟ ମନ୍ତ୍ରୀ

ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ହୋଇଥିବା ଦ୍ରୌପଦୀ ମୁର୍ମୁ ଶୁକ୍ରବାର ନାମାଙ୍କନ ଭରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହ ମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି ।

ଭୁବନେଶ୍ୱର: ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ହୋଇଥିବା ଦ୍ରୌପଦୀ ମୁର୍ମୁ ଶୁକ୍ରବାର ନାମାଙ୍କନ ଭରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହ ମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି । ଏଥିସହ ବିଜେପିର 10 ବିଧାୟକଙ୍କ ସହ ଏଠାରେ ବିଜେଡିର ଦୁଇ ବିଧାୟକ ତଥା କ୍ୟାବିନେଟ ମନ୍ତ୍ରୀ ଉପସ୍ଥିତ ରହିବା ନେଇ ସୂଚନା ମିଳିଛି ।

draupadi

ବିଦେଶ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଟୁଇଟ୍ କରିଛନ୍ତି। ଯେଉଁଥିରେ ସେ ଉଲ୍ଲେଖ କରିଛନ୍ତି, ବିଜେପି ସଭାପତି ଜେ. ପି ନଡ୍ଡା ତାଙ୍କ ସହ ଫୋନରେ କଥା ହୋଇଛନ୍ତି। ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁ ପ୍ରାର୍ଥୀପତ୍ର ଦାଖଲ କରିବା ନେଇ କହିଥିଲେ। ତେଣୁ ରାଜ୍ୟ ସରକାରର ଦୁଇ କ୍ୟାବିନେଟ ସହଯୋଗୀ ପ୍ରାର୍ଥୀପତ୍ର ଦାଖଲ ବେଳେ ଉପସ୍ଥିତ ରହିବେ। ଏଥିପାଇଁ କ୍ୟାବିନେଟ ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ଟୁକୁନି ସାହୁ ପ୍ରାର୍ଥୀପତ୍ର ଦାଖଲ ବେଳେ ଉପସ୍ଥିତ ରହିବେ।

ଦିଲ୍ଲୀ ଯିବା ସମୟରେ ବିମାନ ବନ୍ଦରରେ ବିଜେଡି ବିଧାୟିକା ତଥା ମନ୍ତ୍ରୀ ଟୁକୁନି ସାହୁ ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଟୁକୁନି ସାହୁ ଏବଂ ଜଗନ୍ନାଥ ସାରକା ଦ୍ରୌପଦୀଙ୍କ ସହ ଦିଲ୍ଲୀ ଯାତ୍ରା କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+