ବିଧାନସଭାରେ ସୀମା ଟପିଲେ ବିଜେପି ବିଧାୟକ : ବାଚସ୍ପତିଙ୍କ ଉପରକୁ ଫିଙ୍ଗିଲେ ଚପଲ
ବରିଷ୍ଠ ବିଜେପି ବିଧାୟକ ଜୟନାରାୟଣ ମିଶ୍ର ଓ ବିଷ୍ଣୁ ସେଠୀ ଚପଲ ଫିଙ୍ଗିଥିବା ଜଣାପଡିଛି
ଭୁବନେଶ୍ୱର : ବିଭିନ୍ନ ପ୍ରସଙ୍ଗରେ ଗୃହରେ ବିରୋଧୀମାନେ ହଙ୍ଗାମା କରୁଥିବା ବେଳେ ଆଜି ଆଉ ପାଦେ ଆଗେଇ ଯାଇଛନ୍ତି । ଗୃହ କାର୍ଯ୍ୟ ଚାଲିଥିବା ବେଳେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ଲକ୍ଷ୍ୟ କରି ଚପଲ ଫିଙ୍ଗିଛନ୍ତି ବିଜେପି ସଦସ୍ୟ । ବରିଷ୍ଠ ବିଜେପି ବିଧାୟକ ଜୟନାରାୟଣ ମିଶ୍ର ଓ ବିଷ୍ଣୁ ସେଠୀ ଚପଲ ଫିଙ୍ଗିଥିବା ଜଣାପଡିଛି । ଆହୁରି ମଧ୍ୟ ବିଜେପି ବିଧାୟକ ମୋହନ ମାଝୀ ମଧ୍ୟ ବାଚସ୍ପତିଙ୍କୁ ଲକ୍ଷ୍ୟ କରି ପୋଡିୟମ୍ ଉପରକୁ ଇୟରଫୋନ୍ ଓ କାଗଜ ଫିଙ୍ଗିଥିବା ଦେଖିବାକୁ ମିଳିଛି । ଏହାକୁ ନେଇ ଶାସକ ଦଳ ବିଧାୟକ ଓ ବିରୋଧୀ ବିଜେପି ସଦସ୍ୟଙ୍କ ମଧ୍ୟରେ କଥା କଟାକଟି ହେବା ସହ ଗୃହ କମ୍ପିଛି । ଆଜି ମଧ୍ୟାହ୍ନରେ ସରକାର ସଂଶୋଧିତ ଲୋକାୟୁକ୍ତ ବିଲ୍ 2021 କୁ ଗୃହୀତ କରାଇଥିଲେ ।

ଏହାର ପ୍ରତିବାଦରେ ବିଜେପି ସଦସ୍ୟମାନେ ଗୃହରେ ହଟ୍ଟଗୋଳ କରିଥିଲେ । ଏପରିକି ଗୃହ ମଧ୍ୟଭାଗକୁ ଆସି ପାଟିତୁଣ୍ଡ କରିବା ସହ ପୋଡିୟମ୍ ଉପରକୁ ଚଢିବାକୁ ଉଦ୍ୟମ କରିଥିଲେ । ପରିସ୍ଥିତି ଏପରି ହୋଇଥିଲା ଯେ ଦୁଇ ବରିଷ୍ଠ ବିଜେପି ବିଧାୟକ ବାଚସ୍ପତିଙ୍କ ଆସନକୁ ଲକ୍ଷ୍ୟ କରି ଚପଲ ଫିଙ୍ଗିଥିବା ଦେଖିବାକୁ ମିଳିଥିଲା । ଏଠାରେ ସୂଚନାଥାଉକି, ଶନିବାର ଗୃହକାର୍ଯ୍ୟ ଆରମ୍ଭରୁ ଖଣି ଦୁର୍ନୀତି ପ୍ରସଙ୍ଗରେ ମୁଲତବୀ ପ୍ରସ୍ତାବ ଆଗତ କରି ଆଲୋଚନା ଦାବି କରିଥିଲେ କଂଗ୍ରେସ ସଦସ୍ୟ । କିନ୍ତୁ ବାଚସ୍ପତି ଏଥିପାଇଁ କଂଗ୍ରେସ ସଦସ୍ୟଙ୍କୁ ଅନୁମତି ଦେଇନଥିଲେ । ଫଳରେ କଂଗ୍ରେସ ବିଧାୟକମାନେ ଏହାର ବିରୋଧ କରି ଗୃହରେ ପ୍ରବଳ ହଟ୍ଟଗୋଳ କରିଥିଲେ । ଫଳରେ ଗୃହ କାର୍ଯ୍ୟ ସ୍ବାଭାବିକ ଭାବେ ଚାଲିପାରିନଥିଲା ଏବଂ ବାଚସ୍ପତି ଗୃହକୁ 11ଟା 30 ମିନିଟ୍ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications