ଓଡ଼ିଶା ବିଧାନସଭା ନିର୍ବାଚନ: ୫ ବିଧାୟକଙ୍କ ଟିକେଟ କାଟିଲା; କାହାକୁ ମିଳିଲା ଟିକେଟ, କାହାର କଟିଲା ?

ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣାରେ ୫ ବିଧାୟକଙ୍କ ଟିକେଟ କଟିଲା । ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀଙ୍କ ଟିକେଟ କଟିଛି । ସେହିପରି ସିମୁଳିଆ ବିଧାୟକ ଜ୍ୟୋତି ପାଣିଗ୍ରାହୀଙ୍କ ଟିକେଟ କଟିଛି । ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ କଟିଛି । କେନ୍ଦ୍ରାପଡ଼ା ବିଧାୟକ ଶଶି ବେହେରାଙ୍କୁ ଟିକେଟ ମିଳିଲାନି । ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତଙ୍କୁ ବି ଟିକେଟ ଦେଇନି ଦଳ ।

ଚିଲିକାରୁ ରଘୁନାଥ ସାହୁ, କେନ୍ଦ୍ରପଡ଼ାରୁ ଗଣେଶ୍ୱର ବେହେରାଙ୍କୁ ମିଳିଲା ଟିକେଟ । ଆନନ୍ଦପୁରରୁ ଅଭିମନ୍ୟୁ ସେଠୀ, ସାରସକଣାରୁ ଦେବାଶିଷ ମାରାଣ୍ଡି, କରଞ୍ଜିଆରୁ ବାସନ୍ତୀ ହେମ୍ବ୍ରମଙ୍କୁ ପ୍ରାର୍ଥୀ କଲା ବିଜେଡି ।ଚମ୍ପୁଆରୁ ସନାତନ ମହାକୁଡ଼ଙ୍କୁ ପ୍ରାର୍ଥୀ କରିଛି ବିଜେଡି । ସେହିପରି ରେମୁଣାରୁ ବିଦ୍ୟାସ୍ମିତା ମହାଳିକ ଓ ସିମୁଳିଆରୁ ସୁଭାଷିନୀ ସାହୁଙ୍କୁ ପ୍ରାର୍ଥୀ କରିଛି ବିଜେଡି ।

Odisha assembly election

ସେହିପରି ବଡ଼ଚଣାରୁ ମିଳିଲା ସରପ୍ରାଇଜ୍, ପ୍ରାର୍ଥୀ ହେଲେ ବର୍ଷା ପ୍ରିୟଦର୍ଶନୀ । ବର୍ଷାଙ୍କ ପ୍ରାର୍ଥୀତ୍ୱ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।


ସେହିପରି ପଞ୍ଚମ ପର୍ଯ୍ୟାୟରେ ୩ ବିଧାୟକଙ୍କ ଟିକେଟ କାଟିଥିଲେ ବିଜେଡ଼ି । ପୂର୍ବତନ ମନ୍ତ୍ରୀ ସମୀର ଦାସଙ୍କୁ ଟିକେଟ ଦେଲାନି ବିଜେଡି । ନିମାପଡ଼ାରେ ପ୍ରାର୍ଥୀ ବଦଳାଇଛି ବିଜୁ ଜନତା ଦଳ । ସମୀର ଦାସଙ୍କ ଜାଗାରେ ଦିଲୀପ ନାୟକ ପ୍ରାର୍ଥୀ ହୋଇଛନ୍ତି । କୁଚିଣ୍ଡାରେ କିଶୋର ନାୟକଙ୍କୁ ବି ଟିକେଟ ଦେଲାନି ବିଜେଡି। କିଶୋରଙ୍କ ଜାଗାରେ ରାଜେନ୍ଦ୍ର ଛତ୍ରିଆଙ୍କୁ ବିଜେଡି ଟିକେଟ। ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକାଙ୍କ ଟିକେଟ ବି କଟିଲା । ବାକାଙ୍କ ଜାଗାରେ ଲକ୍ଷ୍ମୀପ୍ରିୟା ନାୟକ ହେଲେ ବିଜେଡି ପ୍ରାର୍ଥୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+