ବ୍ରହ୍ମପୁର ସଭାରେ ବିଜେଡ଼ି ଉପରେ ବର୍ଷିଲେ ମୋଦି; କହିଲେ ବିଜେପି ନେତୃତ୍ବର ଓଡ଼ିଶାରେ ମଜବୁତ ସରକାର ହେବାକୁ ହେଉଛି

ବ୍ରହ୍ମପୁର ସଭାରେ ବିଜେଡ଼ି ଉପରେ ବର୍ଷିଲେ ମୋଦି । ଜୟ ଜଗନ୍ନାଥ, ଜୟ ଶ୍ରୀରାମ କହି ଭାଷଣ ଆରମ୍ଭ କଲେ । ଓଡ଼ିଶାରେ ପ୍ରଥମ ଥର ଡବଲ ଇଂଜିନ ସରକାର ବୋଲି ସେ କହିଛନ୍ତି।

କାଲି ମୁଁ ଅଯୋଧ୍ୟାରେ ଥିଲି, ରାମ ଲାଲାଙ୍କୁ ଦର୍ଶନ କଲି । ଆଜି ମହାପ୍ରଭୁ ଜଗନ୍ନାଥଙ୍କ ଭୂମିରେ ଆପଣଙ୍କ ଆଶୀର୍ବାଦ ପାଇଁ ଆସିଛି। ପ୍ରଭୁ ରାମଲାଲାଙ୍କ ମନ୍ଦିର ମୋଦି ନୁହେଁ, ଆପଣଙ୍କ ଭୋଟ ନିର୍ମାଣ କରିଛି। ଆପଣଙ୍କ ଭୋଟ ବଳରେ ରାମଲାଲାଙ୍କ ମନ୍ଦିର ନିର୍ମାଣ ହୋଇଛି ।

ରାମଲାଲାଙ୍କ ମନ୍ଦିର ୫ଶହ ବର୍ଷର ଅପେକ୍ଷାର ଅନ୍ତ । ଓଡ଼ିଶାରେ ଏଥର ୨ ଯଜ୍ଞ, ଏକା ସାଥିରେ ହେଉଛି । ଗୋଟିଏ ଯଜ୍ଞ କେନ୍ଦ୍ରରେ ତୃତୀୟବାର ସରକାର ପାଇଁ ହେଉଛି ଓଡ଼ିଶାରେ ବିଜେପି ନେତୃତ୍ବର ମଜବୁତ ରାଜ୍ୟ ସରକାର ପାଇଁ ହେଉଛି ।

narendra modi

ସମସ୍ତ ଘୋଷଣା କାର୍ଯ୍ୟକାରୀ କରିବା ମୋଦିର ଗ୍ୟାରେଣ୍ଟି । ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି । ଜୁନ୍‌ ୬ରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ । ଜୁନ୍‌ ୧୦ରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ହେବ ।

ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହକୁ ନିମନ୍ତ୍ରଣ ଦେବାକୁ ଆସିଛି । । ଓଡ଼ିଶାରେ ବିଜେଡି ଅସ୍ତ ହେଉଛି, କଂଗ୍ରେସ ଅତୀତ ହୋଇଛି । ଓଡ଼ିଶାରେ କେବଳ ବିଜେପି ଉଦିତ ସୂର୍ଯ୍ୟ ଭାବେ ଉଭା ହୋଇଛି ।

ଓଡ଼ିଶା ପାଖରେ ପ୍ରଚୁର ପାଣି, ଉର୍ବର ଜମି, ଜମି ତଳେ ଖଣିଜ ଭଣ୍ଡାର ଅଛି । ଓଡ଼ିଶାକୁ ମହାପ୍ରଭୁ ପ୍ରାକୃତିକ ସଂପଦରେ ଭରି ଦେଇଛନ୍ତି । ଏତେ ଧନୀ ଓଡ଼ିଶାର ଲୋକ କାହିଁକି ଗରିବ ରହିଛନ୍ତି । ପ୍ରଥମେ କଂଗ୍ରେସ ଓ ପରେ ବିଜେଡି ନେତାଙ୍କ ଲୁଟ୍‌ ଏହି ପାପ ପାଇଁ ଦାୟୀ ।

ମୁଖ୍ୟମନ୍ତ୍ରୀଙ୍କ ଏହି ଜିଲ୍ଲାରୁ ସର୍ବାଧିକ ଶ୍ରମିକ ଦାଦନ ଯାଉଛନ୍ତି । ଓଡ଼ିଶାକୁ ମହାପ୍ରଭୁ ପ୍ରାକୃତିକ ସଂପଦରେ ଭରି ଦେଇଛନ୍ତି । ଏତେ ଧନୀ ଓଡ଼ିଶାର ଲୋକ କାହିଁକି ଗରିବ ରହିଛନ୍ତି । ପ୍ରଥମେ କଂଗ୍ରେସ ଓ ପରେ ବିଜେଡି ନେତାଙ୍କ ଲୁଟ୍‌ ଏହି ପାପ ପାଇଁ ଦାୟୀ। ମୁଖ୍ୟମନ୍ତ୍ରୀଙ୍କ ଏହି ଜିଲ୍ଲାରୁ ସର୍ବାଧିକ ଶ୍ରମିକ ଦାଦନ ଯାଉଛନ୍ତି ।

ମେଡିକାଲରେ ଡାକ୍ତର ନାହାନ୍ତି, ପିଲା ଅଧାରୁ ପାଠ ଛାଡୁଛନ୍ତି । ହିଞ୍ଜିଳିରେ ଶୀତଳଭଣ୍ଡାର ନାହିଁ, ପିଇବା ପାଣି ନାହିଁ । ମୋଦି ଓଡ଼ିଶାର ବିକାଶ ପାଇଁ ବଜେଟର ଅଭାବ ରଖି ନାହାନ୍ତି । ୧୦ ବର୍ଷରେ ଉପା ସରକାର ଓଡ଼ିଶାକୁ ୧ ଲକ୍ଷ କୋଟି ଦେଇଥିଲେ ।

ଜଳ ଜୀବନ ମିଶନରେ କେନ୍ଦ୍ର ୧୦ ହଜାର କୋଟି ଦେଇଛି । ଉକ୍ତ ଟଙ୍କାକୁ ଏଠା ସରକାର ଠିକ ଭାବେ ଖର୍ଚ୍ଚ କରିପାରିଲେନି । ମୋଦି ମାଗଣା ଚାଉଳ ଦେଉଛି । ଏଠିକାର ସରକାର ସେଥିରେ ନିଜ ଫଟୋ ଛାପୁଛି । ନିଜେ କିଛି କରିନାହାନ୍ତି, ତେଣୁ ବେଇମାନୀ କରିବାକୁ ପଡୁଛି ।

ଓଡ଼ିଶା ଲୋକଙ୍କୁ ମାଗଣା ଚିକିତ୍ସା ସୁବିଧା ମିଳିପାରୁନି । ବିଜେଡି ସରକାର ଏଠାରେ ଆୟୁଷ୍ମାନ ଯୋଜନା ଲାଗୁ କରାଉନାହାନ୍ତି । ଲୋକଙ୍କୁ ଚିକିତ୍ସା ମିଳିନପାରିବାର ଦୋଷୀ । ଏଠାର ବିଜେଡି ସରକାର । ଜୁନ୍‌ ୧୦ରେ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ନେଲେ ଆୟୁଷ୍ମାନ ଯୋଜନା ଲାଗୁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+