୨୦ ତାରିଖ ପୂର୍ବରୁ ବିଜେପିର ସମସ୍ତ ପ୍ରାର୍ଥୀଙ୍କ ନାଁ ଘୋଷଣା ହେବ: ବିଜୟପାଲ୍ ସିଂ ତୋମର
ଖୁବ୍ ଶୀଘ୍ର ଆସିବ ବିଜେପିର ବାକି ଥିବା ପ୍ରାର୍ଥୀ ତାଲିକା । ବିଜେପି ଓଡ଼ିଶା ନିର୍ବାଚନ ପ୍ରଭାରୀ ବିଜୟପାଲ୍ ସିଂ ତୋମର ଏହି ସୂଚନା ଦେଇଛନ୍ତି । ୨୦ ତାରିଖ ପୂର୍ବରୁ ସମସ୍ତ ପ୍ରାର୍ଥୀଙ୍କ ନାଁ ଘୋଷଣା ହେବ ।
ଗୋଟିଏ ଆସନ ପାଇଁ ପ୍ରାର୍ଥୀ ବଦଳି ପାରନ୍ତି ବୋଲି କହିଲେ ତୋମର । ସଂରକ୍ଷିତ ଆସନରେ ତ୍ରୁଟି ଯୋଗୁଁ ସେଠି ପ୍ରାର୍ଥୀ ବଦଳିପାରେ ବୋଲି ସେ କହିଛନ୍ତି ।
ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେହିଭଳି ବିଜେପି ମଧ୍ୟ ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିସାରିଛି। ହେଲେ ଏ ଯାଏଁ କୌଣସି ଦଳ ନିର୍ବାଚନ ପାଇଁ ସମ୍ପୂର୍ଣ୍ଣ ପ୍ରାର୍ଥୀ ତାଲିକା ପ୍ରକାଶ କରିନାହିଁ।

ଆଶାୟୀଙ୍କ ବିକ୍ଷୋଭ ପ୍ରତିବାଦକୁ ନେଇ ତୋମାର କହିଛନ୍ତି, ଆଶାୟୀ ପ୍ରାର୍ଥୀ ଦଳୀୟ କାର୍ଯ୍ୟାଳୟରେ ଟିକେଟ ପାଇଁ ଦାବି କରିବା କିଛି ନୂଆ କଥା ନୁହେଁ । ବିଦ୍ରୋହ କରୁଥିବା ସମସ୍ତେ ଦଳର ବିଚାରଧାର ସହ ଜଡିତ । ସମସ୍ତେ ଆମ ସାଙ୍ଗରେ ଅଛନ୍ତି । ଘୋଷଣା ହୋଇଥିବା ପ୍ରାର୍ଥୀ ବଦଳିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ତୋମାର । ଏହାସହ କେନ୍ଦ୍ରୀୟ ନେତୃତ୍ୱ ଓଡିଶାରେ ଆସି ପ୍ରଚାର କରିବା ନେଇ ମଧ୍ୟ ୨ ତିନି ଦିନ ଭିତରେ ନିଷ୍ପତି ନିଆଯିବ ବୋଲି କହିଛନ୍ତି ।












Click it and Unblock the Notifications