ମନମୋହନଙ୍କ ଏକାକୀ ଲଢ଼ିବା ପୋଷ୍ଟକୁ ରି-ପୋଷ୍ଟ କଲେ ଧର୍ମେନ୍ଦ୍ର; ଦେଲେ ବିଜେପି ଏକାକୀ ଲଢିବାର ଦୃଢ଼ ମେସେଜ

ମନମୋହନଙ୍କ ପୋଷ୍ଟକୁ ରି-ପୋଷ୍ଟ କଲେ ଧର୍ମେନ୍ଦ୍ର ପ୍ରଧାନ । ଏକାକୀ ଲଢ଼ିବା ପୋଷ୍ଟକୁ ରି-ପୋଷ୍ଟ କଲେ ଧର୍ମେନ୍ଦ୍ର ପ୍ରଧାନ । ରି-ପୋଷ୍ଟ କରିବା ସହ ବିଜେପି ଏକାକୀ ଲଢିବ ବୋଲି ଏକ ଦୃଢ଼ ମେସେଜ ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହା ସହ ଦୀର୍ଘ ଦିନ ହେଲା ଚାଲିଥିବା ମେଣ୍ଟ ଚର୍ଚ୍ଚାରେ ପୂର୍ଣ୍ଣଛେଦ ପଡ଼ିଛି ।

ମନମୋହନ ସାମଲ ସୋସିଆଲ ମିଡିଆରେ ପୋଷ୍ଟ କରି ଲେଖିଛନ୍ତି ଯେ, ଗତ ୧୦ ବର୍ଷ ଧରି ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଓଡ଼ିଶାର ବିଜୁ ଜନତା ଦଳ (ବିଜେଡି) ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରଙ୍କୁ ରାଷ୍ଟ୍ରୀୟ ମହତ୍ତ୍ବ ଥିବା ଅନେକ ପ୍ରସଙ୍ଗରେ ସମର୍ଥନ କରିଆସୁଛି । ଏଥିପାଇଁ ଆମେ ତାଙ୍କୁ ଧନ୍ୟବାଦ ଜଣାଉଛୁ ।

ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟସବୁ ତ୍ବରାନ୍ବିତ ହୋଇଛି ଏବଂ ସବୁ କ୍ଷେତ୍ରରେ ସଂପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଆମେ ଅନୁଭବ କରୁଅଛୁ ।

Odisha Assembly Election

କିନ୍ତୁ ଆଜି ଓଡ଼ିଶାରେ ମୋଦୀ ସରକାରଙ୍କ ଅନେକ କଲ୍ୟାଣକାରୀ ଯୋଜନା ତୃଣମୂଳ ସ୍ତରକୁ ପହଞ୍ଚି ପାରୁନାହିଁ, ଯେଉଁ କାରଣରୁ ଓଡିଶାର ଗରିବ ଭଉଣୀ ଓ ଭାଇମାନେ ଏସବୁର ସୁଫଳ ପାଇପାରୁନାହାଁନ୍ତି । ଓଡ଼ିଆ-ଅସ୍ମିତା, ଓଡ଼ିଶାର ଗୌରବ ଏବଂ ଓଡ଼ିଶାବାସୀଙ୍କ ସ୍ବାର୍ଥ ସହ ଜଡ଼ିତ ଅନେକ ପ୍ରସଙ୍ଗରେ ଆମେ ରାଜ୍ୟ ସରକାରଙ୍କ ସହ ସହ‌ମତ ହୋଇପାରୁନାହୁଁ ।

ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ବରେ ଏକ ବିକଶିତ ଭାରତ ତଥା ବିକଶିତ ଓଡ଼ିଶା ଗଠନ ନିମନ୍ତେ ଭାରତୀୟ ଜନତା ପାର୍ଟି (ବିଜେପି) ଏଥର ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବ ।

ତେବେ ଏହା ଶ ଚଳିତ ବର୍ଷ ହେବାକୁ ଥିବା ଲୋକସଭା ଓ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ଲାଗି ରହିଥିବା ମେଣ୍ଟ ଚର୍ଚ୍ଚାର ଅବସାନ ଘଟିଛି । ବିଜିପି-ବିଜେଡ଼ି ମଧ୍ୟରେ ମେଣ୍ଟ ହେବା ନେଇ ଚର୍ଚ୍ଚା ଶେଷ ହୋଇଛି । ବିଜେପି ଏକାକୀ ଲଢିବ ବୋଲି ସ୍ପଷ୍ଟ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+