ଓଡ଼ିଶା ବିଧାନସଭା ନିର୍ବାଚନ ୨୦୨୪: ବାରବାଟୀ କଟକରୁ କଂଗ୍ରେସ ପ୍ରାର୍ଥୀ ହୋଇପାରନ୍ତି ମୋକିମଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ !

ପ୍ରାର୍ଥୀ ହେବେ ମୋକିମଙ୍କ ଝିଅ । ବାରବାଟୀ କଟକରୁ କଂଗ୍ରେସ ପ୍ରାର୍ଥୀ ହୋଇପାରନ୍ତି ମୋକିମଙ୍କ ଝିଅ । ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ । ମୋକିମଙ୍କ ସମ୍ଭାବନା ଶେଷ ହେବା ପରେ ଝିଅକୁ ନେଇ ଅଙ୍କକଷା ।

ମୋକିମଙ୍କ ଘରେ ସମର୍ଥକଙ୍କୁ ନେଇ ଚାଲିଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ମୋକିମଙ୍କ ଜାଗାରେ ଝିଅ ସୋଫିଆଙ୍କୁ ପ୍ରାର୍ଥୀ କରିବାକୁ ସହମତି । ଏନେଇ ହାଇକମାଣ୍ଡଙ୍କୁ ଜଣାଇବାକୁ ବୈଠକରେ ସହମତି ସୂଚନା ।

ଓଆରଏଚଡିସି ଦୁର୍ନୀତି ମାମଲାରେ ତାଙ୍କ ଉପରେ ହୋଇଥିବା ଦଣ୍ଡାଦେଶ ବିରୋଧରେ ସୁପ୍ରିମକୋର୍ଟରେ ସ୍ବତନ୍ତ୍ର ଲିଭ୍ ପିଟିସନ ଦାଖଲ କରିଥିଲେ ମୋକିମ । ସୁପ୍ରିମକୋର୍ଟ ମୋକିମଙ୍କ ଆବେଦନକୁ ଗ୍ରହଣ କରି ଶୁଣାଣି କରିଛନ୍ତି । କିନ୍ତୁ ଦଣ୍ଡାଦେଶ ଉପରେ ସ୍ଥଗିତାଦେଶ ଜାରି କରିନାହାଁନ୍ତି ।

Odisha assembly elections

ସ୍ବତନ୍ତ୍ର ଲିଭ ପିଟିସନର ଶୁଣାଣି ସରିବା ଯାଏଁ ଦଣ୍ଡାଦେଶ ଲାଗୁ ହେବ ନାହିଁ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି । ଅର୍ଥାତ ଶୁଣାଣି ସରିବା ଯାଏଁ ସେ ଗିରଫ ହେବେ ନାହିଁ । ତେବେ ଦଣ୍ଡାଦେଶ ଉପରେ ସ୍ଥଗିତାଦେଶ ଜାରି ହୋଇନଥିବାରୁ ମୋକିମ ଏଥର ସାଧାରଣ ନିର୍ବାଚନ ଲଢିପାରିବେ ନାହିଁ ।

ଜନପ୍ରତିନିଧି ଆଇନ ଅନୁଯାୟୀ ଦୁଇ ବର୍ଷ କିମ୍ବା ତଦୁର୍ଦ୍ଧ୍ବ ଦଣ୍ଡାଦେଶ ହୋଇଥିଲେ କୌଣସି ରାଜନେତା ନିର୍ବାଚନ ଲଢିପାରିବେ ନାହିଁ ।ଓଆରଏଚଡିସି ଋଣ ଦୁର୍ନୀତି ମାମଲାରେ ମହମ୍ମଦ ମୋକିମଙ୍କୁ ୨୦୨୨ ଅକ୍ଟୋବର ମାସରେ ୩ ବର୍ଷର ସଶ୍ରମ କାରାଦଣ୍ଡାଦେଶ ଦେଇଥିଲେ ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ। ଏହାକୁ ଚାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ମହମ୍ମଦ ମୋକିମ। ପୂର୍ବରୁ ମୋକିମଙ୍କ ଆବେଦନକୁ ଗ୍ରହଣ କରିବା ସହ ହାଇକୋର୍ଟ ମାମଲାର ଶୁଣାଣି କରି ମୋକିମ ଙ୍କୁ ଜାମିନ ପ୍ରଦାନ କରିଥିଲେ । ଏକ ଲକ୍ଷ ଟଙ୍କା ଓ ଦୁଇ ଜଣ ଜାମିନଦାର ବଦଳରେ ସେ ଜାମିନ ଯାଇ ପାରିବେ ବୋଲି ସର୍ତ୍ତ ରଖିଥିଲେ ହାଇକୋର୍ଟ ।ସେହିପରି ଜରିମାନା ଆଦାୟ ଉପରେ ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ ରାୟ ଉପରେ ରହିତାଦେଶ ଜାରି କରିଥିଲେ ହାଇକୋର୍ଟ।

ସଚନାଯୋଗ୍ୟ ଓ ଆରଏଚଡିସି ମାମଲାରେ ମୋକିମଙ୍କୁ ୩ଵର୍ଷ ଜେଲ ଦଣ୍ଡାଦେଶ ଦେଇଥିଲେ ଭୁବନେଶ୍ୱର ଭିଜିଲାନ୍ସ କୋର୍ଟ। ଏହି ରାୟକୁ ଚାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ବାରବାଟୀ କଟକ ବିଧାୟକ ମହମ୍ମଦ ମୋକିମ।

ତେବେ ମୋକିମଙ୍କର ମେଟ୍ରୋ ବିଲ୍ଡର୍ସ ବିରୋଧରେ ଓଡିଶା ରୁରାଲ ହାଉସିଙ୍ଗ ଆଣ୍ଡ୍ ଡେଭଲପମେଣ୍ଟ କର୍ପୋରେସନ୍ ପକ୍ଷରୁ ଏକ ଋଣ ଦୁର୍ନୀତି ଅଭିଯୋଗ ହୋଇଥିଲା । ଏହି ଅଭିଯୋଗ ପ୍ରମାଣିତ ହେବା ପରେ ଭୁବନେଶ୍ୱରର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ତାଙ୍କୁ ଜରିମାନା ସହ ୩ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଥିଲେ । ଏହାକୁ ଚ୍ୟାଲେଂଜ କରି ମୋକିମ ଏହି ଦଣ୍ଡାଦେଶକୁ ଖାରଜ କରିବାକୁ ହାଇକୋର୍ଟର ଦ୍ୱାରସ୍ଥ ହୋଇଥିଲେ ବି ହାଇକୋର୍ଟ ମଧ୍ୟ ତାଙ୍କ ଆବେଦନକୁ ଖାରଜ କରିଥିଲେ । ଏହାପରେ ସେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । କିନ୍ତୁ ସୁପ୍ରିମକୋର୍ଟ ମଧ୍ୟ ଏହି ଆଦେଶକୁ କାଏମ ରଖିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+