ବିଧାନସଭାର ଶୀତକାଳୀନ ଅଧିବେଶନ: ଗୃହକୁ ୫ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
ଭୁବନେଶ୍ୱର: ଓଡିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି। ପ୍ରଥମେ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ କରାଯାଇଛି । ଦିବଗଂତ ନେତା ଓ କୋଭିଡ୍ ଯୋଦ୍ଧାଙ୍କ ପାଇଁ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଶୋକ ପ୍ରସ୍ତାବ ଆଗତ ପରେ ଅପରାହ୍ଣ ୫ଟା ଯାଏଁ ଗୃହକୁ ମୁଲତବି ଘୋଷଣା କରାଯାଇଛି। ବିଭିନ୍ନ ପ୍ରସଙ୍ଗରେ ବିରୋଧୀ ଦଳ ସରକାରଙ୍କୁ ଘେରିଛନ୍ତି। ଏହି ପରିପ୍ରେକ୍ଷୀରେ ଗୃହକୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ଶୀତକାଳୀନ ଅଧିବେଶନର ଆଜି ପ୍ରଥମ ଦିବସ। କୋବିଡ କଟକଣା ମଧ୍ୟରେ ଗୃହ କାର୍ଯ୍ୟ ଆରମ୍ଭ କରାଯାଇଛି।












Click it and Unblock the Notifications