ଖୁବଶୀଘ୍ର ମନ୍ତ୍ରୀମଣ୍ଡଳ ଅଦଳବଦଳ: କିଏ ହେବେ ନୂଆ ମନ୍ତ୍ରୀ ?
ଭୁବନେଶ୍ୱର: ଖୁବଶୀଘ୍ର ହୋଇପାରେ ରାଜ୍ୟ ସରକାରଙ୍କ ମନ୍ତ୍ରୀମଣ୍ଡଳରେ ଅଦଳବଦଳ । କାରଣ ଗତକାଲି ରାତିରେ ହଠାତ୍ ବାଚସ୍ପତି ଓ ଦୁଇ ଟାଣୁଆ ମନ୍ତ୍ରୀଙ୍କ ଇସ୍ତଫା ପରେ ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି ହୋଇଯାଇଛି ।
ଗତକାଲି(ଶୁକ୍ରାବର) ନବୀନ ସରକାରଙ୍କ ମନ୍ତ୍ରୀ ମଣ୍ଡଳରୁ ଇସ୍ତଫା ଦେଇଥିଲେ ବାଚସ୍ପତି ବିକ୍ରମ ଆରଖୁ ଓ ତାଙ୍କ ପରେ ଇସ୍ତଫା ଦେଇଥିଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ଓ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ । କାହିଁକି ଏହି ଦୁଇ ମନ୍ତ୍ରୀ ଇସ୍ତଫା ଦେଲେ ଏ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି ।

ସେପଟେ ବାଚସ୍ପତି ବିକ୍ରମ ଆରୁଖ ଏବଂ ୨ ମନ୍ତ୍ରୀ ସମୀର ଦାଶ ଓ ଶ୍ରୀକାନ୍ତ ସାହୁଙ୍କ ଇସ୍ତଫା ଦେବା ପରେ କାହାକୁ ମିଳିବ ମନ୍ତ୍ରୀ ପଦ ତାକୁ ନେଇ ଆରମ୍ଭ ହୋଇଯାଇଛି ଚର୍ଚ୍ଚା ଆଲୋଚନା । ଏହି ଚର୍ଚ୍ଚାର ଫୋକସରେ ରହିଛି ଗଞ୍ଜାମ ଜିଲ୍ଲା । ଆକଳନ ଅନୁସାରେ- ଗଞ୍ଜାମ ଜିଲ୍ଲାରୁ ଏକାଧିକ ବିଧାୟକଙ୍କୁ ମନ୍ତ୍ରୀ ପଦ ମିଳିପାରେ । ଚର୍ଚ୍ଚା ଅନୁସାରେ ଗଂଜାମ ଜିଲ୍ଳାର ୩ ବିଧାୟକଙ୍କ ନାଁ ରହିଛି । ବିକ୍ରମ ଆରୁଖ, ଲତିକା ପ୍ରଧାନ ଏବଂ ବିକ୍ରମ ପଣ୍ଡା ।
ସେହିପରି ପୁରୀ ଜିଲ୍ଲାରୁ ପିପିଲି ବିଧାୟକ ରୁଦ୍ର ମହାରଥୀଙ୍କ ନାଁକୁ ନେଇ ବି ପାୱାର କରିଡରେ ଚର୍ଚ୍ଚା ହେଉଛି । ଏସବୁ ବାହାରେ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହାଙ୍କ ନାଁ ବି ଚର୍ଚ୍ଚାରେ ରହିଛି । ସେପଟେ ଆସନ୍ତାବର୍ଷ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ । ତେଣୁ ନିର୍ବାଚନ ପୂର୍ବରୁ ମନ୍ତ୍ରୀମଣ୍ଡଳ ଅଦଳବଦଳ ନବୀନଙ୍କ ଏକ ମାଷ୍ଟରଷ୍ଟ୍ରୋକ ବୋଲି ରାଜନୈତିକ ସମୀକ୍ଷକମାନେ କହିଛନ୍ତି ।
ସୂଚନାଥାଉ କି, ଗତବର୍ଷ ଜୁନ ମାସ ଶେଷ ଥର ପାଇଁ ନବୀନ ତାଙ୍କର ମନ୍ତ୍ରିମଣ୍ଡଳରେ ଏକ ବଡ଼ ଧରଣର ଅଦଳବଦଳ କରିଥିଲେ । ସେ ସମୟରେ ନବୀନଙ୍କ କ୍ୟାବିନେଟରେ ୨୧ ଜଣ ନୂଆ ମନ୍ତ୍ରୀ ଶପଥ ଗ୍ରହଣ କରିଥିଲେ । ତେବେ ଆଜି ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନର ଫଳାଫଳ ପ୍ରକାଶ ପାଇବାକୁ ଥିବାବେଳେ ଏହା ପୂର୍ବରୁ ସୁପ୍ରିମୋ ଦଳୀୟ କର୍ମୀଙ୍କୁ ଆଗାମୀ ନିର୍ବାଚନ ପାଇଁ ପ୍ରସ୍ତୁତ ରହିବାକୁ ସତର୍କ କରାଇ ଦେଇଛନ୍ତି । ତେବେ ନବୀନ ଏବେ ଦିଲ୍ଲୀ ଗସ୍ତରେ ଥିବାବେଳେ ରାଜ୍ୟ ରାଜନୀତି ପୁଣି ଥରେ ଚଳଚଞ୍ଚଳ ହୋଇ ଉଠିଛି ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications