ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ, ଦ୍ରୌପଦୀଙ୍କ ଶପଥ ଗ୍ରହଣରେ ହେବେ ସାମିଲ
ଆଜିଠାରୁ 4 ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀବ ପଟ୍ଟନାୟକ । ଆସନ୍ତା 25 ତାରିଖରେ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ।
ଭୁବନେଶ୍ବର : ଆଜିଠାରୁ 4 ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀବ ପଟ୍ଟନାୟକ । ଆସନ୍ତା 25 ତାରିଖରେ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ । ଶପଥ ଗ୍ରହଣରେ ଯୋଗଦେବାକୁ ନବୀନଙ୍କୁ ନିମନ୍ତ୍ରଣ କରାଯାଇଛି।

ଦ୍ରୌପଦୀ ମୁର୍ମୁ ହେଉଛନ୍ତି ପ୍ରଥମ ଆଦିବାସୀ ମହିଳା ଏବଂ ଦ୍ୱିତୀୟ ମହିଳା ଯିଏ ଭାରତର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବା ପାଇଁ ଯାଉଛନ୍ତି। ଭାରତର ମୁଖ୍ୟ ବିଚାରପତି ଜଷ୍ଟିସ ଏନ ଭି ରମଣା ସୋମବାର ସଂସଦର କେନ୍ଦ୍ରୀୟ ହଲରେ ମୁର୍ମୁଙ୍କୁ ଶପଥ ପାଠ କରାଇବେ ।
ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଅବସରରେ ରାଜ୍ୟ ସ୍ବାର୍ଥ ପ୍ରସଙ୍ଗରେ କେନ୍ଦ୍ରୀୟ ନେତାଙ୍କ ସହ ଆଲୋଚନା କରିବେ ନବୀନ । ଶପଥ ଗ୍ରହଣ ଉତ୍ସବର ପରଦିନ ପୁଣି ଓଡିଶା ଫେରିବାର ଯୋଜନା ରହିଛି ।
ଏନଡିଏ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିବା ପରେ ବିଜେଡି ତାଙ୍କୁ ସହଯୋଗ କରିବ ବୋଲି ଘୋଷଣା କରିଥିଲେ ନବୀନ । ନିର୍ବାଚନରେ ଯେପରି ଓଡ଼ିଶାରୁ କୌଣସି ଭୋଟ୍ ନାକଚ ନହୁଏ ସେଥିପ୍ରତି ଧ୍ୟାନ ଦେଇଥିଲେ । ଦଳମତ ନିର୍ବିଶେଷରେ ସବୁ ଦଳ ଓଡ଼ିଆ ଝିଅଙ୍କୁ ଭୋଟ୍ ଦେବାକୁ ମଧ୍ୟ ଆହ୍ୱାନ କରିଥିଲେ ନବୀନ ପଟ୍ଟନାୟକ । ଚଳିତ ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ବିଜୟୀ କରିବାରେ ପ୍ରମୁଖ ଭୂମିକା ତୁଲାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।












Click it and Unblock the Notifications