ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା କଂଗ୍ରେସ
ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା କଂଗ୍ରେସ । କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କ ପାଇଁ ପ୍ରଚାର କରିବେ ଏହି ଷ୍ଟାର ପ୍ରଚାରକମାନେ ।
ଏହି ୪୦ ଜଣିଆ ତାରକା ପ୍ରଚାରକଙ୍କ ତାଲିକାରେ ଏ. ଚେଲ୍ଲା କୁମାର, ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ, ନରସିଂହ ମିଶ୍ର, କହ୍ନେୟା କୁମାର, ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ରାମଚନ୍ଦ୍ର ଖୁଣ୍ଟିଆ, ସୁଶୀଳା ତିରିଆ, ବିଜୟ କୁମାର ପଟ୍ଟନାୟକ, ଶରତ ରାଉତ, ଭକ୍ତ ଚରଣ ଦାସ, ସପ୍ତଗିରି ଶଙ୍କର ଉଲ୍ଲାକା, ଚିରଞ୍ଜୀବୀ ବିଶ୍ୱାଳ, ପଞ୍ଜାନନ କାନୁନଗୋ, ଗଣେଶ୍ୱର ବେହେରା ପ୍ରମୁଖ ନେତାମାନେ ସ୍ଥାନ ପାଇଛନ୍ତି ।

କମିଟିରେ ଅନ୍ୟମାନଙ୍କ ମଧ୍ୟରେ ଏ.ଆଇ.ସି.ସି. ମହିଳା ସମ୍ପାଦକ ଶସ୍ମିତା ବେହେରା, ବରିଷ୍ଠ କଂଗ୍ରେସ ନେତା ଶିବାନନ୍ଦ ରାୟ, ପୂର୍ବତନ ବିଧାୟକ ଭୂଜବଳ ମାଝୀ, ଦେବାଶିଷ ପଟ୍ଟନାୟକ, ମହିଳା କଂଗ୍ରେସର ସଭାନେତ୍ରୀ ବନ୍ଦିତା ପରିଡ଼ା, ଛାତ୍ର ସଭାପତି ୟାଶିର ନୱାଜ, ଯୁବ କଂଗ୍ରେସ ସଭାପତି ସ୍ମୁତିରଞ୍ଜନ ଲେଙ୍କା, ଅନୁସୂଚିତ ଜାତି ଅଧ୍ୟକ୍ଷ ବାଙ୍କନିଧି ବେହେରା, ସଂଖ୍ୟାଲଘୁ ଅଧ୍ୟକ୍ଷ ଜିୟା ଉଲ୍ଲ ହକ୍, କିଷାନ ସେଲ୍ର ଅଧ୍ୟକ୍ଷ ଅମୀୟ ପଟ୍ଟନାୟକ, ରାଜ୍ୟ ମୁଖପାତ୍ର ଅମୀୟ ପାଣ୍ଡବ, ଅମିତା ବିଶ୍ୱାଳ ଓ ମହେନ୍ଦ୍ର ନାୟକ ପ୍ରମୁଖ କଂଗ୍ରେସ ନେତୃବୃନ୍ଦ ରହିଛନ୍ତି । ଏହି ପ୍ରଚାରକମାନେ ଏପ୍ରିଲ ୨୫ ତାରିଖରୁ ମେ ୮ ତାରିଖ ପର୍ଯ୍ୟନ୍ତ ଝାରସୁଗୁଡ଼ାରେ ଉପସ୍ଥିତ ରହି କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କ ସପକ୍ଷରେ ପ୍ରଚାର କରିବେ ।
ତେବେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପୂର୍ବରୁ ବିଜେଡି ପର୍ଯ୍ୟବେକ୍ଷକଙ୍କ ତାଲିକା ଘୋଷଣା କରିଥିବା ବେଳେ ବିଜେପି ମଧ୍ୟ ନିର୍ବାଚନ ପରିଚାଳନା ଓ ପ୍ରଚାର ପାଇଁ ଦୁଇଟି ଟିମ୍ ଘୋଷଣା କରିଥିଲା ।
ତେବେ ନବ ଦାସଙ୍କ ହତ୍ୟା ପରେ ଝାରସୁଗୁଡ଼ା ଆସନ ଖାଲି ପଡ଼ିଛି । ସେହି ଆସନରୁ ନବ ଦାସଙ୍କ ଝିଅ ଦୀପାଳିଙ୍କୁ ପ୍ରାର୍ଥୀ କରିଛି ବିଜେଡି । ଏ ନେଇ ଦଳ ପକ୍ଷରୁ ତାଙ୍କର ନାଁ ଘୋଷଣା କରାଯାଇଥିଲା । ଗତାକାଲି ଅର୍ଥାତ୍ ୧୭ ତାରିଖରେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ପ୍ରାର୍ଥୀପତ୍ର ଦାଖଲ କରିଥିଲେ । ତା ପୂର୍ବରୁ ୧୫ ତାରିଖରେ କଂଗ୍ରେସ ପକ୍ଷରୁ ତରୁଣ ପାଣ୍ଡେ ନିଜର ପ୍ରାର୍ଥୀପତ୍ର ଦାଖଲ କରିଥିଲେ । ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ତାରିଖ ଘୋଷଣା ପରଠାରୁ ସମଗ୍ର ନିର୍ବାଚନ ମଣ୍ଡଳୀରେ ରାଜନୈତିକ ଗତିବିଧି ସରଗରମ ହେବାରେ ଲାଗିଛି ।
ସୂଚନାଯୋଗ୍ୟ, ଝାରସୁଗୁଡ଼ାରେ ଉପନିର୍ବାଚନ ଆସନ୍ତା ମେ' ୧୦ ତାରିଖରେ ଏଠାରେ ଭୋଟ୍ ଗ୍ରହଣ କରାଯାଇ ୧୩ ତାରିଖରେ ଫଳାଫଳ ପ୍ରକାଶ ପାଇବ। ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ଏବଂ ୨୧ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ । ୨୪ ତାରିଖ ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ ହୋଇଥିବା ବେଳେ ମେ' ୧୦ ତାରିଖରେ ଭୋଟିଂ ହୋଇ ୧୩ରେ ଫଳାଫଳ ପ୍ରକାଶ ପାଇବ। ମେ ୧୫ ତାରିଖ ସୁଦ୍ଧା ସମସ୍ତ ନିର୍ବାଚନ ପ୍ରକ୍ରିୟା ଶେଷ ହେବ।












Click it and Unblock the Notifications