କୃଷକ ମୋର୍ଚ୍ଚାର ଭାରତ ବନ୍ଦକୁ କଂଗ୍ରେସର ସମର୍ଥନ

ଭୁବନେଶ୍ୱର : କୃଷି ଆଇନ ପ୍ରତ୍ୟାହାର ଦାବିରେ ସଂଯୁକ୍ତ କୃଷକ ମୋର୍ଚା ପକ୍ଷରୁ ଆସନ୍ତା ୨୭ ତାରିଖ ଦିନ ଭାରତ ବନ୍ଦ ଡାକରା ଦିଆଯାଇଛି । ଭାରତୀୟ ଜାତୀୟ କଂଗ୍ରେସ ଏହି ବନ୍ଦକୁ ସମର୍ଥନ କରିବାପାଇଁ ନିଷ୍ପତି ନେଇଛି ।

congress

କଂଗ୍ରେସ ଦଳ ସର୍ବଦା କୃଷକମାନଙ୍କ ସ୍ୱାର୍ଥ ରକ୍ଷା ପାଇଁ କାର୍ଯ୍ୟ କରିଆସିଛି । ଏଣୁ ୨୭ ତାରିଖ ଦିନ ଭାରତ ବନ୍ଦକୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପୂର୍ଣ୍ଣ ସମର୍ଥନ ଦିଆଯିବ ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକ ଏକ ପ୍ରେସ ବିବୃତିରେ କହିଛନ୍ତି ।

ଏହି ମର୍ମରେ ଜିଲ୍ଲାସ୍ତରରେ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ବନ୍ଦ କାର୍ଯ୍ୟକ୍ରମକୁ ପୂର୍ଣ୍ଣମାତ୍ରାରେ ସଫଳ କରିବାପାଇଁ ପିସିସି ସଭାପତି ଶ୍ରୀ ପଟ୍ଟନାୟକ ଜିଲ୍ଲା ସଭାପତି ମାନଙ୍କ ପତ୍ର ଲେଖିଛନ୍ତି । ରାଜ୍ୟର ସମସ୍ତ କଂଗ୍ରେସ ନେତୃବୃନ୍ଦ, ସାଂସଦ, ବିଧାୟକ, ପୂର୍ବତନ ସାଂସଦ, ପୂର୍ବତନ ବିଧାୟକ, ସାମୁଖ୍ୟ ଓ ପ୍ରକୋଷ୍ଠାର କର୍ମକର୍ତା, ସାଂସଦ ଓ ବିଧାୟକ ପ୍ରାର୍ଥର୍ୀ, କୃଷକ, ଶ୍ରମିକ ଓ ଜନସାଧାରଣ ଏହି ବନ୍ଦକୁ ସଫଳ କରିବାକୁ ଶ୍ରୀ ପଟ୍ଟନାୟକ ଅନୁରୋଧ କରିଛନ୍ତି ବୋଲି ପିସିସି ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର ଜଣାଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+