ପରୀ ପରିବାରକୁ ଭେଟିବେ ଓଡ଼ିଶା କଂଗ୍ରେସ ପ୍ରଭାରୀ ଚେଲାକୁମାର
ଶନିବାର ଡ. ଚେଲାକୁମାର ନୟାଗଡ଼ ଯାଇ ପରୀ ପରିବାରକୁ ଭେଟିବେ । ତାଙ୍କ ସହ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ସମେତ ଅନେକ ବରିଷ୍ଠ କଂଗ୍ରେସ ନେତୃବୃନ୍ଦ ନୟାଗଡ ଜିଲ୍ଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି
ଭୁବନେଶ୍ୱର : ଆଜି ଓଡିଶା କଂଗ୍ରେସ ପ୍ରଭାରୀ ସାଂସଦ ଡ. ଏ. ଚେଲାକୁମାର ଦୁଇ ଦିନିଆ ଓଡିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି । ପ୍ରଥମ ଦିନରେ କଂଗ୍ରେସ ବିଧାୟକ ଦଳ ନେତା ଶ୍ରୀ ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ କଂଗ୍ରେସ ଭବନ ଠାରେ ଅନୁଷ୍ଠିତ କଂଗ୍ରେସ ବିଧାୟକ ଦଳ ବୈଠକରେ ଡ. ଚେଲାକୁମାର ଉପସ୍ଥିତ ରହି ବିଧାୟକମାନଙ୍କ ସହ ବର୍ତମାନର ରାଜନୈତିକ ପରିସ୍ଥିତି ସଂପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ । ଆଗାମୀ ଦିନରେ କଂଗ୍ରେସକୁ ଲୋକାଭିମୁଖୀ କରିବା ଓ ତଳସ୍ତରରୁ ସଂଗଠନକୁ ସୁଦୃଢ଼ କରିବା ପାଇଁ ରଣନୀତି ସଂପର୍କରେ ପରାମର୍ଶ ଦେଇଥିଲେ ଚେଲାକୁମାର ।

ଏହି ବୈଠକରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ସମେତ ଏଆଇସିସି ସଂପାଦକ ଜି. ରୁଦ୍ରରାଜୁ ବିଧାୟକ ସୁରେଶ କୁମାର ରାଉତରାୟ, ତାରପ୍ରସାଦ ବାହିନୀ ପତି, ସନ୍ତୋଷ ସିଂ ସାଲୁଜା, ମହମ୍ମଦ ମୋକିମ, ରମେଶ ଜେନା ପ୍ରମୁଖ ଉପସ୍ଥିତ ଥିଲେ।
ଅପରପକ୍ଷରେ ଶନିବାର ଡ. ଚେଲାକୁମାର ନୟାଗଡ଼ ଯାଇ ପରୀ ପରିବାରକୁ ଭେଟିବେ । ତାଙ୍କ ସହ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ସମେତ ଅନେକ ବରିଷ୍ଠ କଂଗ୍ରେସ ନେତୃବୃନ୍ଦ ନୟାଗଡ ଜିଲ୍ଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ପିସିସି କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ।
ସେହିପରି ଅପରାହ୍ନରେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଠାରେ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବରିଷ୍ଠ କଂଗ୍ରେସ ନେତୃବୃନ୍ଦମାନଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଥିଲା ।

ଏହି ବୈଠକରେ କଂଗ୍ରେସ ପ୍ରଭାରୀ ଡ. ଚେଲାକୁମାର ଉପସ୍ଥିତ ରହି କହିଲେ ଯେ କଂଗ୍ରେସ ସଂଗଠନକୁ ସୁଦୃଢ଼ କରିବା ନେଇ ଆସୋଚନା ହୋଇଥିଲା । ଓଡିଶାରେ ବିଜେଡି ଓ ବିଜେପି ଉପରେ ଜନସାଧାରଣ ଆସ୍ଥା ହରାଇଲେଣି । ଏଭଳି ସମୟରେ କଂଗ୍ରେସ ଏକଜୁଟ ହୋଇ କାମ କରିବାକୁ ସେ ଆହ୍ୱାନ ଦେଇଥିଲେ । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜି. ରୁଦ୍ର ରାଜୁ, ଏଆଇସିସି ଇନ୍ଚାର୍ଜ ଭକ୍ତ ଦାସ, ବିଶ୍ୱରଞ୍ଜନ ମହାନ୍ତି, ବିଧାୟକ ଦଳ ନେତା ନରସିଂହ ମିଶ୍ର, କାର୍ଯ୍ୟକାରୀ ସଭାପତି ଚିରଞ୍ଜିବ ବିଶ୍ୱାଳ, ପ୍ରଦୀପ ମାଝୀଙ୍କ ସମେତ ପୂର୍ବତନ ପିସିସି ସଭାପତି ଶରତ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ପୂର୍ବତନ ସାଂସଦ ରାମଚନ୍ଦ୍ର ଖୁଂଟିଆ, ଅନନ୍ତ ପ୍ରସାଦ ସେଠୀ, ଜଗନ୍ନାଥ ପଟ୍ଟନାୟକ, ରାଧାକାନ୍ତ ଦିଗଲ, ପୂର୍ବତନ ମନ୍ତ୍ରୀ ପଂଚାନନ କାନୁନଗୋ, ବିଜୟଲକ୍ଷ୍ମୀ ସାହୁ, ବିପିନ ଦାସ ଓ ବହୁ ବରିଷ୍ଠ କଂଗ୍ରେସ ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ଥିଲେ ।
-
କ୍ରସ୍ ଭୋଟିଂକୁ ନେଇ ନବୀନଙ୍କ ପ୍ରତିକ୍ରିୟା, କହିଲେ ବିଜେପି... -
ବିଧାୟିକା ଉପାସନାଙ୍କ ଭୋଟ୍କୁ ନେଇ ନବୀନଙ୍କ ଅଭିଯୋଗ -
ଅଣ୍ଡା ପ୍ରେମୀଙ୍କ ପାଇଁ ଖୁସି ଖବର ; କମିଲା ରେଟ, ଜାଣନ୍ତୁ କେତେ? -
୨ ମାସ ତଳୁ ଯୋଜନା ପ୍ରସ୍ତୁତ ହୋଇଥିଲା, ଜିତିବା ପାଇଁ ଲଢୁଥିଲୁ;ବିଜୟ ମହାପାତ୍ର -
ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ -
ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳ ଝଡ଼ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ -
ସାବଧାନ ! ଖାଉଛନ୍ତି କଞ୍ଚା ଆମ୍ବ ତେବେ ନିହାତି ଜାଣନ୍ତୁ ଏହି କଥା, ନଚେତ୍... -
ଯୁଦ୍ଧ ଭିତରେ ଖସିଲା ସୁନା ରୂପା ଦାମ, ଜାଣନ୍ତୁ କେତେ ? -
୨୧ ଯାଏଁ କୁଆପଥର ବର୍ଷା ସମ୍ଭାବନା, ଆଜି ପାଇଁ ଆଲର୍ଟ ଜାରି -
SCB ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ -
ଦିଲ୍ଲୀ ହାଇକୋର୍ଟରେ ୧୦କୋଟି ଟଙ୍କାର କେସ୍ ଦାଏର କଲେ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଝିଅ, ଜାଣନ୍ତୁ ପୁରା ଘଟଣା -
ନିର୍ବାଚନ ପୂର୍ବରୁ ମମତାଙ୍କୁ ଝଟକା, ଆକ୍ସନ ମୁଡକୁ ଆସିଲେ ନିର୍ବାଚନ କମିଶନ












Click it and Unblock the Notifications