Get Updates
Get notified of breaking news, exclusive insights, and must-see stories!

ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ଆରମ୍ଭ ହେଲାଣି ସଜବାଜ

ଆଗାମୀ ଦିନରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ଯ ପ୍ରସାଦ ପାଢୀ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି।

ଭୁବନେଶ୍ୱର: ଆଗାମୀ ଦିନରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ଯ ପ୍ରସାଦ ପାଢୀ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି। ୱାର୍ଡ ପରିସୀମା ନିର୍ଦ୍ଧାରଣ ଓ ପଦ ସଂରକ୍ଷଣ କାର୍ଯ୍ଯ ସମାପ୍ତ କରି ତାହାର ତାଲିକା ଆସନ୍ତା ୨୬ ତାରିଖ ସୁଦ୍ଧା ରାଜ୍ୟ ନିର୍ବାଚନ କମିଶନଙ୍କ ନିକଟକୁ ପଠାଇବାକୁ ନିର୍ଦ୍ଦେଶ ଦିଆଯାଇଛି।

panchayat election 2022

ପ୍ରତ୍ୟେକ ଜିଲ୍ଲାରେ କେତେ ସଂଖ୍ୟକ ବାଲାଟ୍ ବକ୍ସ୍ ଆବଶ୍ୟକ ସେ ସମ୍ପର୍କରେ କମିଶନର ଜାଣିବାକୂ ଚାହିଁଥିଲେ। ନିର୍ବାଚନ କମିଶନର ନିର୍ବାଚନ ପଞ୍ଜୀକରଣ ଅଧିକାରୀମାନଙ୍କୁ ନିଯୁକ୍ତ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ଚିଠି ମାଧ୍ୟମରେ ଅବଗତ କରାଇଛନ୍ତି। ଭିଡିଓ କନଫରେନ୍ସିଙ୍ଗ୍ ମାଧ୍ୟମରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ଯର ସମସ୍ତ ଜିଲ୍ଲାପାଳ ଓ ଜିଲ୍ଲା ପଞ୍ଚାୟତ ଅଧିକାରୀ ଏବଂ ଅନ୍ଯାନ୍ଯ ଅଧିକାରୀମାନେ ଉପସ୍ଥିତ ଥିଲେ।

ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ସମସ୍ତ ଜିଲ୍ଲାପାଳଙ୍କୁ ପଦ ସଂରକ୍ଷଣ ତଥ୍ୟ ନିର୍ଦ୍ଧାରିତ ପ୍ରୋଫର୍ମାରେ ସ୍ୱତନ୍ତ୍ର ବାର୍ତ୍ତାବହ ଜରିଆରେ ଆସନ୍ତା ୨୬ ତାରିଖ ସୁଦ୍ଧା ନିର୍ବାଚନ କମିଶନଙ୍କୁ ପଠାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ପଞ୍ଚାୟତ ନିର୍ବାଚନରେ ବ୍ୟବହୃତ ହେବାକୁ ଥିବା ବାଲାଟ୍‌ ବକ୍ସ ସଂପର୍କରେ ନିର୍ବାଚନ କମିଶନର ଆଲୋଚନା କରିଥିଲେ। ପ୍ରତ୍ୟେକ ଜିଲ୍ଲାରେ କେତେ କେତେ ବାଲାଟ୍‌ ବକ୍ସ ଦରକାର ହେବ, ଜିଲ୍ଲାସ୍ତରରେ କେତେ ବାଲାଟ୍‌ ବକ୍ସ ଅଛି, ସେ ସଂପର୍କରେ କମିଶନ ଜାଣିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ପଞ୍ଚାୟତ ନିର୍ବାଚନରେ ବ୍ୟବହୃତ ହେବାକୁ ଥିବା ବାଲାଟ୍‌ ବକ୍ସର ମରାମତି ଓ ରଙ୍ଗ କରାଇବା ପାଇଁ ନିର୍ବାଚନ କମିଶନ ସମସ୍ତ ଜିଲ୍ଲାପାଳଙ୍କୁ କହିଛନ୍ତି । ଏଥି ନିମନ୍ତେ ୧ କୋଟି ୧୬ ଲକ୍ଷ ଟଙ୍କା ଜିଲ୍ଲାଗୁଡ଼ିକୁ ପ୍ରଦାନ କରାଯାଇଛି ଏବଂ ଆସନ୍ତା ୧୫ ତାରିଖ ସୁଦ୍ଧା ଏ ସମସ୍ତ କାର୍ଯ୍ୟ ସଂପନ୍ନ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ନିର୍ବାଚନ ପରେ ଭୋଟଗଣତି ସଂପର୍କରେ ନିର୍ବାଚନ କମିଶନ ଏକ ବିସ୍ତୃତ ନିୟମାବଳୀ ଜାରି କରିଛନ୍ତି । ଏଥର ପଞ୍ଚାୟତ ନିର୍ବାଚନ ଭୋଟଗଣତି ବ୍ଲକ୍‌ ମୁଖ୍ୟାଳୟଠାରେ ଅନୁଷ୍ଠିତ ହେବ ।

ଏଥିରେ ସମସ୍ତ ଜିଲ୍ଲାପାଳ ଭୋଟଗଣତି ସଂପର୍କରେ ଜାରି କରାଯାଇଥିବା ବିସ୍ତୃତ ନିୟମାବଳୀକୁ ଅନୁଧ୍ୟାନ କରିବା ପାଇଁ କମିଶନ ତରଫରୁ କୁହାଯାଇଛି । ଜିଲ୍ଲାପାଳମାନେ ବ୍ଲକ୍‌ ମୁଖ୍ୟାଳୟରେ ଭୋଟଗଣତି କେନ୍ଦ୍ର ଚିହ୍ନଟ ସହ ପ୍ରସ୍ତୁତ କରି ରଖିବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ନିର୍ବାଚନ କମିଶନ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ନିମନ୍ତେ ଜାନୁଆରୀ ୨୦୨୧ରେ ପ୍ରକାଶ ପାଇଥିବା ବିଧାନସଭା ନିର୍ବାଚନ ମଣ୍ଡଳୀ ଭୋଟର ତାଲିକା ସମସ୍ତ ଜିଲ୍ଲାଗୁଡ଼ିକୁ ସି.ଡ଼ି (ଏକ୍ସଲ୍‌ ଫର୍ମାଟ୍‌) ଜରିଆରେ ପଠାଯାଇଛି । ଏହାକୁ ଆଧାର କରି ଜିଲ୍ଲା ସମୂହ (ଏକ୍ସେଲ ଫର୍ମାଟ)ରେ ଆସନ୍ତା ୨୦୨୨ରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରସ୍ତୁତ କରିବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+