ଓଡ଼ିଶା ବିଧାନସଭା ନିର୍ବାଚନ ୨୦୨୪: ନୀଳଗିରି ବିଧାନସଭା ପାଇଁ ସନ୍ତୋଷ ଖଟୁଆଙ୍କୁ ପ୍ରାର୍ଥୀ କଲା ବିଜେପି
ସରଗରମ ରାଜ୍ୟ ରାଜନୀତି । ନୀଳଗିରି ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ସନ୍ତୋଷ ଖଟୁଆଙ୍କୁ ପ୍ରାର୍ଥୀ ଘୋଷଣା କଲା ବିଜେପି। ସନ୍ତୋଷ ଖଟୁଆ ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ । ଦଳ ସୁକାନ୍ତ ନାୟକଙ୍କୁ ଟିକେଟ ଦେବାରୁ ବିଜେଡି ଛାଡ଼ିଥିଲେ।

ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ୨୦୨୪ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା ଜାରି ରଖିଥିବା ବେଳେ ଶାସକ ବିଜୁ ଜନତା ଦଳ ପ୍ରଥମ ଦଳ ଭାବେ ସମସ୍ତ ୨୧ଟି ଲୋକସଭା ଓ ୧୪୭ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି । ସେହିଭଳି ବିଜେପି ଓ କଂଗ୍ରେସ ମଧ୍ୟ ୧୪୬ ଆସନରେ ପ୍ରାର୍ଥୀ ଘୋଷଣା କରି ସାରିଥିଲା।












Click it and Unblock the Notifications