ପୌର ନିର୍ବାଚନ: ଆଜି ପ୍ରକାଶ ପାଇବ ଚୂଡାନ୍ତ ପ୍ରାର୍ଥୀ ତାଲିକା
ପୌର ନିର୍ବାଚନ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଆଜି ଶେଷ ଦିନ । ଆଜି ସନ୍ଧ୍ୟାକୁ ଆସିବ ଚୂଡାନ୍ତ ତାଲିକା । ଆଜି ଦିନ ୩ଟା ଯାଏଁ ପ୍ରାର୍ଥୀମାନେ ନାମାଙ୍କନ ପ୍ରତ୍ୟାହାର କରିପାରିବେ ।
ଭୁବନେଶ୍ୱର: ପୌର ନିର୍ବାଚନ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଆଜି ଶେଷ ଦିନ । ଆଜି ସନ୍ଧ୍ୟାକୁ ଆସିବ ଚୂଡାନ୍ତ ତାଲିକା । ଆଜି ଦିନ ୩ଟା ଯାଏଁ ପ୍ରାର୍ଥୀମାନେ ନାମାଙ୍କନ ପ୍ରତ୍ୟାହାର କରିପାରିବେ ।

ରାଜ୍ୟର ୧୦୬ଟି ମ୍ୟୁନିସିପାଲିଟି, ଏନ୍ଏସି ଓ ୩ଟି ମହାନଗର ନିଗମ ଭୁବନେଶ୍ୱର, କଟକ ଓ ବ୍ରହ୍ମପୁର ପାଇଁ ଆଜି ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ।
ଗତ ୭ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ପ୍ରକ୍ରିୟା ଚାଲିଥିଲା। ଏହାପରେ ଗତ ୯ ତାରିଖରେ ଯାଞ୍ଚ ହୋଇଥିଲା ପ୍ରାର୍ଥିପତ୍ର। ପ୍ରାର୍ଥିମାନେ ସେମାନଙ୍କ ସମର୍ଥକଙ୍କ ସହ ଆସି ନିର୍ବାଚନ ଅଧିକାରୀଙ୍କଠାରେ ଦାଖଲ କରିଥିଲେ ପ୍ରାର୍ଥିପତ୍ର। କଟକ ଓ ବ୍ରହ୍ମପୁର ମହାନଗର ନିଗମ ସମେତ ୪୭ଟି ପୌର ପରିଷଦ ଓ ୫୯ଟି ଏନଏସିର ମୋଟ ୧୮୯୯ଟି ୱାର୍ଡରେ ଆସନ୍ତା ମାର୍ଚ୍ଚ ୨୪ ତାରିଖରେ ନିର୍ବାଚନ ହେବ। ଏଥିପାଇଁ ମୋଟ ୪୪୭୫ଟି ବୁଥରେ ପ୍ରାୟ ୪୧ ଲକ୍ଷ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ ।
ସୂଚନାଯୋଗ୍ୟ, ପୌର ନିର୍ବାଚନ ପାଇଁ ୭୦୫୨ଜଣ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର କାଏମ ଥିବାବେଳେ ୧୦୦ଜଣଙ୍କ ନାମାଙ୍କନ ପତ୍ର ରଦ୍ଦ ହୋଇଛି।












Click it and Unblock the Notifications