ପୌର ନିର୍ବାଚନ: ଗିରିବାଳା ବେହେରା ହେଲେ କଂଗ୍ରେସ କଟକ ମେୟର ପ୍ରାର୍ଥୀ

କଟକ ମେୟର ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । ଗିରିବାଳା ବେହେରାଙ୍କୁ କଟକ ମହାନଗର ନିଗମର ମେୟର ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ପୌର ନିର୍ବାଚନ ନେଇ ବସିଥିବା ବୈଠକରେ କଂଗ୍ରେସ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ।

ଭୁବନେଶ୍ୱର: କଟକ ମେୟର ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । ଗିରିବାଳା ବେହେରାଙ୍କୁ କଟକ ମହାନଗର ନିଗମର ମେୟର ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ପୌର ନିର୍ବାଚନ ନେଇ ବସିଥିବା ବୈଠକରେ କଂଗ୍ରେସ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଏହାସହ କଟକ ପାଇଁ କର୍ପୋରେଟର ପ୍ରାର୍ଥୀଙ୍କ ନାଁ ଚୂଡାନ୍ତ କରିଛି କଂଗ୍ରେସ । ଏହାସହ ଖୁବଶୀଘ୍ର ଭୁବନେଶ୍ୱର ମେୟର ପ୍ରାର୍ଥୀଙ୍କ ନାଁ ମଧ୍ୟ ଘୋଷଣା କରାଯିବ ବୋଲି କଂଗ୍ରେସ ପକ୍ଷରୁ ସ୍ପଷ୍ଟ କରାଯାଇଛି ।

Giribala Behera

ତେବେ ପଞ୍ଚାୟତ ଫଳାଫଳର କୌଣସି ପ୍ରଭାବ ପୌର ଉପରେ ପଡିବନି। ନୂଆ ରଣନୀତି ପ୍ରସ୍ତୁତ କରିଛି ଦଳ। କଟକରେ ଗୋଟିଏ ନିର୍ବଚନ ମଣ୍ଡଳୀ କଂଗ୍ରେସ ହାତରେ ଥିବାରୁ କଟକକୁ ଦଖଲକୁ ନେବାକୁ ଆଶାବାଦୀ ଅଛି କଂଗ୍ରେସ। ସହରରେ ଅନେକ ପ୍ରସଙ୍ଗ ରହିଛି ତାକୁ ନେଇ ଲୋକଙ୍କ ପାଖକୁ ଯିବେ ବୋଲି କହିଛନ୍ତି ଗିରିବାଳା।

କଟକର ମେୟର ପ୍ରାର୍ଥୀ ଭାବେ କଂଗ୍ରେସ ବାଛିଥିବା ଗିରିବାଳା ବେହେରା ଏବେ ପିସିସି ମହିଳା କଂଗ୍ରେସର ଉପସଭାପତି ରହିଛନ୍ତି । ଏହାଛଡା ଗିରିବାଳା ନଗର କଂଗ୍ରେସର ମଧ୍ୟ ଜଣେ ଟାଣୁଆ କର୍ମୀ । ଖାସକରି ଗତ ସାଧାରଣ ନିର୍ବାଚନରେ ଗିରିବାଳାଙ୍କୁ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଦେଖିବାକୁ ମିଳିଥିଲା । ପୂର୍ବରୁ ଥରେ କର୍ପୋରେଟର ଜିତିଥିବା ଗିରିବାଳାଙ୍କ ସାଙ୍ଗଠନିକ ଦକ୍ଷତା ଥିବାରୁ ତାଙ୍କୁ କଂଗ୍ରେସ ପକ୍ଷରୁ ମେୟର ପ୍ରାର୍ଥୀ କରାଯାଇଛି ।

ସେପଟେ ଆଜି ଠାରୁ ପୌର ନିର୍ବାଚନ ପାଇଁ ଆରମ୍ଭ ହୋଇଛି ନାମାଙ୍କନ ଦାଖଲ ପ୍ରକ୍ରିୟା । ଏହା ଆସନ୍ତା ୭ ତାରିଖ ଯାଏ ଚାଲିବ । ଅର୍ଥାତ ୬ ଦିନ ଧରି ଏହି ପ୍ରକ୍ରିୟା ଚାଲିବ । ୯ତାରିଖରେ ନାମାଙ୍କନ ପତ୍ରଯାଞ୍ଚ ହେବ । ୧୪ରେ ନାମାଙ୍କ ପତ୍ର ପ୍ରତ୍ୟାହାର ଏବଂ ଚୂଡାନ୍ତପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ମାର୍ଚ୍ଚ ୨୪ରେ ପୌର ନିର୍ବାଚନ ହେବ ଏବଂ ୨୬ରେ ଫଳାଫଳ ପ୍ରକାଶ ପାଇବ । ମୋଟ ୧୦୬ଟି ପୌରାଞ୍ଚଳ ଏବଂ ୩ଟି ମହାନଗର ନିଗମ ପାଇଁ ପଡିବ ଭୋଟ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+