ମୁକ୍ତ, ଅବାଧ, ନିରପେକ୍ଷ ଏବଂ କୋଭିଡ୍‌ମୁକ୍ତ ହେବ ପଞ୍ଚାୟତ ନିର୍ବାଚନ ୨୦୨୨ !

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ୨୦୨୨ ପରିପେକ୍ଷୀରେ ଆଜି ବିଭିନ୍ନ ଜିଲ୍ଲାଲାଗି ନିଯୁକ୍ତ ନିର୍ବାଚନ ପର୍ଯ୍ୟବେକ୍ଷକ ଏବଂ ଖର୍ଚ୍ଚ ପର୍ଯ୍ୟବେକ୍ଷକମାନଙ୍କ ଏକ ବୈଠକ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।

ଭୁବନେଶ୍ୱର- ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ୨୦୨୨ ପରିପେକ୍ଷୀରେ ଆଜି ବିଭିନ୍ନ ଜିଲ୍ଲାଲାଗି ନିଯୁକ୍ତ ନିର୍ବାଚନ ପର୍ଯ୍ୟବେକ୍ଷକ ଏବଂ ଖର୍ଚ୍ଚ ପର୍ଯ୍ୟବେକ୍ଷକମାନଙ୍କ ଏକ ବୈଠକ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଗୀତଗୋବିନ୍ଦ ସଦନରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟ ନିର୍ବାଚନ କମିଶନର ସଂପ୍ରତି କୋଭିଡ୍‌ ପରିସ୍ଥିତିରେ ଏକ ସୁରକ୍ଷିତ, ମୁକ୍ତ, ଅବାଧ ଏବଂ ନିରପେକ୍ଷ ନିର୍ବାଚନ ଉପରେ ଗୁରୁତ୍ୱ ଦେଇଛନ୍ତି ।

 panchayat election

ନିର୍ବାଚନ ସମୟରେ ନିର୍ବାଚନ ପର୍ଯ୍ୟବେକ୍ଷକମାନେ କମିଶନରଙ୍କ ଆଖି ଓ କାନ ଭାବେ ସଂପୂର୍ଣ୍ଣ ରାଜ୍ୟରେ ତୀକ୍ଷ୍ମ ନଜର ରଖିବେ ଏବଂ ନିୟମିତ ଅନ୍ତରରେ ରାଜ୍ୟ ନିର୍ବାଚନ କମିଶନରଙ୍କୁ ରିପୋର୍ଟ ପ୍ରଦାନ କରିବେ । ଜିଲ୍ଲାରେ ନିର୍ବାଚନ ଆଚରଣବିଧିର ସଠିକ ପାଳନ ହେଉଛି କି ନାହିଁ ସେ ଉପରେ ପର୍ଯ୍ୟବେକ୍ଷକମାନେ ଦୃଷ୍ଟି ରଖିବେ । ଚଳିତ ନିର୍ବାଚନରେ ଯେକୌଣସି ପ୍ରକାର ରାଲିକୁ ନିଷେଧ କରାଯାଇଥିବାବେଳେ ଏଥି ପ୍ରତି ପର୍ଯ୍ୟବେକ୍ଷକମାନେ ସଜାଗ ରହିବେ । ଚଳିତ ନିର୍ବାଚନରେ ଭୋଟଗଣତି ବୁଥ ବଦଳରେ ବ୍ଲକ୍‌ ମୁଖ୍ୟାଳୟରେ ହେବ । ନିର୍ବାଚନ ପର୍ଯ୍ୟବେକ୍ଷକମାନେ ନିର୍ବାଚନ କମିଶନର ଏବଂ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ମଧ୍ୟରେ ଯୋଗସୂତ୍ର ରକ୍ଷାକରି କାର୍ଯ୍ୟ କରିବାକୁ କମିଶନର ନିର୍ବାଚନ ପର୍ଯ୍ୟବେକ୍ଷକମାନଙ୍କୁ ପରାମର୍ଶ ଦେଇଛନ୍ତି ।

ସେହିପରି ଖର୍ଚ୍ଚ ପର୍ଯ୍ୟବେକ୍ଷକମାନେ ପାର୍ଥୀ ଏବଂ ରାଜନୈତିକ ଦଳମାନଙ୍କ ଖର୍ଚ୍ଚ, ନିର୍ବାଚନରେ ବ୍ୟବହୃତ ଯାନ ଆଦି ତଦାରଖ କରିବା ସହ ନିୟମିତ ଖର୍ଚ୍ଚ ତାଲିକାକୁ ଯାଞ୍ଚ କରିବା ପାଇଁ କମିଶନର ପରାମର୍ଶ ଦେଇଛନ୍ତି । ଯଦି କୌଣସି ପ୍ରାର୍ଥୀ ଧାର୍ଯ୍ୟ ଖର୍ଚ୍ଚଠାରୁ ଅଧିକ ଖର୍ଚ୍ଚ କରିଥିବା ନଜରକୁ ଆସେ ତେବେ ଏ ସଂପର୍କରେ ତୁରନ୍ତ କମିଶନରଙ୍କ ନଜରକୁ ଆଣିବା ପାଇଁ କମିଶନର କହିଛନ୍ତି। ଖର୍ଚ୍ଚ ପର୍ଯ୍ୟବେକ୍ଷକମାନେ ନିୟମିତ ନିର୍ବାଚନ ପର୍ଯ୍ୟବେକ୍ଷକ ଏବଂ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ସହ ଯୋଗସୂତ୍ରରେ ରହି କମିଶନରଙ୍କ ପ୍ରତିନିଧି ଭାବେ କାର୍ଯ୍ୟକରିବେ । ପର୍ଯ୍ୟବେକ୍ଷକମାନେ କମିଶନରଙ୍କ ବିନା ଅନୁମତିରେ ଛୁଟିରେ ରହିପାରିବେ ନାହିଁ କିମ୍ବା ଅନ୍ୟ କୌଣସି ସରକାରୀ କିମ୍ବା ବିଦେଶ ଗସ୍ତ କରିପାରିବେ ନାହିଁ । ଏଥି ସହିତ ଖର୍ଚ୍ଚ ପର୍ଯ୍ୟବେକ୍ଷକମାନେ ଏ ସଂପର୍କିତ ଏକ ବିସ୍ତୃତ ରିପୋର୍ଟ କମିଶନରଙ୍କୁ ପ୍ରଦାନ କରିବା ପାଇଁ କମିଶନର ପର୍ଯ୍ୟବେକ୍ଷକମାନଙ୍କୁ ପରାମର୍ଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟ ନିର୍ବାଚନ କମିଶନର ୩୦ ଜିଲ୍ଲା ନିମନ୍ତେ ୩୮ ଜଣ ନିର୍ବାଚନ ପର୍ଯ୍ୟବେକ୍ଷକ ଏବଂ ୩୪ ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+