ପଞ୍ଚାୟତ ନିର୍ବାଚନ: ପ୍ରଥମ ପର୍ଯ୍ୟାୟ ଭୋଟିଂ ଶେଷ, ୬୦% ମତଦାନ, ୨୩ଟି ସ୍ଥାନରେ ହେଲାନି ନିର୍ବାଚନ
ଚଳିତ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟିଂ ଶେଷ ହୋଇଛି । କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ହୋଇଥିଲା ପ୍ରଥମ ପର୍ଯ୍ୟାୟ ମତଦାନ ।
ଭୁବନେଶ୍ୱର: ସରିଲା ପ୍ରଥମ ପର୍ଯ୍ୟାୟ ଭୋଟର ଗଣପର୍ବ । ଚଳିତ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟିଂ ଶେଷ ହୋଇଛି । କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ହୋଇଥିଲା ପ୍ରଥମ ପର୍ଯ୍ୟାୟ ମତଦାନ । ରାଜ୍ୟ ନିର୍ବାଚନ କମିଶନଙ୍କ ସୂଚନା ଅନୁଯାୟୀ, ଦିନ ଗୋଟାଏ ସୁଦ୍ଧା ୬୦ ପ୍ରତିଶତ ମତଦାନ ହୋଇଛି । ସେପଟେ ୨୩ଟି ସ୍ଥାନରେ ବିଭିନ୍ନ ପ୍ରାର୍ଥୀଙ୍କ ଅକାସ୍ମିତ ମୃତ୍ୟୁ ହେବା ଫଳରେ ମତଦାନ ବନ୍ଦ ରହିଛି ।

ଆଜି ସକାଳ ୭ଟାରୁ ଭୋଟ ଭୋଟଗ୍ରହଣ ଆରମ୍ଭ ହୋଇଥିଲା । ୫ବର୍ଷ ପରେ ପଞ୍ଚାୟତ ପାଇଁ ଭୋଟିଂ ହେଉଥିବାରୁ ଭୋଟରଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା । ବୁଥ ଆଗରେ ଭୋଟ ଦେବା ପାଇଁ ଲମ୍ବା ଲାଇନ ଦେଖିବାକୁ ମିଳିଥିଲା ।
ଅନ୍ୟପକ୍ଷରେ ବିଭିନ୍ନ ସ୍ଥାନରେ ପ୍ରାର୍ଥୀଙ୍କ ମୃତ୍ୟୁ ଯୋଗୁଁ ପ୍ରଥମ ପର୍ଯ୍ୟାୟରେ ୨୩ଟି ସ୍ଥାନରେ ମତଦାନ ବନ୍ଦ ରହିଥିବା ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସୂଚନା ମିଳିଛି । ୨୩ଟି ସ୍ଥାନ ମଧ୍ୟରୁ ଗୋଟିଏ ଜିଲ୍ଲା ପରିଷଦ, ୬ଟି ସରପଞ୍ଚ ପଦବୀ, ୩ଟି ପଞ୍ଚାୟତ ସମିତି ସଭ୍ୟ, ୧୩ଟି ଓ୍ବାର୍ଡମେମ୍ବର ପଦବୀରେ ନିର୍ବାଚନ ବନ୍ଦ ହୋଇଛି । ଆଉ ୪ ପର୍ଯ୍ୟାୟ ମତଦାନ ବାକିଥିବା ବେଳେ ଉକ୍ତ ସମୟରେ ବନ୍ଦ ହୋଇଥିବା ସ୍ଥାନରେ ମଧ୍ୟ ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ କମିଶନଙ୍କ ସୂତ୍ରରୁ ପ୍ରକାଶ ।
ପ୍ରଥମ ପର୍ଯ୍ୟାୟରେ ୨ଶହ ଜିଲ୍ଲା ପରିଷଦ ଜୋନ ଅଧିନରେ ଆସୁଥିବା ୧ ହଜାର ୬ ଶହ ୬୯ ସରପଞ୍ଚ ଓ ସମାନ ସଂଖ୍ୟକ ସମିତି ସଭ୍ୟ ପଦ ପାଇଁ ଭୋଟ୍ ଗ୍ରହଣ ହୋଇଛି । ସେହିପରି ୨୨ ହଜାର ୩୭୯ ଓ୍ୱାର୍ଡ ସଭ୍ୟ ପାଇଁ ବି ମତଦାନ ହୋଇଛି । ଆଜି ଦିନ ଗୋଟାଏରେ ଭୋଟ ଗ୍ରହଣ ଶେଷ ହୋଇଥିଲା । ମତଦାନ ସରିବା ପରେ ବ୍ଲକ ହେଡକ୍ୱାଟରର ଷ୍ଟ୍ରଙ୍ଗ ରୁମରେ ରହିବ ବାଲଟ ବକ୍ସ । ସବୁ ପପର୍ଯ୍ୟାୟ ଭୋଟ ସରିଲେ ୨୬ ତାରିଖରୁ ଭୋଟ ଗଣତି ହେବ ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications