ପଞ୍ଚାୟତ ନିର୍ବାଚନ ଭୋଟଗଣନା ନିୟମାବଳୀ
ଭୁବନେଶ୍ୱର: ଓଡିଶାରେ ପ୍ରଥମ ଥର ପାଇଁ ତ୍ରିସ୍ତରୀୟ ପଞ୍ଚାୟତିରାଜ ନିର୍ବାଚନର ମତଗଣନା ପ୍ରତ୍ୟେକ ବ୍ଲକ୍ ମୁଖ୍ୟାଳୟରେ ହେବ। ଏଥିପାଇଁ ନିର୍ବାଚନ ଅଧିକାରୀମାନଙ୍କୁ ଅତ୍ୟନ୍ତ ସତର୍କତାର ସହ କାର୍ଯ୍ୟ ସଂପାଦନ କରିବାକୁ ପଡ଼ିବ । ଜିଲ୍ଲା ନିର୍ବାଚନ ଅଧିକାରୀ ହିସାବରେ ଜିଲ୍ଲାପାଳମାନେ ବ୍ୟକ୍ତିଗତ ଭାବେ ନିର୍ବାଚନ ଫଳାଫଳ ଘୋଷଣା ହେବା ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ତଦାରଖ କରିବା ପାଇଁ ରାଜ୍ୟ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି ।

ଜିଲ୍ଲା ପରିଷଦ ନିର୍ବାଚନ ମଣ୍ଡଳୀଓ୍ୱାରି ଭୋଟଗଣତି କାର୍ଯ୍ୟ ଗୋଟିଏ ବଡ଼ ହଲରେ କରାଯିବ। ବ୍ଲକ ମୁଖ୍ୟାଳୟରେ ମତ ଗଣନା କାର୍ଯ୍ୟ ତିନିଦିନ ଧରି ଚାଲିବ, ଯେମିତିକି ଗୋଟିଏ ବ୍ଲକ୍ ସମସ୍ତ ଜିଲ୍ଲା ପରିଷଦ ମଣ୍ଡଳୀର ଭୋଟଗୁଡ଼ିକର ଗଣତି କାର୍ଯ୍ୟ ତିନିଦିନ ମଧ୍ୟରେ ଶେଷ ହେବ । ପ୍ରତ୍ୟେକ ବ୍ଲକର ଜିଲ୍ଲା ପରିଷଦ ନିର୍ବାଚନ ମଣ୍ଡଳୀ ଅନୁସାରେ ନିର୍ବାଚନ ଅଧିକାରୀମାନେ କେତେଗୋଟି ଭୋଟ ଗଣତି କେନ୍ଦ୍ର ସ୍ଥାପନ କରାଯିବ, ତାହା ନିରୁପଣ କରିବ । ମନେ କରାଯାଉ କୌଣସି ଏକ ବ୍ଲକର ଜିଲ୍ଲା ପରିଷଦ ନିର୍ବାଚନ ମଣ୍ଡଳୀ ତିନିରୁ ଅଧିକ ଅଛି, ସେଠାରେ ନିଶ୍ଚିତ ଭାବେ ଏକରୁ ଅଧିକ ମତଗଣନା କେନ୍ଦ୍ର ହେବ । ଗୋଟିଏ ବ୍ଲକର ମତଗଣନା କାର୍ଯ୍ୟ ନିଶ୍ଚିତ ଭାବେ ତିନି ଦିନ ମଧ୍ୟରେ ଶେଷ କରିବା ଲାଗି ନିର୍ବାଚନ ଅଧିକାରୀମାନେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ମତଗଣନା କେନ୍ଦ୍ର ବ୍ଲକ୍ ମୁଖ୍ୟାଳୟ ନିକଟରେ ହେବା ଉଚିତ । ଯଦି ସେଠାରେ ମତଗଣନା କେନ୍ଦ୍ର ନିମନ୍ତେ ପର୍ଯ୍ୟାପ୍ତ ସ୍ଥାନ ନଥିବ, ତାହେଲେ ବ୍ଲକ୍ ମୁଖ୍ୟାଳୟରେ ଥିବା ସରକାରୀ କୋଠାଘର, ବିଶେଷ କରି ମହାବିଦ୍ୟାଳୟ କିମ୍ବା ଉଚ୍ଚ ବିଦ୍ୟାଳୟ କୋଠାଘରେ ମତଗଣନା କେନ୍ଦ୍ର ସ୍ଥାପନ କରାଯିବା ଉଚିତ ବୋଲି ନିର୍ଦ୍ଦେଶନାମାରେ ନିର୍ବାଚନ କମିଶନ ଉଲ୍ଲେଖ କରିଛନ୍ତି । ମତଗଣନା କେନ୍ଦ୍ରରେ ପର୍ଯ୍ୟାପ୍ତ ସ୍ଥାନ ସହ ଅଲଗା ଅଲଗା ପ୍ରବେଶ ଓ ପ୍ରସ୍ଥାନ ଦ୍ୱାର ରହିବା ଉଚିତ । ଏତଦ୍ବ୍ୟତୀତ ମତଗଣନା କେନ୍ଦ୍ର ନିକଟରେ ଷ୍ଟ୍ରଙ୍ଗରୁମ୍ ନିମନ୍ତେ ଏକ ବଡ଼ କୋଠରୀ ରହିବା ନିତାନ୍ତ
ଜରୁରୀ । ଏଠାରେ ଭୋଟ ଗ୍ରହଣ ପରେ ଭୋଟବାକ୍ସ ସହ ଭୋଟ ଗ୍ରହଣ ସଂପର୍କିତ ଅନ୍ୟାନ୍ୟ ସାମଗ୍ରୀଗୁଡ଼ିକୁ ରଖାଯିବ । ମତଗଣନା କେନ୍ଦ୍ର ଚିହ୍ନଟ କରିବା ସମୟରେ ସେଠାରେ ଆବଶ୍ୟକ ଚେୟାର, ଟେବୁଲ, ର୍ୟାମ୍ପ, ପରିସ୍ରାଗାର ଓ ପାନୀୟଜଳର ସୁବିଧା ଦିଗରେ ଦୃଷ୍ଟି ଦେବା ଉଚିତା ମତଗଣନା କାର୍ଯ୍ୟ ଅସ୍ଥାୟୀ ମତଗଣନା କେନ୍ଦ୍ରରେ କରାଯିବାକୁ ନିର୍ବାଚନ କମିଶନ ସଂପୂର୍ଣ୍ଣ ବାରଣ କରିଛନ୍ତିା ରାଜନୈତିକ ଦଳମାନେ ଯଦି ଚାହାନ୍ତି ଷ୍ଟ୍ରଙ୍ଗରୁମ୍ର ବାହାରେ ନିର୍ଦ୍ଧାରିତ ସ୍ଥାନରେ ରହି ଭୋଟବାକ୍ସ ଥିବା ଷ୍ଟ୍ରଙ୍ଗରୁମ୍କୁ ଜଗି ପାରିବେ ବୋଲି ନିର୍ବାଚନ କମିଶନ ତାଙ୍କ ନିର୍ଦ୍ଦେଶନାମାରେ ଉଲ୍ଲେଖ କରିଛନ୍ତି । ମତଗଣନା କେନ୍ଦ୍ରରେ ଆଲୋକ ବ୍ୟବସ୍ଥା ସହ ନିରବଚ୍ଛିନ୍ନ ବିଦୁ୍ୟତ ଯୋଗାଣ ନିମନ୍ତେ ବିହିତ ବ୍ୟବସ୍ଥା କରିବା ଉଚିତା ପ୍ରତ୍ୟେକ ମତଗଣନା କେନ୍ଦ୍ରରେ ଅଗ୍ନି ନିର୍ବାପକ ଯନ୍ତ୍ର ରହିବା ଜରୁରୀ ବୋଲି ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତିା ସୂଚନା ପ୍ରଦାନ ନିମନ୍ତେ ପ୍ରତ୍ୟେକ ମତଗଣନା କେନ୍ଦ୍ରରେ ଆବଶ୍ୟକ ଡାକବାଜି ଯନ୍ତ୍ର (ମାଇକ)ର ବ୍ୟବସ୍ଥା କରିବା ଦରକାରା ଏକ ଆଦର୍ଶ ମତଗଣନା କେନ୍ଦ୍ରର ଆକାର ୩୫'X୨୦' ଫୁଟ ହେବା ଉଚିତ, ଯେଉଁଠାରେ ୮ଟି ଗ୍ରାମପଞ୍ଚାୟତର ଭୋଟଗଣତି ଗୋଟିଏ ହଲରେ କରାଯାଇପାରିବ । ମତଗଣନା ଟେବୁଲ ସମ୍ମୁଖରେ ଏକ ବେଞ୍ଚରେ କାଉଣ୍ଟିଂ ଏଜେଣ୍ଟମାନଙ୍କ ବସିବା ପାଇଁ ବ୍ୟବ ସ୍ଥା କରାଯିବ । ମତ ଗଣନା କେନ୍ଦ୍ରରେ ହୋଇଥିବା ଷ୍ଟ୍ରଙ୍ଗ ରୁମଟି ୨୪ ଘଣ୍ଟିଆ ସିସିଟିଭି ନଜରରେ ରହିବା ଷ୍ଟ୍ରଙ୍ଗରୁମ୍କୁ ବାଲାଟ୍ ବକ୍ସ ଆସିବାର ଗୋଟିଏ ଦିନ ପୂର୍ବରୁ ସିସିଟିଭି ଲାଗିବ ଓ ଭୋଟଗଣତି, ନିର୍ବାଚନ ଫଳ ଘୋଷଣା ଶେଷ ହେବା ପର୍ଯ୍ୟନ୍ତ ଏହା କାର୍ଯ୍ୟ କରିବା ଷ୍ଟ୍ରଙ୍ଗରୁମ୍ ବାହାରେ ଦ୍ୱିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ୨୪ ଘଣ୍ଟିଆ କାର୍ଯ୍ୟ କରିବ ବୋଲି ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରୁଥିବା ସମସ୍ତ ପ୍ରାର୍ଥୀଙ୍କୁ ଷ୍ଟ୍ରଙ୍ଗରୁମର ସୁରକ୍ଷା ପର୍ଯ୍ୟବେକ୍ଷଣ ନିମନ୍ତେ ପତ୍ର ମାଧ୍ୟମରେ ଜଣାଇ ଦିଆଯିବ । ଏତଦ୍ବ୍ୟତୀତ ମତଗଣନାର ୭୨ ଘଣ୍ଟା ପୂର୍ବରୁ ମତଗଣନା ସଂପର୍କରେ ସମସ୍ତ ପ୍ରାର୍ଥୀଙ୍କୁ ଲିଖିତ ଆକାରରେ ଜଣାଇ ଦିଆଯିବ । ଗୋଟିଏ ମତଗଣନା ଟେବୁଲ୍ ପାଇଁ ନିର୍ବାଚନ ଅଧିକାରୀ ଜଣେ କାଉଣ୍ଟିଂ ସୁପରଭାଇଜର, ଦୁଇଜଣ କାଉଣ୍ଟିଂ ଆସିଷ୍ଟାଣ୍ଟ ଓ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଏହିପରି ୪ ଜଣଙ୍କୁ ନିୟୋଜିତ କରିବ ।
କାଉଣ୍ଟିଂ ଏଜେଣ୍ଟ ନିଯୁକ୍ତି କ୍ଷେତ୍ରରେ ଓ୍ୱାର୍ଡ ମେମ୍ବର, ସରପଞ୍ଚ ଓ ସମିତି ସଭ୍ୟ ପଦ ନିମନ୍ତେ ନିର୍ବାଚନ ଲଢ଼ୁଥିବା ପ୍ରାର୍ଥୀମାନେ କେବଳ ଜଣେ ଲେଖାଏଁ କାଉଣ୍ଟିଂ ଏଜେଣ୍ଟ ନିଯୁକ୍ତ କରିପାରିବେ ଏବଂ ଜିଲ୍ଲା ପରିଷଦ ସଭ୍ୟ ପଦବୀ ନିମନ୍ତେ ଲଢ଼ୁଥିବା ପ୍ରାର୍ଥୀମାନେ ଜିଲ୍ଲା ପରିଷଦ ନିର୍ବାଚନ ମଣ୍ଡଳୀରେ ଥିବା ଗ୍ରାମ ପଞ୍ଚାୟତ ସଂଖ୍ୟା ଅନୁସାରେ କାଉଣ୍ଟିଂ ଏଜେଣ୍ଟ ନିଯୁକ୍ତ କରିପାରିବୋ ନିର୍ବାଚନ କମିଶନରଙ୍କ ଦ୍ୱାରା ଧାର୍ଯ୍ୟ ତାରିଖ ଓ ସମୟରେ ମତଗଣନା କାର୍ଯ୍ୟ ଆରମ୍ଭ ହେବ ।
ମତଗଣନାରେ ନିୟୋଜିତ ଥିବା କର୍ମଚାରୀମାନେ ମତଗଣନା ନିମନ୍ତେ ଧାର୍ଯ୍ୟ ସମୟର ୧୫ ମିନିଟ୍ ପୂର୍ବରୁ ମତଗଣନା କେନ୍ଦ୍ରରେ ଉପସ୍ଥିତ ରହିବେ ଓ ମତଗଣନା ସଂପର୍କିତ ସମସ୍ତ କାର୍ଯ୍ୟର ଭିଡ଼ିଓଗ୍ରାଫି କରାଯିବ ବୋଲି ରାଜ୍ୟ ନିର୍ବାଚନ କମିଶନ ସମସ୍ତ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।












Click it and Unblock the Notifications