ଆଜି ପ୍ରକାଶ ପାଇବ ପଞ୍ଚାୟତ ନିର୍ବାଚନ ଲାଗି ସଂରକ୍ଷଣ ତାଲିକା

ପଞ୍ଚାୟତ ନିର୍ବାଚନ ସଠିକ ସମୟରେ ହେବ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି। ସେ କହିଛନ୍ତି, ପଞ୍ଚାୟତ ନିର୍ବାଚନର ସଂରକ୍ଷଣ ବ୍ୟବସ୍ଥା ନେଇ ଆଜି ସଂରକ୍ଷଣ ଚିଠା ତାଲିକା ପ୍ରକାଶ ପାଉଛି। କେଉଁ ଆସନ କାହା ପାଇଁ ସଂରକ୍ଷଣ ହେବ ସେ ନେଇ ଜିଲ୍ଲାସ୍ତରରେ

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ସଠିକ ସମୟରେ ହେବ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି। ସେ କହିଛନ୍ତି, ପଞ୍ଚାୟତ ନିର୍ବାଚନର ସଂରକ୍ଷଣ ବ୍ୟବସ୍ଥା ନେଇ ଆଜି ସଂରକ୍ଷଣ ଚିଠା ତାଲିକା ପ୍ରକାଶ ପାଉଛି। କେଉଁ ଆସନ କାହା ପାଇଁ ସଂରକ୍ଷଣ ହେବ ସେ ନେଇ ଜିଲ୍ଲାସ୍ତରରେ ଚିଠା ତାଲିକା ପ୍ରକାଶ ପାଉଛି। ୱାର୍ଡ ମେମ୍ବର, ସରପଞ୍ଚ, ସମିତି ସଭ୍ୟ, ବ୍ଲକ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ସଦସ୍ୟଙ୍କ ସଂରକ୍ଷଣ ଲାଗି ଏହି ଚିଠା ତାଲିକା ପ୍ରକାଶ ପାଉଛି।

Panchayat Election

ତେବେ ଯଦି କିଏ ଚାହିଁବ ଆସନ୍ତା ୧୬ ତାରିଖରେ ଆପତ୍ତି କରିପାରିବେ ବୋଲି ବିଭାଗୀୟ ମନ୍ତ୍ରୀ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ୨୧ ତାରିଖ ସୁଦ୍ଧା ଏହି ଆପତ୍ତିଗୁଡିକର ଜିଲ୍ଲାପାଳଙ୍କ ଦ୍ୱାରା ଶୁଣାଣି କରି ସମାଧାନ କରାଯିବ। ୨୬ ତାରିଖରେ ଚୂଡାନ୍ତ ତାଲିକା ପ୍ରକାଶ ପାଇବ।

ସେହିପରି ଜିଲ୍ଲା ପରିଷଦ ସଦସ୍ୟ ସଂରକ୍ଷଣ ପାଇଁ ଆପତ୍ତି ଥିଲେ ୧୮ ତାରିଖ ସୁଦ୍ଧା ଅଭିଯୋଗ କରିପାରିବେ। ୨୨ ତାରିଖରେ ଶୁଣାଣି କରାଯାଇ ଜିଲ୍ଲାପାଳଙ୍କ ଦ୍ୱାରା ସମାଧାନ କରାଯିବ। ୨୯ ତାରିଖରେ ସରକାରଙ୍କ ଅନୁମୋଦନ ନିଆଯାଇ ୩୦ ତାରିଖରେ ଚୂଡାନ୍ତ ତାଲିକା ପ୍ରକାଶ ପାଇବ। ଜିଲ୍ଲା ପରିଷଦ ଅଧ୍ୟକ୍ଷ ଆସନ ପାଇଁ ୧୬ ତାରିଖରେ ସଂରକ୍ଷଣ ଚିଠା ତାଲିକା ପ୍ରକାଶ ହେବ। ୩୦ ତାରିଖ ସୁଦ୍ଧା ସମସ୍ତ ପ୍ରକ୍ରିୟା ଶେଷ କରି ରାଜ୍ୟ ନିର୍ବାଚନ କମିସନଙ୍କୁ ଦିଆଯିବ ବୋୱି ମନ୍ତ୍ରୀ କହିଛନ୍ତି ।

ସଂରକ୍ଷଣ ତାଲିକା ମିଳିବା ପରେ ପ୍ରସ୍ତୁତ ହେବ ଭୋଟର ତାଲିକା

ସେହିପରି ରାଜ୍ୟ ନିର୍ବାଚନ କମିଶନ ସଚିବ ରବୀନ୍ଦ୍ର ନାଥ ସାହୁ କହିଛନ୍ତି, ୨୬ତାରିଖ ଭିତରେ ୱାର୍ଡ ମେମ୍ବର, ସମିତି ସଭ୍ୟ, ସରପଞ୍ଚ ଆସନ ସଂରକ୍ଷଣ ତାଲିକା ଚୂଡାନ୍ତ କରି ରାଜ୍ୟ ସରକାର ନିର୍ବାଚନ କମିଶନଙ୍କୁ ଦେବେ। ୩୦ତାରିଖ ଭିତରେ ଜିଲ୍ଲା ପରିଷଦ ସଭ୍ୟ, ଅଧ୍ୟକ୍ଷ ଆସନ ସଂରକ୍ଷଣ ତାଲିକା ଦେବେ। ଏହାପରେ ନିର୍ବାଚନ କମିଶନ ଭୋଟର ତାଲିକା ପ୍ରସ୍ତୁତ କରିବେ। ଭୋଟର ଲିଷ୍ଟ ପ୍ରସ୍ତୁତ ପାଇଁ ମାସେରୁ ଦେଢ ମାସ ଲାଗିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+