ପଦ୍ମପୁର ଉପନିର୍ବାଚନ: ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ, ପ୍ରଚାର ମୈଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ
ପଦ୍ମପୁର ଉପନିର୍ବାଚନ: ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ,ପ୍ରଚାର ମୈଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ
ପଦ୍ମପୁର: ପଦ୍ମପୁର ଉପନିର୍ବାଚନ ପାଇଁ ବିଜେଡି ପକ୍ଷରୁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରାଯାଇଛି । ଷ୍ଟାର ପ୍ରଚାରକ ତାଲିକାର ପ୍ରଥମରେ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାମ ରହିଛି । ସେହିପରି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ପଞ୍ଜନ ଦାସ, ପୂର୍ବତନ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ପ୍ରତାପ ଜେନା, ଡକ୍ଟର ଅରୁଣ ସାହୁଙ୍କୁ ସାମିଲ କରାଯାଇଛି ।

ତେବେ ପଦ୍ମପୁର ଉପନିର୍ବାଚନ ପାଇଁ ଷ୍ଟାର ପ୍ରଚାର ପାଇଁ ମୈଦାନକୁ ଓହ୍ଲାଇବେ ୧୦ ଜଣ ମନ୍ତ୍ରୀ ଓ ୩ ଜଣ ଅଭିନେତା । ଏହି ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଅତନୁ ସବ୍ୟସାଚୀ ନାୟକ, ପ୍ରତାପ କେଶରୀ ଦେବ, ନିରଞ୍ଜନ ପୂଜାରୀ, ପ୍ରତାପ ଜେନା, ସୁଶାନ୍ତ ସିଂହ, ରାଜେନ୍ଦ୍ର ଢ଼ୋଲକିଆ, ପ୍ରସନ୍ନ ଆଚାର୍ଯ୍ୟ, ଦେବୀପ୍ରସାଦ ମିଶ୍ର, ଶ୍ରୀମୟୀ ମିଶ୍ର, ସ୍ନେହାଙ୍ଗିନୀ ଛୁରିଆ, ସମୀରରଂଜନ ଦାଶ, ଦିବ୍ୟଶଙ୍କର ମିଶ୍ର , ପ୍ରତାପ ଜେନା, ଡକ୍ଟର ଅରୁଣ ସାହୁ, ରବୀନ୍ଦ୍ର କୁମାର ଜେନା, ସୁଧୀର ସାମଲ, ସାରଦା ନାୟକ, ନବ ଦାସ, ପୁଷ୍ପେନ୍ଦ୍ର ସିଂଦେଓ, କଳିକେଶ ନାରାୟଣ ସିଂଦେଓ, ଟୁକୁନି ସାହୁ, ରୀତା ସାହୁ, ମନୋହର ରନ୍ଧାରୀ, ବିଭୂତି ବଳବନ୍ତରାୟ, ଦେବେଶ ଆଚାର୍ଯ୍ୟ, ରମେଶ ମାଝି, ପ୍ରଶାନ୍ତ ମୁଦୁଲି, ଚନ୍ଦ୍ରସାରଥୀ ବେହେରା, ପ୍ରଦୀପ ମାଝି, ବିକ୍ରମ ପଣ୍ଡା, ଅଳକା ମହାନ୍ତି, ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀ, ବ୍ରଜ କିଶୋର ପ୍ରଧାନ, ରାଜେନ୍ଦ୍ର କୁମାର ସାହୁ, ଆକାଶ ଦାସ ନାୟକ, ସତ୍ୟବ୍ରତ ତ୍ରିପାଠୀ ଓ ଅରିନ୍ଦମ ରାୟଙ୍କୁ ମିଶାଇ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି ବିଜେଡି ।












Click it and Unblock the Notifications